ପ୍ରମୂଖ ଖବର
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ପ୍ରତିକୃତି ନିର୍ମାଣ କରି ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପୁରୀର ଭାସ୍କର୍ଯ୍ୟ ଶିଳ୍ପୀ ଶ୍ରୀଧର ଦାସ

ପୁରୀ, ୧୭/୦୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିକୃତି ନିର୍ମାଣ କରି ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଲେ ପୁରୀର ଭାସ୍କର୍ଯ୍ୟ ଶିଳ୍ପୀ ଶ୍ରୀଧର ଦାସ। ୨୦ କିଲୋ ମାଟିରେ ସେ ପ୍ରଧାନମନ୍ତ୍ରୀଙ୍କର ଏକ ପ୍ରତିକୃତି ନିର୍ମାଣ କରିଛନ୍ତି। ଏଥିପାଇଁ ତାଙ୍କୁ ପ୍ରାୟ ୫ ଘଣ୍ଟା ସମୟ ଲାଗିଥିଲା। ତେବେ ପ୍ରଧାନମନ୍ତ୍ରୀଙ୍କ ପାଇଁ ପ୍ରତିବର୍ଷ ବିଭିନ୍ନ ପ୍ରକାରର ପ୍ରତିମୂର୍ତ୍ତି ନିର୍ମାଣ କରି ଜନ୍ମଦିନର ଶୁଭେଚ୍ଛା ଜଣାନ୍ତି ଶ୍ରୀଧର।


ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ସେ ୭୪ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି। ଜନ୍ମଦିନ ଅବସରରେ ସେ ଓଡ଼ିଶା ଆସିଛନ୍ତି। ଏହି ଅବସରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏହା ସହ ଗାଡ଼କଣ ଶବର ସାହି ବସ୍ତିରେ ପିଏମ୍‌  ଆବାସ ପାଇଥିବା ହିତାଧିକାରୀଙ୍କ ଗୃହ ଉଦ୍‌ଘାଟନ କରିବେ। ରାଜ୍ୟର ରେଳ ଭିତ୍ତିଭୂମି ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ବହୁ  ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପର ଶୁଭାରମ୍ଭ କରିବେ । ମୋଟ ୨୮୭୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ । କଳିଙ୍ଗ ଷ୍ଟାଡିୟମରେ ନିର୍ମାଣ  ହୋଇଥିବା ବ୍ୟାଡମିଣ୍ଟନ ଏଚ୍‌ପିସି ‘ସଟଲ୍‌’କୁ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ। 

    


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.