ପ୍ରମୂଖ ଖବର
  • ରଥଯାତ୍ରା ପରିଚାଳନା ଭକ୍ତ ଓ ଭଗବାନଙ୍କ ବଦଳରେ ଭିଆଇପି କେନ୍ଦ୍ରୀତ ଥିଲା : ଭକ୍ତ
  • ||
  • ଗଞ୍ଜାମ : ବ୍ରାହ୍ମଣିଆପଲ୍ଲୀ ଗାଁରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ଶରଧାବଲି ଘଟଣାରେ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ରାଶି
  • ||
  • ଶରଧାବାଲି ଅଘଟଣରେ ବଡ଼ ଆକ୍ସନ, ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍‌ପି, ..IAS ଚଞ୍ଚଲ ରଣା ଏବଂ IPS ପିନାକ ମିଶ୍ରକୁ ମିିଳିଲା ଗୁରୁଦାୟିତ୍ବ
  • ||
  • ମୟୂରଭଞ୍ଜ : ମୋରଡାରେ ବନ୍ୟା ପରିସ୍ଥିତି: ପୋଲ ଉପରେ ଚାଲୁଛି ବନ୍ୟାଜଳ
  • ||
  • ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ନୀତିଗତ ନିଷ୍ପତ୍ତି, ରାଜ୍ୟର ଶିଶୁବାଟିକାରେ ନିଯୁକ୍ତ ହେବେ ‘ଶିଶୁ ସେବିକା’
  • ||
  • ରାଜଧାନୀରେ ଡେଙ୍ଗୁର କାୟା ବିସ୍ତାର: ୧୦୦ ମୁହାଁ ରୋଗୀ ସଂଖ୍ୟା, ଜୁନ୍‌ରେ ସର୍ବାଧିକ ପଜିଟିଭ
  • ||
  • କେନ୍ଦୁଝର : ପାନ ଦୋକାନରେ କଳାକନା ବୁଲାଇଲେ ଲୁଟେରା, ତାଲା ଭାଙ୍ଗି ନେଇଗଲେ ଦାମୀ ସାମଗ୍ରୀ
  • ||
  • ଶରଧାବାଲିରେ ତିନି ରଥ, ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତୀ, ଅପରାହ୍ନରେ ଆଡ଼ପ ପହଣ୍ଡି
  • ||
  • କିଏ ହେବେ ରାଜ୍ୟ ବିଜେପି ସଭାପତି ? ଆଜିଠୁ ତିନି ଦିନ ଚାଲିବ ନିର୍ବାଚନ ପ୍ରକ୍ରିୟା, ବିହାର ସାଂସଦ ସଞ୍ଜୟ ଜୟସ୍ୱାଲ ପର୍ଯ୍ୟବେକ୍ଷକ
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା, ଆଜି ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||
  • ରଥଯାତ୍ରାରେ ବିଭ୍ରାଟ; ଶରଧାବାଲିରେ ବଡ଼ ଧରଣର ଠେଲାପେଲା, ୩ ଶ୍ରଦ୍ଧାଳୁ ମୃତ
  • ||

ରଥଯାତ୍ରା ପରିଚାଳନା ଦାୟିତ୍ବରେ ଅରବିନ୍ଦ ଅଗ୍ରଓ୍ବାଲ; ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି

Published By : Manash Sahoo | June 29, 2025 7:14 PM

ଭୁବନେଶ୍ବର, ୨୯/୦୬: ବରିଷ୍ଠ ଆଇଏଏସ ଅଧିକାରୀ ଅରବିନ୍ଦ ଅଗ୍ରଓ୍ବାଲଙ୍କୁ ରଥଯାତ୍ରା ପରିଚଳନା ଦାୟିତ୍ବ । ଉଚ୍ଚ ଶିକ୍ଷା ବିଭାଗର ସଚିବ ଦାୟିତ୍ବ ସହ ରଥ ପରିଚାଳନା ଅତିରିକ୍ତ ଦାୟିତ୍ବ ତୁଲାବେ ଅରବିନ୍ଦ ଅଗ୍ରଓ୍ବାଲ । ସୁପରଭିଜନ ପାଇଁ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ  ନିର୍ଦ୍ଦେଶନାମା ଜାରି ହୋଇଛି ।  

ଶରଧାବାଲିରେ ତିନି ରଥ ସମ୍ମୁଖରେ ଦଳାଚକଟା ପରେ  ସମ୍ପୂର୍ଣ୍ଣ ରଥଯାତ୍ରା ପରିଚାଳନା ଦାୟିତ୍ୱ ଆଇଏଏସ ଅରବିନ୍ଦ ଅଗ୍ରୱାଲଙ୍କୁ ଦିଆଯାଇଛି । ପୂର୍ବରୁ ସେ ପୁରୀ ଜିଲ୍ଲାପାଳ ଭାବେ ଦାୟିତ୍ବ ତୁଲାଇଛନ୍ତି । ରଥଯାତ୍ରା ନେଇ ଅରବିନ୍ଦ ଅଗ୍ରଓ୍ବାଲଙ୍କ ଅଭିଜ୍ଞତା ରହିଛି । ତେଣୁ ରାଜ୍ୟ ସରକାର ତାଙ୍କୁ ଏହି ଗୁରୁଦାୟିତ୍ବ ଦେଇଛନ୍ତି । 

ରବିବାର ଭୋରୁ ପହୁଡ଼ ଖୋଲିବା ପରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଉତ୍କଣ୍ଠା  ବଢ଼ିଥିଲା । ପ୍ରବଳ ଭିଡ଼ କାରଣରୁ ଲୋକଙ୍କ ମଧ୍ୟରେ ଠେଲାପେଲା ଲାଗିଥିଲା । ଧାଁ ଦୌଡ଼ ଭିତରେ ଲୋକଙ୍କ ମଧ୍ୟରେ ଦଳାଚକଟା ଲାଗିଥିଲା । ଆଉ ଏହି ଭିଡ଼ରେ ୩ଜଣ ଶ୍ରଦ୍ଧାଳୁଙ୍କ ଜୀବନ ଯାଇଛି । ସେହିପରି ୬ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରି ଚିକିତ୍ସା କରାଯାଉଛି । ଏହି ଦଳାଚକଟା ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି । ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ ।

ଏହା ସହିତ ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ମଧ୍ୟ ବଦଳି କରାଯାଇଛି । ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍‌ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି । ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.