ପ୍ରମୂଖ ଖବର
  • କଳିଙ୍ଗନଗର : ମଝିଆଁ ଭାଇର ଖଣ୍ଡା ଚୋଟରେ ବଡ଼ ଭାଇ ଗୁରୁତର
  • ||
  • ପାଟଣାଗଡ଼ : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • ହୃତଘାତରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପତ୍ନୀ ବିୟୋଗ, ଚାରୁଶୀଳା ଆଚାର୍ଯ୍ୟଙ୍କ କରାଯିବ ଚକ୍ଷୁଦାନ
  • ||
  • ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • ଭୁବନେଶ୍ୱର : ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • କଟକ : ପିଇବା ପାଣି ପାଇଁ ରାସ୍ତାରୋକ; ଗରା ଓ ବାଲଟି ଧରି ରାସ୍ତାରେ ବସିଲେ ମହିଳା
  • ||
  • ଗୁରୁବାର ସୁଦଶା ବ୍ରତ: ଜାଣନ୍ତୁ ସୁଦଶା ବ୍ରତର ମାହାତ୍ମ୍ୟ, ପୂଜା ବିଧି
  • ||
  • ଗଞ୍ଜାମ : ଅଜଣା ଗାଡି ଧକ୍କାରେ ଆଇନଜୀବୀ ମୃତ, ଥାନାରେ ମାମଲା ରୁଜୁ
  • ||
  • ବିଶିଷ୍ଟ ପରିବେଶବିତ୍ ମେଧା ପାଟେକର ଅଟକ,କାଶୀପୁର ବ୍ଲକରେ ହେବାକୁ ଥିବା ଜନ ସମାବେଶରେ ହୋଇଥାନ୍ତେ ସାମିଲ
  • ||
  • ରଥ ଖଳା ହାଲ୍‌ଚାଲ୍‌: ପଡ଼ିଲା ରଥର ପ୍ରଥମ ଫ୍ରେମ୍, ଆଗକୁ ଦଣ୍ଡା କଣ୍ଟା ଅନୁକୂଳ
  • ||
  • କଟକ : ମହୁମାଛି ଆକ୍ରମଣରେ ବୃଦ୍ଧା ମୃତ, ଜଣେ ଗୁରୁତର
  • ||
  • ଆଗକୁ ବଢ଼ିବାର ନାଁ ନେଉନି ମୌସୁମୀ: ଭୀଷଣ ଗ୍ରୀଷ୍ମପ୍ରବାହ ଆଲର୍ଟ, ୭ରେ କିଛି ସ୍ଥାନରେ ୪୨ ଡିଗ୍ରୀ ଟପିବ ତାତି
  • ||
  • କଳାହାଣ୍ଡି : ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‌; ଜଣେ ମୃତ, ୫ ଗୁରୁତର
  • ||

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: କୋର୍ଟରେ ହାଜର ହେଲେ ଅରୁଣ ବୋଥ୍ରା

Published By : Harapriya Sethi | December 23, 2024 11:52 AM

ବଲାଙ୍ଗୀର ୨୩/୧୨: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା। ପାଟଣାଗଡ଼ ଏଡିଜେ କୋର୍ଟରେ ଦ୍ୱିତୀୟ ଥର ସାକ୍ଷ୍ୟ ଦେବା ପାଇଁ ପହଞ୍ଚିଲେ ତତ୍କାଳୀନ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା । ଏହି ମାମଲାରେ ପୂର୍ବରୁ ୬୮ଜଣ ସାକ୍ଷୀ ଥିବାବେଳେ ଅତିରିକ୍ତ ଜିଲ୍ଲା ଓ ଦୌରାଜଜରେ ୫୧ ନମ୍ବର ସାକ୍ଷୀ ଭାବେ ମୃତ ସୌମ୍ୟଶିଖରଙ୍କ ପତ୍ନୀ ରିମାରାଣୀ ସାହୁଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିଲା । ଏଥିପାଇଁ ସେ ନିର୍ଦ୍ଧାରିତ ସମୟରେ କୋର୍ଟରେ ଉପସ୍ଥିତ ହୋଇଥିଲେ ।

ମାମଲାରୁ ଜଣାଯାଇଛି ଯେ, ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ର ଜ୍ୟୋତି ବିକାଶ ଜୁନିଅର କଲେଜ୍‌ରେ ପୁଞ୍ଜିଲାଲ୍‌ ମେହେର ଅଧ୍ୟାପକ ଭାବେ କାମ କରୁଥିଲେ । ବୃତ୍ତିଗତ ଶତ୍ରୁତାକୁ କେନ୍ଦ୍ର କରି ସେ ସେହି କଲେଜ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଘରକୁ ପାର୍ସଲ ବୋମା ପଠାଇଥିଲେ । ସଂଯୁକ୍ତାଙ୍କ ପୁଅ ସୌମ୍ୟଶେଖର ସାହୁଙ୍କ ବାହାଘର ୨୦୧୮ ମସିହା ଫେବ୍ରୁଆରୀ ୧୭ ତାରିଖରେ ହୋଇଥିଲା । ବିବାହ ଭୋଜିରେ ପୁଞ୍ଜିଲାଲ୍‌ ପାର୍ସଲ୍‌ ଉପହାର ଭାବେ ବୋମା ପଠାଇଥିଲେ । ୨୩ ତାରିଖ ଦିନ ଏହି ଗିଫ୍ଟ ପାର୍ସଲ୍‌ ଖୋଲିବାବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ସୌମ୍ୟ ଶେଖର ଓ ତାଙ୍କ ଜେଜେ ମା’ଙ୍କର ମୃତ୍ୟୁ ହୋଇଯାଇଥିବାବେଳେ ନବବିବାହିତା ପତ୍ନୀ ରୀମା ଗୁରୁତର ଭାବେ ଆହତ ହୋଇଥିଲେ । ଏହି ଘଟଣା ଜାତୀୟସ୍ତରରେ ଆଲୋଡନ ସୃଷ୍ଟି କରିଥିଲା । ବହୁ ଘଣ୍ଟାଚକଟା ପରେ କ୍ରାଇମ୍‌ବ୍ରାଞ୍ଚ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫ ତାରିଖରେ ଗିରଫ କରିଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.