ପ୍ରମୂଖ ଖବର
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟତ୍ ତାର, ସଂସ୍ପର୍ଶରେ ଆସି ଗୋଳାବାରୁଦ କାରଖାନା କର୍ମଚାରୀ ଗୁରୁତର

Published By : Swapna Ray | July 13, 2025 9:21 AM

ସଇଁତଳା, ୧୩।୭: ବଲାଙ୍ଗୀର ଜିଲ୍ଲା ସଇଁତଳା ବଡ଼ମାଳ ଗୋଳାବାରୁଦ କାରଖାନା କର୍ମଚାରୀ ଗୁରୁତର । ଜଙ୍ଗଲରେ ଜଙ୍ଗଲୀ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ସେ ଗୁରୁତର ହୋଇଥିବା ଜଣାପଡ଼ିଛି । କର୍ମଚାରୀ ଜଣକ ବିପିବିହାରୀ ଏକ୍କା ବୋଲି ଜଣାପଡ଼ିଛି । ସୂଚନାନୁସାରେ, ବିପିବିହାରୀ କୌଣସି କାମ ପାଇଁ ଡିଏସି ଲାଇନ ପାଖ ଅଞ୍ଚଳକୁ ଯାଇଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ । ପରେ ତାଙ୍କୁ ତୁରନ୍ତ ସ୍ଥାନୀୟ ଡାକ୍ତର ଖାନାରେ ପ୍ରାଥମିକ ଚିକିତ୍ସା ପରେ ଅନ୍ୟତ୍ର ଡାକ୍ତରଖାନାକୁ ନିଆଯାଇଛି । 

ଅନ୍ୟପକ୍ଷେ କାରଖାନା କର୍ତ୍ତୃପକ୍ଷ ଡାକବାଜି ଯନ୍ତ୍ର ଦ୍ୱାରା କର୍ମଚାରୀମାନେ ଜଙ୍ଗଲ ଅଞ୍ଚଳକୁ ନ ଯିବା ପାଇଁ ପରାମର୍ଶ ଦେଇଛନ୍ତି । ପ୍ରକାଶ ଥାଉକି ଗତ କିଛି ମାସ ପୂର୍ବରୁ ସେହି ଜଙ୍ଗଲରୁ ବାର୍‌ହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାର ଫାଶରେ ପଡ଼ିଥିବା ଏକ ମୃତ ବାର୍‌ହାକୁ ବନବିଭାଗ ଜବତ କରିଥିଲେ । ଏଥିସହ ସମ୍ପୃକ୍ତ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା । ପୁନର୍ବାର ଏଭଳି ଘଟଣା ଦେଖାଦେଇଥିବାରୁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାରୀ ମାତିଥିବା ଆଲୋଚନା ହେଉଛି ।  

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.