ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ଡମ୍ପରକୁ ଧକ୍କା ଦେଲା ଆମ୍ବୁଲାନ୍ସ: ଜଣେ ମୃତ, ୩ ଗୁରୁତର

Published By : Harapriya Sethi | November 28, 2024 7:56 AM

ଚଣ୍ଡିଖୋଲ, ୨୮/୧୧: ନେଉଳପୁର ରେଲୱେ ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଡମ୍ପରକୁ ଧକ୍କା ଦେଲା ଆମ୍ବୁଲାନ୍ସ । ଘଟଣାସ୍ଥଳରେ ଜଣେ ପ୍ରାଣ ହରାଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ଯାଜପୁର ଜିଲ୍ଲା ଏନଏଚ୍ ୧୬ ଚଣ୍ଡିଖୋଲ ଛକ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ଉପରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସ ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା । ଉକ୍ତ ଆମ୍ବୁଲାନ୍ସରେ ରୋଗୀ ସହ ଚାରି ଜଣ ଯାତ୍ରା କରୁଥିଲେ । ଗାଡ଼ି ଚଲାଇବା ବେଳେ ଆମ୍ବୁଲାନ୍ସର ଡ୍ରାଇଭରର ଆଖି ଲାଗିଯାଇଥିଲା ।  ଫଳରେ ଏନଏଚ୍ ୧୬ ଚଣ୍ଡିଖୋଲ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ପାଖରେ ଛିଡା ହୋଇଥିବା ଏକ ଡମ୍ଫରକୁ ଆମ୍ୱୁଲାନ୍ସଟି ଧକ୍କା ଦେଇଥିଲା । ଏହି ଦୁର୍ଘଟଣା ଫଳରେ ଆମ୍ୱୁଲାନ୍ସରେ ଯାତ୍ରା କରୁଥିବା ଥିବା ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ହୋଇଛନ୍ତି । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.