ପ୍ରମୂଖ ଖବର
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବୃଦ୍ଧଙ୍କୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ

Published By : Rasmita Pradhan | October 12, 2024 8:43 AM

ନିଶ୍ଚିନ୍ତକୋଇଲି, ୧୨/୧୦ : ବୃଦ୍ଧଙ୍କୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ। ଶୁକ୍ରବାର ବିଳମ୍ବିତ ରାତିରେ କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଲେଣ୍ଡୁରା ଭଗବାନପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର ଅବସ୍ଥାରେ ବୃଦ୍ଧଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, ନେମାଳ ଥାନା ଲେଣ୍ଡୁରା ଭଗବାନପୁର ଗାଁର ୬୫ ବର୍ଷୀୟ ବୃଦ୍ଧ ଜୁଲିଆ ଭୋଇ ଶୁକ୍ରବାର ରାତିରେ ନିଜ ଘରେ ଶୋଇଥିଲେ। ବିଳମ୍ଵିତ ରାତିରେ କେହି ଦୁର୍ବୃତ୍ତ ଆସି ଜୁଲିଆ ଭୋଇଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସ୍ଵାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୂର୍ବ ଶତ୍ରୁତାରୁ ଜୁଲିଆଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ କରାଯାଇଛି। ତେବେ କିଏ ଓ କାହିଁକି ଏହି ଘଟଣା ଘଟାଇଛି ତାହା ଜଣାପଡ଼ି ନାହିଁ। ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। 




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.