ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଘଟଣା, ଆସୋସିଏଟ୍‌ ପ୍ରଫେସର ନିଲମ୍ବିତ

ଭୁବନେଶ୍ୱର,୧୯/୦୯: ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଇଥିବା ଉତ୍କଳ ବିଶ୍ୱବିଦ୍ୟାଳୟର  ଅର୍ଥନୀତି ବିଭାଗର ଆସୋସିଏଟ୍‌ ପ୍ରଫେସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ  କରାଯାଇଛି । ବୁଧବାର ତାଙ୍କୁ ନିଲମ୍ବିତ କରିଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ । ଆଭ୍ୟନ୍ତରୀଣ  ଅଭିଯୋଗ କମିଟି (ଆଇସିସି)ର ରିପୋର୍ଟ ଆଧାରରେ ଏହି ପଦକ୍ଷେପ ନିଆଯାଇଛି ।  ନିଲମ୍ବନ ପରେ ତାଙ୍କୁ ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅପରପକ୍ଷେ,  ଯୌନ ନିର୍ଯାତନା ଅଭିଯୋଗର ବିସ୍ତୃତ ରିପୋର୍ଟ ଦେବାକୁ ମଙ୍ଗଳବାର ରାଜଭବନ ପକ୍ଷରୁ  କୁଳପତିଙ୍କୁ ଚିଠି କରାଯାଇଛି । 

ଅଭିଯୋଗ ଅନୁସାରେ, ଅଗଷ୍ଟ ୧୬ ତାରିଖ ଅପରାହ୍ଣ  ୨ଟାରେ ସମ୍ପୃକ୍ତ ପ୍ରଫେସର ନିଜ ଚ୍ୟାମ୍ବରରେ ଥିଲେ । ଠିକ୍‌ ସେହି ସମୟରେ ଅର୍ଥନୀତି  ବିଭାଗର ଜଣେ ଛାତ୍ରୀ ବହି ଆଣିବାକୁ ପ୍ରଫେସରଙ୍କ ଚ୍ୟାମ୍ବରକୁ ଯାଇଥିଲେ । ଛାତ୍ରୀଙ୍କୁ ଦେଖି  ପ୍ରଫେସର ତାଙ୍କୁ ପାଖରେ ବସିବା ପାଇଁ କହିଥିଲେ । ଛାତ୍ରୀ ବସିବା ପରେ ପ୍ରଫେସର  ତାଙ୍କୁ ଅସଦାଚରଣ କରିଥିଲେ ବୋଲି ସେ ଅଭିଯୋଗ ଆଣିଥିଲେ । ଏହି ଘଟଣାର ପ୍ରାୟ ୨୫ ଦିନ ପରେ ଆସୋସିଏଟ ପ୍ରଫେସରଙ୍କ କଳାକାରନାମା ପଦାକୁ ଆସିଥିଲା ।  ଏପରିକି ଛାତ୍ରୀ ଏ ନେଇ ବିଶ୍ୱବିଦ୍ୟାଳୟ କୁଳପତି ଓ ସେକ୍ସୁଆଲ ହାରାସ୍‌ମେଣ୍ଟ୍‌ ସେଲ୍‌କୁ  ଅଭିଯୋଗ କରିଥିଲେ ହେଁ ତାଙ୍କୁ ନ୍ୟାୟ ମିଳିନଥିଲା । ଏହାକୁ ଚପାଇଦେବାକୁ ଉଦ୍ୟମ  ହେଉଥିବା ଛାତ୍ରୀ ଅଭିଯୋଗ କରିଥିଲେ । ଘଟଣାଟି ଲୋକଲୋଚନକୁ ଆସିବା ପରେ  ମାନବାଧିକାର କର୍ମୀ ଜୟନ୍ତ କୁମାର ଦାସ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ବିରୋଧରେ  ରାଜ୍ୟପାଳଙ୍କ ନିକଟରେ ଫେରାଦ ହୋଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଥିଲେ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.