ପ୍ରମୂଖ ଖବର
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଆଉ ଜଣଙ୍କ ଜୀବନ ନେଲା ନରହନ୍ତା ଦନ୍ତା, ତିନିଦିନରେ ଚାରିଜଣଙ୍କ ମୃତ୍ୟୁକୁ ନେଇ ଅଡୁଆରେ ବନବିଭାଗ

ବେତନଟୀ,୨୬/୦୯: ଘରେ ପଶି ଶୋଇଥିବା ମହିଳାଙ୍କୁ ଘୋଷାଡ଼ି ଆଣି କଚାଡି ମାରିଲା ନରହନ୍ତା ଦନ୍ତା । ମୃତ ମହିଳା ଜଣକ ରାଧିକାଶୋଳ ଗ୍ରାମର ସୀତାରାମ ହାଁସଦାଙ୍କ ସ୍ତ୍ରୀ ମାନକା ହାଁସଦା(୩୫) ବୋଲି ଜଣାପଡ଼ିଛି । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ବାରିପଦା ରେଞ୍ଜ ଅଧୀନ ରାଧିକାଶୋଳ ଗ୍ରାମରେ ଏଭଳି ଅଘଟଣ ଘଟିଛି । 

ସୂଚନା ମୁତାବକ, ଗାଁକୁ ବଣୁଆହାତୀ ଅନୁପ୍ରବେଶ କରିବାର ସମ୍ଭାବନାକୁ ଦୃଷ୍ଟିରେ ରଖି ବନବିଭାଗ ପକ୍ଷରୁ ଘରୁ ନବାହାରିବାକୁ ଡକାବାଜି ଯନ୍ତ୍ରଦ୍ୱାରା ପ୍ରଚାରକରି ଗ୍ରାମବାସୀଙ୍କୁ ସତର୍କ କରାଯାଇଥିଲା । ଗ୍ରାମବାସୀ ନିଜନିଜ ଘରେ ଶୋଇଥିବା ବେଳେ ବେତନଟୀ ରେଞ୍ଜଇଲାକାରେ ବିଚରଣ କରୁଥିଲା ଦନ୍ତା । ଏହି ସମୟରେ ୧୮ନମ୍ୱର ଜାତୀୟ ରାଜପଥ ଅତିକ୍ରମ କରି ଭୋର ତିନିଟା ପାଖାପାଖି ସମୟରେ ରାଧିକାଶୋଳ ଗ୍ରାମରେ ପ୍ରବେଶ କରି ତିନି ଚାରିଟି ଘର ଭାଙ୍ଗି ଦେଇଥିଲା ଦନ୍ତା । ଏହି ସମୟରେ ମାନକା ଏବଂ ତାଙ୍କ ସ୍ୱାମୀ ଘରେ ଶୋଇଥିଲେ । ଶୋଇଥିବା ଅବସ୍ଥାରେ ମାନକାଙ୍କୁ ଘୋଷାଡ଼ି ଆଣି ଘର ଅଗଣାରେ କଚାଡି ଦଳି ଦେଇଥିଲା ଦନ୍ତା । ଫଳରେ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ ମାନକା । ପାଖରେ ଶୋଇଥିବା ସ୍ୱାମୀ ସୀତାନାଥ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଏଭଳି ଘଟଣାକୁ ନେଇ ଗ୍ରାମରେ ଚହଳ ପଡିଯାଇଥିଲା । ତେବେ ଏହି ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଥିବାବେଳେ ବନବିଭାଗର ଅପାରଗତାକୁ ନେଇ ଅସନ୍ତୋଷ ବୃଦ୍ଧି ପାଇଛି । 

ଅନ୍ୟପଟେ ଗୁରୁବାର ସକାଳେ କୃଷ୍ଣଚନ୍ଦ୍ରପୁର ଫାଣ୍ଡି ଅଧିକାରୀ ଏଏସଆଇ ସୂତାର କୁମାର ମହାନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ବାରିପଦା ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛନ୍ତି । ତେବେ ବାରମ୍ବାର ବନବିଭାଗର ଅବହେଳା ଏବଂ ଅପାରଗତା ପାଇଁ ହାତୀ ଜନବସତି ଭିତରେ ପଶି ଧନଜୀବନ ହାନି କରୁଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଲାଗିରହିଛି । ନରହନ୍ତା ଦନ୍ତା ଆକ୍ରମଣରେ ବିଗତ ତିନିଦିନରେ ଚାରିଜଣଙ୍କ ମୃତ୍ୟୁ ଘଟଣା ବନବିଭାଗ ପାଇଁ ମଧ୍ୟ ଅଡୁଆ ସ୍ଥିତି ସୃଷ୍ଟି କରିଛି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.