ପ୍ରମୂଖ ଖବର
  • ଖୋର୍ଦ୍ଧା : ପାଣିରେ ଭାସୁଛି ଅଜଣା ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ

Image source: NDTV

ନୂଆଦିଲ୍ଲୀ,୦୬/୧୦: ସୋମବାର ୮ଟି ନକ୍ସଲ ପ୍ରଭାବିତ ରାଜ୍ୟର  ମୁଖ୍ୟମନ୍ତ୍ରୀଙ୍କ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ । ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଏଥିରେ ଅଧ୍ୟକ୍ଷତା କରିବେ । ବୈଠକରେ  ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ  ଆଲୋଚନା ହେବ । ଛତିଶଗଡ ମୁଖ୍ୟମନ୍ତ୍ରୀ  ବିଷ୍ଣୁଦେଓ ସାଏ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ  ଏନ ଚନ୍ଦ୍ରବାବୁ ନାଇଡୁ, ବିହାର ମୁଖ୍ୟମନ୍ତ୍ରୀ  ନୀତୀଶ କୁମାର, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ  ହେମନ୍ତ ସୋରେନ, ତେଲଙ୍ଗାନା ମୁଖ୍ୟମନ୍ତ୍ରୀ  ରେୱନ୍ତ ରେଡ୍ଡୀ, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ  ଚରଣ ମାଝୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ  ସିନ୍ଦେ ଓ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ  ଯାଦବ ଏହି ବୈଠକରେ ଯୋଗଦେବେ ।  

ସେହିଭଳି ବୈଠକରେ ୫ କେନ୍ଦ୍ରମନ୍ତ୍ରୀ,  ଡେପୁଟି ଏନ୍‌ଏସ୍‌ଏ, କେନ୍ଦ୍ର, ରାଜ୍ୟ  ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ  ଅଧିକାରୀମାନେ ଉପସ୍ଥିତ ରହିବେ । ବୈଠକ  ପୂର୍ବରୁ ଆଜି ଶାହ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ  ସହ ମାଓ ମୁକାବିଲା ନେଇ ଆଲୋଚନା  କରିଛନ୍ତି । ଛତିଶଗଡରେ ସୁରକ୍ଷା ବାହିନୀ  ଗୁଳିରେ ୩୬ ଜଣ ମାଓବାଦୀ ନିହତ ହେବା  ଘଟଣାକୁ ନେଇ ଶାହ ଏହି ଅପରେସନରେ  ସାମିଲ ରାଜ୍ୟ ପୁଲିସ ଓ କେନ୍ଦ୍ରୀୟ ବାହିନୀର  କାର୍ଯ୍ୟକୁ ପ୍ରଶଂସା କରିଛନ୍ତି।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.