ପ୍ରମୂଖ ଖବର
  • ଚୌଦ୍ବାର ନିର୍ଗୁଣ୍ଡିରେ ନିକଟରେ ସରିଲା ରେଲୱେ ଟ୍ରକ୍‌ ମରାମତି, ଖୁବ୍‌ଶୀଘ୍ର ଚାଳଚଳ କରିବ ଟ୍ରେନ୍
  • ||
  • ଆନନ୍ଦପୁର : ଟ୍ରଲର୍-ହାଇୱା ମୁହାଁମୁହିଁ ଧକ୍କା: ଡ୍ରାଇଭର୍ ମୃତ, ହେଲପର୍ ଗୁରୁତର
  • ||
  • କଟକ : ଇଦ୍ ଉଲ୍ ଫିତର ଓ ରାମ ନବମୀ ଉତ୍ସବ ପାଇଁ ତିଗିରିଆ ପୋଲିସ୍ ପକ୍ଷରୁ ଫ୍ଲାଗମାର୍ଚ୍ଚ
  • ||
  • ଭୁବନେଶ୍ୱର : ଜମି ବାଡ଼ି ବିବାଦକୁ ନେଇ ବନଦୂର୍ଗା ବସ୍ତି ପାଲଟିଲା ରଣକ୍ଷେତ୍ର, ସାନ ଭାଇକୁ ଗୁଣ୍ଡା ଲଗାଇ ହାଣିଲା ବଡ ଭାଇ
  • ||
  • ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତ, ଅପରାହ୍ନ ୫ ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ମନା
  • ||
  • ସୋମବାରଠୁ ରାଜ୍ୟରେ କମିବ ତାତିର ପ୍ରକୋପ, ଏପ୍ରିଲ ୨ରୁ ୫ ଯାଏ ଓଡ଼ିଶାରେ ବର୍ଷା ସମ୍ଭାବନା
  • ||

ଭାରସାମ୍ୟ ହରାଇ ଗଛରେ ଝୁଲି ରହିଲା ୧୦୮ ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ ୩ ଆମ୍ବୁଲାନ୍ସ କର୍ମଚାରୀ

Published By : Harapriya Sethi | March 28, 2025 8:18 AM

ଭୁବନେଶ୍ୱର, ୨୮/୦୩: ରୋଗୀ ଛାଡି ଫେରୁଥିଲା ଆମ୍ବୁଲାନ୍ସ । ହେଲେ ପୋଲ ଉପରୁ ୬୦ ଫୁଟ ତଳକୁ ଖସୁ ଖସୁ ଗଛରେ ବାଡେଇ ହୋଇ ଝୁଲି ରହିଲା ଆମ୍ବୁଲାନ୍ସ। ଏକ ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଗଲେ ୩ ଆମ୍ୱୁଲାନ୍ସ କର୍ମଚାରୀ । କପ୍ତିପଦା ଥାନା ଅନ୍ତର୍ଗତ ସୋନ ପୋଲରେ ଘଟିଛି ଏଭଳି ଘଟଣା ।

ମର୍ଣ୍ଣିଙ୍ଗ୍ ୱାକ୍‌ କରିବା ବେଳେ ଅଘଟଣ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ସୂଚନା ମୁତାବକ, ଉଦଳା ଥାନା ଶ୍ରୀଦାମଚନ୍ଦ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ୧୦୮ ଆମ୍ବୁଲାନ୍ସ କୁଆମରା ଅଞ୍ଚଳରୁ ରୋଗୀ ନେଇ ବାଲେଶ୍ୱର ଜିଲ୍ଲା ଚିକିତ୍ସାଳୟକୁ ଯାଇଥିଲା। ରାତି ୨ ଟାରେ ବାଲେଶ୍ୱରରେ ରୋଗୀଙ୍କୁ ଛାଡି ନୀଳଗିରି - କପ୍ତିପଦା ହୋଇ ଶ୍ରୀଦାମଚନ୍ଦ୍ରପୁର ଫେରୁଥିବା ବେଳେ ଶୁକ୍ରବାର ଭୋର ସମୟରେ ଏହି ଘଟଣା ଘଟିଛି । ଭାରସାମ୍ୟ ହରାଇ ସୋନ ପୋଲରୁ ତଳକୁ ଖସି ଯାଇଥିଲା ଆମ୍ବୁଲାନ୍ସ। ସୌଭାଗ୍ୟବଶତଃ ଆମ୍ବୁଲାନ୍ସଟି ପୋଲରୁ ୬୦ ଫୁଟ ତଳକୁ ଖସୁଥିବା ବେଳେ ଏକ ବଡ଼ ଗଛରେ ବାଡେଇ ହୋଇ ଅଟକିବା ସହିତ ଝୁଲି ରହିଥିଲା । ଯାହା ଫଳରେ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିଲେ ଆମ୍ବୁଲାନ୍ସର ୩ ଜଣ କର୍ମଚାରୀ। ଆମ୍ବୁଲାନ୍ସରେ କେବଳ ଡ୍ରାଇଭର, ହେଲ୍ପର ଏବଂ ଫାର୍ମାସିଷ୍ଟ ରହିଥିବା ବେଳେ କାହାରି କୌଣସି କ୍ଷତି ହୋଇନାହିଁ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.