ପ୍ରମୂଖ ଖବର
  • ସାଲେପୁର : ଝରକା ଚାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ କରିବ ଏଏସ୍ଆଇ, ଗୁପ୍ତ ସୁଡ଼ଙ୍ଗର କରାଯିବ ଅନୁସନ୍ଧାନ

ପୁରୀ, ୧୭।୯ :  ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ଯାଞ୍ଚ ୧୮ ତାରିଖ ତଥା ବୁଧବାର    କରିବ ଏଏସଆଇ। ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ସେନେଇ ଅନୁଧ୍ୟାନ କରିବ । ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରାଯାଇ ଏବଂ ସରକାରଙ୍କ ଏସଓପି ଅନୁଯାୟୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଯାଞ୍ଚ କରାଯିବ। ଏହି ଯାଞ୍ଚ ପ୍ରକ୍ରିୟା ଶେଷ ହେବା ପରେ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି। 

ଏଏସଆଇ ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ଯାଞ୍ଚ  ଆସନ୍ତା କାଲି କରିବ। ରତ୍ନଭଣ୍ଡାରର ଭୂମି ତଳେ ସୁଡ଼ଙ୍ଗ ଅଛି କି ନାହିଁ ତାହାର ସନ୍ଧାନ ପାଇଁ ଜିପିଆର ସର୍ଭେ କରିବ । ଏଥିସହିତ ରତ୍ନଭଣ୍ଡାରର କାନ୍ଥ ଗୁଡ଼ିକର ଲେଜର ସ୍କାନିଂ କରାଯାଇ କାନ୍ଥର ଅପରପାର୍ଶ୍ବରେ କିଛି କୋଠରୀ ଅଛି କି ନାହିଁ ତାହାର ମଧ୍ୟ ସନ୍ଧାନ କରାଯିବ। ତେବେ ବୁଧବାର ଅପରାହ୍ନ ଗୋଟାଏରୁ ରତ୍ନଭଣ୍ଡାରରେ ଏଏସଆଇ ଅଧିକାରୀ ପ୍ରବେଶ କରି ସମସ୍ତ ଦିଗକୁ ଯାଞ୍ଚ କରିବେ। 

 ସୂଚନାଯୋଗ୍ୟ ଯେ,  ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଏକ କମିଟି ଗଠନ ହୋଇଥିଲା। ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧକ୍ଷତାରେ ରତ୍ନଭଣ୍ଡାର ତଦାରଖ କମିଟି ଗଠନ କରାଯାଇଥିଲା। ଗତ ଜୁଲାଇ ୧୪ ତାରିଖରେ ପ୍ରଥମେ ବାହାର ରତ୍ନଭଣ୍ଡାର ଓ ୧୮ ତାରିଖରେ ଭିତର ରତ୍ନଭଣ୍ଡାର ଖୋଲାଯାଇ ସମସ୍ତ ରତ୍ନ ଅଳଙ୍କାରକୁ ଶ୍ରୀମନ୍ଦିର ଭିତରେ ଥିବା ଖଟଶେଜ ଗୃହ ଏବଂ ଚାଙ୍ଗଡ଼ା ଗୃହକୁ ସ୍ଥାନାନ୍ତର କରାଯାଇ କଡ଼ା ନିରାପତ୍ତା ବ୍ୟବସ୍ଥା ମଧ୍ୟରେ ରଖାଯାଇଛି। ତେବେ ପ୍ରଥମେ ରତ୍ନଭଣ୍ଡାରର ଯାଞ୍ଚ କାର୍ଯ୍ୟ ଶେଷ ହେବା ପରେ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଆରମ୍ଭ ହେବ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.