ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ଫାଇନାନ୍ସ କମ୍ପାନୀ କାର୍ଯ୍ୟାଳୟରୁ ଲୁଟ ଉଦ୍ୟମ, ଜଣେ ଅଟକ

Published By : Harapriya Sethi | December 5, 2024 1:08 PM

ଫୁଲବାଣୀ,୦୫/୧୨: ବୁଧବାର ବିଳମ୍ବିତ ରାତିରେ ସ୍ଥାନୀୟ ଫୁଲବାଣୀ ସାହିରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ କାର୍ଯ୍ୟାଳୟରୁ ଲୁଟ୍‌ ଉଦ୍ୟମ ହୋଇଛି । ଦୁର୍ବୁତ୍ତଙ୍କ ସହ ଧସ୍ତାଧସ୍ତି ବେଳେ ଦୁଇ କର୍ମଚାରୀ ଆହତ ହୋଇଛନ୍ତି । ଆହତ ହୋଇଥିବା କର୍ମଚାରୀ ଦ୍ୱୟ ଶ୍ରୀକାନ୍ତ ପ୍ରଧାନ ଓ ଲିଖନ ମଲ୍ଲିକ ବୋଲି ଜଣା ପଡିଛି । ଏହି ଘଟଣାରେ ଜଣଙ୍କୁ ପେଲିସ ଅଟକ ରଖିଥିବା ବେଳେ ଅନ୍ୟ ଦୁଇ ଜଣ ଫେରାର ହୋଇ ଯାଇଛନ୍ତି । କନ୍ଧମାଳ ଜିଲ୍ଲା ଫୁଲବାଣୀ ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଅଧିକାରୀ ଫାଇନାନ୍ସ କମ୍ପାନୀର ତିନିଜଣ କର୍ମଚାରୀ ଦୁଇ ଲକ୍ଷରୁ ଉର୍ଦ୍ଧ୍ବ ଋଣ ଟଙ୍କା ଆଦାୟ କରି କାର୍ଯ୍ୟାଳୟରେ ବସି ଗଣତି କରୁଥିଲେ । ଏହି ସମୟରେ ହଠାତ୍ ତିନି ଜଣ ମୁଖାଧାରୀ ସେଠାରେ ପହଞ୍ଚି ଥିଲେ । ଜଣେ କାର୍ଯ୍ୟାଳୟ ବାହାରେ ଥିବା ବେଳେ ଅନ୍ୟ ଦୁଇଜଣ ଭିତରେ ପଶି କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଟଙ୍କା ମାଗିଥିଲେ । କର୍ମଚାରୀମାନେ ଟଙ୍କା ନଦେବାରୁ ଦୁର୍ବୃତ୍ତଙ୍କ ସହ ଧସ୍ତାଧସ୍ତି ହୋଇଥିଲା । ଏଥିରେ ଦୁଇ କର୍ମଚାରୀ ଶ୍ରୀକାନ୍ତ ପ୍ରଧାନ ଓ ଲିଖନ ମଲ୍ଲିକ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ଜଣେ ଦୁର୍ବୃତ୍ତକୁ କାବୁ କରିବାରେ ସକ୍ଷମ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲେ । ପରେ ତୁରନ୍ତ ଏହି ଘଟଣା ସମ୍ପର୍କରେ ପୋଲିସକୁ ଖତବର ଦେଇଥିଲେ । ଖବର ପାଇ ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ସେଠାରେ ପହଞ୍ଚି ଆହତଙ୍କୁ ଚିକିତ୍ସା କରାଇବା ସହ ଜଣେ ଦୁର୍ବୃତ୍ତକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଘଟଣା ସ୍ଥଳରୁ ଗୋଟିଏ ରିଭଲଭର ଜବତ ହୋଇଛି । ତେବେ କେତେ ଟଙ୍କା ଲୁଟ୍ ହୋଇଛି, ସେ ନେଇ ସ୍ପଷ୍ଟ ସୂଚନା ମିଳି ପାରିନାହିଁ । ଏନେଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ କନକ କୁମାର ମାଝୀ ସୂଚନା ଦେଇଛନ୍ତି । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.