ପ୍ରମୂଖ ଖବର
  • ଚତୁର୍ଥ ଟି-ଟ୍ୱେଣ୍ଟ; ଜିମ୍ବାଓ୍ବେକୁ ୧୦ ୱିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ, ଆଜି ପଞ୍ଚମ ମୁକାବିଲା
  • ||
  • ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ସୁଟର ମୃତ
  • ||
  • ପାଞ୍ଚ ଦଶନ୍ଧିର ଘଟିବ ଅନ୍ତ, ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଫିଟିବ ତାଲା
  • ||
  • ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ
  • ||

ଗାଧୋଇବା ବେଳେ ମହାନଦୀରେ ବୁଡ଼ିଗଲେ ବୃଦ୍ଧା, ଉଦ୍ଧାର କଲା ଅଗ୍ନିଶମ ବାହିନୀ

କଟକ, ୧୧/୦୭ : କଟକ ଜୋବ୍ରା ବ୍ୟାରେଜ୍ ନିକଟରେ ଅଘଟଣ। ଗୁରୁବାର ସକାଳେ ଗାଧୋଇବା ବେଳେ ମହାନଦୀରେ ବୁଡ଼ିଗଲେ ବୃଦ୍ଧା। ଉଦ୍ଧାର କଲା କଟକ ଅଗ୍ନିଶମ ବାହିନୀ। 

ସୂଚନାନୁଯାୟୀ, ବାରଙ୍ଗ ଅଞ୍ଚଳର ମୋହିନୀ ଜେନା ନାମକ ଜଣେ ୬୫ ବର୍ଷୀୟା ବୃଦ୍ଧା ଜୋବ୍ରା ବ୍ୟାରେଜ୍ ନିକଟକୁ ଗାଧୋଇବାକୁ ଆସିଥିଲେ। ଏହି ସମୟରେ ସେ ମହାନଦୀରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ କଟକ ଅଗ୍ନିଶମ ବାହିନୀ ପହଞ୍ଚିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ବୃଦ୍ଧାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ତାଙ୍କର ସ୍ଵାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.