ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ହାପି ବାର୍ଥଡେ ବିଗ୍ ବି : ୮୨ ବର୍ଷରେ ପାଦ ଦେଲେ ବଲିଉଡର ସୁପରଷ୍ଟାର ଅମିିତାଭ ବଚ୍ଚନ

Published By : Anindita | October 11, 2024 9:03 AM

ମୁମ୍ବାଇ,୧୧/୧୦:   ଆଜି ବଲିଉଡ ସୁପରଷ୍ଟାର ତଥା ଭେଟେରାନ ଆକ୍ଟର ଅମିତାଭ ବଚ୍ଚନଙ୍କ ଜନ୍ମଦିନ  ।  ୮୨ ବର୍ଷରେ ପାଦ ଥାପିଲେ ବଲିଉଡ ମହାନାୟକ ଅମିତାଭ ବଚ୍ଚନ । ୧୯୪୨ ମସିହା ଅକ୍ଟୋବର ମାସ ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ଅମିତାଭ । ସଂଘର୍ଷ, ଉତଥାନ ପତ୍ତନ ଦେଇ ସେ ସଫଳତାର ଶୀର୍ଷରେ ପହଞ୍ଚିଥିବା ମହାନାୟକ ହେଉଛନ୍ତି ବଲିଉଡର ଶେହନଶା ଅମିତାଭ ବଚ୍ଚନ ।

୧୯୬୯ରେ ରିଲିଜ ଫିଲ୍ମ ସାତ ହିନ୍ଦୁସ୍ତାନୀରୁ ଆରମ୍ଭ କରିଥିଲେ ଅଭିନୟ ଜୀବନ । ତାପରେ ୨-୩ ଫ୍ଲପ୍ ସିନେମାରେ ନଜର ଆସିଥିଲେ । କାମ ପାଇ ନଥିଲେ ଅମିତାଭ । ଯେତେବେଳେ ବୟସ ୩୦ ହୋଇଥିଲା ସେତେବେଳକୁ ୧୨ଟି ଫିଲ୍ମରେ ଅଭିନୟ କରିଥିଲେ । ସେଥିରୁ ହିଟ୍ ହୋଇଥିଲା ମାତ୍ର ୨ଟି । ଗୋଟିଏ ବମ୍ବେ ଟୁ ଗୋଆ ଓ ଅନ୍ୟଟି ଆନନ୍ଦ । ଫିଲ୍ମ ଆନନ୍ଦରେ ତତ୍କାଳୀନ ସୁପରଷ୍ଟାର ରାଜେଶ ଖନ୍ନାଙ୍କ ସହ ସେ ଅଭିନୟ କରିଥିଲେ । ଏହି ଫିଲ୍ମ ପାଇଁ ତାଙ୍କୁ ମିଳିଥିଲା ଫିଲ୍ମ ଫେୟାର ଆଓ୍ଵାର୍ଡ । ଆନନ୍ଦ ପରେ ତାଙ୍କ ଅଭିନୀତ ବମ୍ବେ ଟୁ ଗୋଆକୁ ପସନ୍ଦ କରିଥିଲେ ଦର୍ଶକ । ୧୯୭୩ରେ ରିଲିଜ ଫିଲ୍ମ ଜଞ୍ଜିରରୁ ସଫଳତାର ସିଡି ଚଢ଼ିଥିଲେ ବିଗ୍ ବି । ନିର୍ଦ୍ଦେଶକ ପ୍ରକାଶ ମେହେରାଙ୍କ କ୍ରାଇମ୍ ଥ୍ରୀଲର୍ ଜଞ୍ଜିର ସିନେମାରେ ପୋଲିସ ଇନିସପେକ୍ଟର ବିଜୟ ଭୂମିକାରେ ଅଭିନୟ କରି ବଲିଉଡରେ ଆଙ୍ଗ୍ରି ୟଙ୍ଗମ୍ୟାନ୍ ଧାରା ସୃଷ୍ଟି କରିଥିଲେ । ରାତାରାତି ପାଲଟିଗଲେ ସୁପରଷ୍ଟାର୍ । ଜଞ୍ଜିର ପରେ ଆଉ ପଛକୁ ଫେରି ନାହାନ୍ତି ଅମିତାଭ ବଚ୍ଚନ । ବଲିଉଡକୁ ଦେଇ ଚାଲିଲେ ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ । ଆଜି ବି ୱାର୍କ ଫ୍ରଣ୍ଟରେ ଆକ୍ଟିଭ ରହିଛନ୍ତି ଅମିତାଭ । ସବୁ ଦିନ ୧୫ ଘଣ୍ଟା ଯାଏ କାମ କରୁଛନ୍ତି ।


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.