ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ମେଣ୍ଟ ଚର୍ଚ୍ଚାକୁ କେଜ୍ରିୱାଲଙ୍କ ଖଣ୍ଡନ, କହିଲେ ଦିଲ୍ଲୀରେ ଏକା ଲଢିବ ଆପ୍

Published By : Ankita S | December 1, 2024 2:54 PM

ନୂଆଦିଲ୍ଲୀ,୦୧/୧୨: ଜାତୀୟ ରାଜଧାନୀ ଦିଲ୍ଲୀରେ ଆସନ୍ତାବର୍ଷ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଏ ନେଇ କଂଗ୍ରେସ ସହ ଆପର ମେଣ୍ଟ ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀରେ କୌଣସି ମେଣ୍ଟ କରିବନାହିଁ ଆମ ଆଦମୀ ପାର୍ଟି । ବିଧାନସଭା ନିର୍ବାଚନରେ ଏକା ଲଢିବା ଆପ୍ ବୋଲି ଦଳର ମୁଖ୍ୟ ଅରବିନ୍ଦ କେଜ୍ରିୱାଲ କହିଛନ୍ତି ।

ଦିଲ୍ଲୀ ବିଧାନସବା ନିର୍ବାଚନ ନେଇ ଆମ୍ ଆଦମୀ ପାର୍ଟି ଓ କଂଗ୍ରେସ ମେଣ୍ଟ କରିପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା । ମାତ୍ର ଏହି କଥାକୁ ଅସ୍ବୀକାର କରିଛନ୍ତି ଆପ୍ ସଂଯୋଜକ ଅରିବନ୍ଦ କେଜ୍ରିୱାଲ । ଦିଲ୍ଲୀରେ ଆପ୍ କୌଣସି ମେଣ୍ଟ କରିବ ନାହିଁ । ନିର୍ବାଚନରେ ଏକା ଲଢିବ । ଆପ୍ କୌଣସି ମିଳିତ ମଞ୍ଚ ଗଠନ କରିବ ନାହିଁ । ସମସ୍ତ ଆସନରୁ ଏକା ଲଢିବ । କଂଗ୍ରେସ ନେତୃତ୍ବାଧୀନ ଇଣ୍ଡିଆ ମିଳିତ ମଞ୍ଚରେ ଆପ୍ ଏକ ସଦସ୍ୟ ଥିଲେ ବି ଦିଲ୍ଲୀରେ ଦଳ କୌଣସି ମେଣ୍ଟ କରିବ ନାହିଁ ବୋଲି କହିଛନ୍ତି ଅରବିନ୍ଦ କେଜ୍ରିୱାଲ ।

ଆସନ୍ତାବର୍ଷ ପେବୃଆରୀରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ । ତାରିଖ ଘୋଷଣା ହୋଇନଥିଲେ ସୁଦ୍ଧା ୧୪ ଜଣିଆ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିସାରିଛି ଆପ୍ । ବର୍ତ୍ତମାନ ଦିଲ୍ଲୀରେ ଆପ୍ ସରକାର ଚାଲିଛି । ୭୦ ବିଧାନସଭା ଆସନରୁ ଆପ୍ ୬୨ ଆସନ କବଜା କରିଛି । ଅରବିନ୍ଦ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ଥିଲେ । ଅବକାରୀ ନୀତି ଦୁର୍ନୀତି ମାମଲାରେ ଇଡି ତାଙ୍କୁ ଗିରଫ କରିବା ପରେ ସେ ମୁଖ୍ୟମନ୍ତ୍ରୀ ପଦକୁ ଇସ୍ତଫା ଦେଇଥିଲେ । ଏହା ପରେ ଆତିଶୀ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହୋଇଥିଲେ ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.