ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅନିଲ-ହଂସିକା, ପୂର୍ବରୁ ଖାରଜ ହୋଇଥିଲା ଆବେଦନ

Published By : prameya | February 8, 2025 8:13 AM

ଭୁବନେଶ୍ୱର, ୦୮/୦୨: ଜାମିନ ପାଇଁ ଏଥର ହାଇକୋର୍ଟରେ ଆବେଦନ କଲେ ଅନିଲ ଏବଂ ହଂସିକା । ଭୁବନେଶ୍ୱର ଅତିରିକ୍ତ ଦୌରା ଜଜ୍ ଜାନୁଆରୀ ୧୮ ତାରିଖରେ ଜାମିନ ଖାରଜ କରିଥିଲେ । ଏହା ପରେ ଉଭୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ପୁଣି ଥରେ ଜାମିନ ପାଇଁ ଆବେଦନ କରିଛନ୍ତି । ଇନ୍‌ଫୋସିଟି ଥାନାରେ ରୁଜୁ ହୋଇଥିବା ମାମଲାରେ ଉଭୟ ପୃଥକ ପୃଥକ ଜାମିନ ଆବେଦନ କରିଛନ୍ତି । 

ଗାଁ ଲୋକଙ୍କୁ ଖଣ୍ଡାରେ ଆକ୍ରମଣ ଉଦ୍ୟମ କଲେ ଯୁବକ, ଅଭିଯୁକ୍ତ ଗିରଫ

କହିରଖୁ କି, ହାଇ ପ୍ରୋଫାଇଲ୍‌ ଠକେଇ ମାମଲାରେ ଅନିଲ-ହଂସିକାଙ୍କ ଜାମିନ ଖାରଜ କରିଥିଲେ ଭୁବନେଶ୍ଵର ଏଡିଜେ ୨ କୋର୍ଟ । ଜାନୁଆରୀ ୧୮ ତାରିଖରେ ଉଭୟଙ୍କ ଶୁଣାଣି ହୋଇଥିଲା । ଶୁଣାଣି ପରେ ରାୟ ସଂରକ୍ଷିତ ରଖିଥିଲେ କୋର୍ଟ । ଉଭୟଙ୍କୁ ୫ ଦିନ ପାଇଁ ରିମାଣ୍ଡରେ ନେବାକୁ ଏଡିଜେ ୨ କୋର୍ଟରେ ଆବେଦନ କରିଥିଲା କମିଶନରେଟ ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.