ପ୍ରମୂଖ ଖବର
  • ପୁରୀ : ପୁରୁଷୋତ୍ତମ ଏକ୍ସପ୍ରେସରୁ ୧୫୦ ଗୁଳି ଜବତ
  • ||
  • ଦେବଗଡ : ଯୁବତୀଙ୍କୁ ଟାଙ୍ଗିଆରେ ହାଣି ହତ୍ଯା
  • ||
  • ଭୁବନେଶ୍ୱର : ବିଷ ଇଞ୍ଜେକ୍ସନ ଦେଇ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ: ୨ ଯୁବତୀଙ୍କ ସହ ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ସୂର୍ଯ୍ୟମନ୍ଦିରରେ ବଙ୍ଗୀୟ ପର୍ଯ୍ୟଟକ ଆହତ, ଦୀର୍ଘ ସମୟ ଧରି ଫାଟକ ବାହାରେ ଠିଆ ହୋଇ ରହିଲା ଆମ୍ବୁଲାନ୍ସ
  • ||
  • ବିହାରରେ ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାରକୁ ୬ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା
  • ||
  • ବଡ଼ବିଲ ଷ୍ଟେସନ ରୋଡ଼ରେ ଅଘଟଣ, ୧୧ କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ଟେଣ୍ଟ କର୍ମଚାରୀଙ୍କ ଜୀବନ
  • ||
  • ବୌଦ୍ଧ : ବସ୍ ଭିତରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • କଟକ : କ୍ରାଇମବ୍ରାଞ୍ଚ ହାତରେ ସାଇବର ଠକ ରାକେଟ, ରାଜ୍ୟ ବାହାରୁ ୨୪ ଜଣ ଗିରଫ
  • ||
  • ମୁଣ୍ଡଳୀ ବ୍ରିଜ୍‌ରୁ ଡେଇଁ ନିଖୋଜ ହୋଇଥିଲେ ଯୁବକ, ମିଳିଲା ମୃତଦେହ
  • ||
  • ବାରିପଦା : କାର୍ଯ୍ୟରେ ଅବହେଳା ପରେ କଠୋର ପଦକ୍ଷେପ ନେଲେ ଜିଲ୍ଲାପାଳ, ୮୪୩ ଟ୍ୟାଗ୍ ଅଫିସର୍‌ଙ୍କ ଦରମା ବନ୍ଦ
  • ||
  • କେନ୍ଦୁଝର : ଅଷ୍ଟମ ବେତନ କମିଶନ ଓ ୟୁପିଏସକୁ ନେଇ ଶ୍ରମିକ ୟୁନିଅନର ସାଧାରଣ ସଭା ଅନୁଷ୍ଠିତ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜ‌ରେ ରାଗିଂ ଘଟଣା: ମୁହଁ ଖୋଲିଲେ ଦ୍ଵିତୀୟ ବର୍ଷ ଛାତ୍ର
  • ||
  • ଗଜପତିରୁ ଗୋରୁ ବୋଝେଇ ଟ୍ରକ୍ ଜବତ, ଡ୍ରାଇଭର ଅଟକ
  • ||
  • କୁହୁଡିର ଧଳା ଚାଦର ତଳେ କେନ୍ଦୁଝର ସହର, ରାସ୍ତାରେ ଗାଡି ମୋଟର ଚଳାଚଳରେ ସମସ୍ୟା
  • ||
  • ବାଲିପାଟଣା : ଗୋମାଂସ ଚୋରା ଚାଲାଣ ବେଳେ ଗାଡି ଅଟକାଇଲେ ଲୋକେ, ୩ ବସ୍ତା ଗୋମାଂସ ଜବତ
  • ||
  • ସୁନ୍ଦରଗଡ଼ : କରମଡିହିରେ ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ୫ ଜଣକୁ ନିର୍ମମ ହତ୍ୟା, ୪ ଗୁରୁତର
  • ||
  • ରାଜଧାନୀରେ ହତ୍ୟାକାଣ୍ଡ: ମାଛ ଖାଇବାକୁ ନଦେବାରୁ ଗଡିଲା ମୁଣ୍ଡ, ସହକର୍ମୀଙ୍କୁ ପନିକିରେ ହାଣିଲା ଦୁର୍ବୃତ୍ତ
  • ||

ରତ୍ନଭଣ୍ଡାର ମରାମତି କରିବ ପ୍ରତ୍ନତତ୍ତ୍ଵ ବିଭାଗ, କାମ ସରିବା ପରେ ଅସ୍ଥାୟୀ ଷ୍ଟ୍ରଙ୍ଗ୍‌ରୁମ୍‌ରୁ ସ୍ଥାନାନ୍ତର ହେବ ରତ୍ନ ଅଳଙ୍କାର

