ପ୍ରମୂଖ ଖବର
  • ବାଲେଶ୍ୱର : ଯାତ୍ରା ଦେଖିବାକୁ ଯାଇ ଫେରିଲେନି ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଖସିଲା ସୁନା ଦର, ୨୪ କ୍ୟାରେଟ୍ ୧୦ ଗ୍ରାମ ପିଛା ୮୮, ୪୦୧ ଟଙ୍କାକୁ ହ୍ରାସ , ରୂପା ଦର କିଲେ ପିଛି ୮୮, ୩୭୫ ଟଙ୍କାକୁ ଖସିଲା
  • ||
  • ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତରପଶ୍ଚିମ ଦିଗରେ ଗତି କରିବ
  • ||
  • କଟକ : ବସ୍-ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର
  • ||
  • ପୁରୀ : ସର୍ଟ ସର୍କିଟରୁ ଆମ୍ୱୁଲାନ୍ସରେ ଲାଗିଲା ନିଆଁ, ଅଳ୍ପରେ ବର୍ତ୍ତିଲେ ରୋଗୀ
  • ||
  • ବୌଦ୍ଧ : ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ, ୩ ଗିରଫ
  • ||
  • ଖୋର୍ଦ୍ଧା : ଷଢେଇଗଡ ଗାଁରେ ବୋମା ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର
  • ||
  • ହାଇଦ୍ରାବାଦର ଚତୁର୍ଥ ପରାଜୟ, ୭ ୱିକେଟ୍‌ରେ ଜିତିଲା ଗୁଜରାଟ, ଆଜି ମୁମ୍ବାଇକୁ ଭେଟିବ ବେଙ୍ଗାଲୁରୁ
  • ||
  • ଓଡ଼ିଆ ନୂଆବର୍ଷ ପୂର୍ବରୁ ବିଜେଡି ସାଙ୍ଗଠନିକ ନିର୍ବାଚନ, ଆଜି ଶଙ୍ଖ ଭବନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ଗଞ୍ଜାମ : ବିଷ ପିଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ଛାନଭିନ୍‌ କରୁଛି ପୋଲିସ
  • ||

ମଝି ସମୁଦ୍ରରେ ଜାପାନର ଏକ ଆମ୍ବୁଲାନ୍ସ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୩ ନିଖୋଜ…

Published By : Prameya | April 6, 2025 8:35 PM

ନୂଆଦିଲ୍ଲୀ: ଜାପାନରେ ଏକ ଆମ୍ବୁଲାନ୍ସ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇ ହଠାତ୍ ସମୁଦ୍ରରେ ମଝିରେ ଖସି ପଡ଼ିଛି। ଏହି କାରଣରୁ ସେଥିରେ ଥିବା ୬ ଜଣଙ୍କ ମଧ୍ୟରୁ ୩ ଜଣ ନିଖୋଜ ହୋଇଯାଇଛନ୍ତି। ସେମାନଙ୍କୁ ଏବେ ଖୋଜାଖୋଜି କରାଯାଉଛି । କୁହାଯାଉଛି ଯେ ଏହି ଦୁର୍ଘଟଣା ଆଜି (ରବିବାର) ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ଘଟିଛି । କୁହାଯାଉଛି ଯେ,ଜଣେ ରୋଗୀଙ୍କୁ ନେଇ ଯାଉଥିବା ଏକ ମେଡିକାଲ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇ ସମୁଦ୍ରରେ ଖସି ପଡ଼ିଛି । ଏଥିରେ ମୋଟ ୬ ଜଣ ଲୋକ ଥିଲେ। ସେମାନଙ୍କ ମଧ୍ୟରୁ ତିନି ଜଣ ନିଖୋଜ ହୋଇଯାଇଛନ୍ତି। ଜାପାନ ତଟରକ୍ଷୀ ବାହିନୀ ଏହି ସୂଚନା ଦେଇଛି।

ସୂଚନା ମୁତାବକ ରୋଗୀଙ୍କ ବ୍ୟତୀତ ହେଲିକପ୍ଟରରେ ଜଣେ ଡାକ୍ତର, ଜଣେ ନର୍ସ, ଜଣେ ପାଇଲଟ, ଜଣେ ହେଲିକପ୍ଟର ମେକାନିକ ଏବଂ ଜଣେ ରୋଗୀଙ୍କ ଆଟେଣ୍ଡାଣ୍ଟ ରହିଥିଲେ । 

ଦୁର୍ଘଟଣା ପରେ ଜାପାନୀ ତଟରକ୍ଷୀ ବାହିନୀ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୩ ଜଣଙ୍କୁ ଉଦ୍ଧାର କରିଛନ୍ତି। ତାଙ୍କୁ ତୁରନ୍ତ ଡାକ୍ତରୀ ଚିକିତ୍ସା ପାଇଁ ନିଆଯାଇଛି। ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ତଟରକ୍ଷୀ ବାହିନୀ ଏହି ଅଞ୍ଚଳରେ ଦୁଇଟି ବିମାନ ଏବଂ ତିନୋଟି ଜାହାଜ ଉଦ୍ଧାରକାର୍ଯ୍ୟରେ ନିୟୋଜିତ କରିଛି। ତଟରକ୍ଷୀ ବାହିନୀର ସୂଚନା ଅନୁଯାୟୀ, ହେଲିକପ୍ଟରଟି ନାଗାସାକିର ଏକ ବିମାନବନ୍ଦରରୁ ଫୁକୁଓକାର ଏକ ହସ୍ପିଟାଲକୁ ଯାଉଥିଲା।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.