ପୁରୀ, ୧୬/୦୭ : ରାଜ୍ୟ ସରକାରଙ୍କ ଜାରି ମାର୍ଗଦର୍ଶିକା ଅନୁସାରେ ଗଠିତ ୧୧ ଜଣିଆ କମିଟିର ଏକ ଜରୁରୀ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ସମସ୍ତ କମିଟି ସଦସ୍ୟ ଉପସ୍ଥିତ ରହି ବିସ୍ତୃତ ଆଲୋଚନା କରିଥିଲେ। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ, ଆସନ୍ତା ୧୮ ତାରିଖ ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାର ପୁଣିଥରେ ଖୋଲାଯାଇ ଭିତର ଭଣ୍ଡାରରେ ଥିବା ଅଳଙ୍କାର ଆଦି ସ୍ଥାନାନ୍ତର କରାଯିବ। ଖଟସେଜ ଘରେ ହୋଇଥିବା ଅସ୍ଥାୟୀ ଭିତର ଭଣ୍ଡାରକୁ ଏହା ସ୍ଥାନାନ୍ତରିତ ହେବ। ଏହି ସମସ୍ତ ପ୍ରକ୍ରିୟା ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ କରାଯିବ । 

ଗତ ୧୪ ତାରିଖ ଦିନ ଭିତର ଭଣ୍ଡାର ମୁଖ୍ୟ ଦ୍ବାରରେ ଲାଗିଥିବା ୩ଟି ଯାକ ତାଲା ଟ୍ରେଜେରୀରୁ ଆସିଥିବା ଦୁଇଟି ଚାବିରେ ନ ଖୋଲିବାରୁ ତାଲାଗୁଡିକୁ ଭାଙ୍ଗି କମିଟି ପ୍ରବେଶ କରିଥିଲେ। କିନ୍ତୁ ସମୟ ଅଭାବରୁ ସ୍ଥାନାନ୍ତର ପ୍ରକ୍ରିୟା ସମ୍ଭବପର ହୋଇ ପାରିନଥିଲା । ସେହିଦିନ ଭିତର ଭଣ୍ଡାର ଦ୍ବାରରେ ଭଙ୍ଗାଯାଇଥିବା ୩ଟି ଯାକ ତାଲା ଏବଂ ପୁରୁଣା ଦୁଇଟି ଚାବିକୁ ଜିଲ୍ଲା ଟ୍ରେଜେରିରେ ଜମା କରାଯାଇଛି । ଏଥି ସହିତ ୨ଟି ନୂଆ ତାଲା ପକାଯାଇ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସିଲ୍ କରି ତାହାର ଚାବିକୁ ମଧ୍ୟ ଟ୍ରେଜେରିରେ ଜମା କରାଯାଇଛି । ସେହି ୨ଟି ଚାବି ଆଣି ୧୮ ତାରିଖରେ, ସେଦିନ ଲାଗିଥିବା ନୂଆ ତାଲା ଖୋଲାଯିବ।  

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଏବଂ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ, ଗତ ୧୪ ତାରିଖ ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଥି୍ଲା । ମାର୍ଗଦର୍ଶିକା ଅନୁସାରେ ପ୍ରଥମେ ବାହାର ରତ୍ନଭଣ୍ଡାର ଖୋଲାଯାଇଥିଲା । ବାହାର ରତ୍ନଭଣ୍ଡାର ୩ଟି ଚାବି ରହିଥାଏ । ଗୋଟିଏ ଚାବି ଶ୍ରୀମନ୍ଦିର ପ୍ରଶାସନ ନିକଟରେ, ଗୋଟିଏ ଚାବି ଭଣ୍ଡାର ମେକାପ ଏବଂ ଶେଷ ଚାବି ଗଜପତି ମହାରାଜଙ୍କ ପ୍ରତିନିଧିଙ୍କ ନିକଟରେ ଥାଏ । ଏହି ତିନୋଟି ଚାବି ବ୍ୟବହାର କରି ବାହାର ରତ୍ନଭଣ୍ଡାର ଖୋଲାଯାଇଥିଲା । ବାହାର ରତ୍ନଭଣ୍ଡାରରେ ଥିବା ସମସ୍ତ ଅଳଙ୍କାର ଏବଂ ଜିନିଷପତ୍ରକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ ଭାବେ ଚାଙ୍ଗଡା ଏବଂ ଫୁଲ ଘରକୁ ସ୍ଥାନାନ୍ତର କରାଯାଇଥିଲା । ସେହି ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ପରମ୍ପରାଗତ ବ୍ୟବସ୍ଥା ଅନୁସାରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତାଲା ବନ୍ଦ କରାଯାଇଥିଲା । 

ଏହାପରେ ଭିତର ରତ୍ନଭଣ୍ଡାର ଖୋଲାଯିବାକୁ ପ୍ରସ୍ତୁତି ହୋଇଥିଲା । ଭିତର ରତ୍ନଭଣ୍ଡାରରେ ୩ଟି ତାଲା ଲାଗିଥିଲା । ଏହା ମଧ୍ୟରୁ ଗୋଟିଏ ଜଉମୁଦ ସିଲ୍ ହୋଇଥିଲା ଏବଂ ଅନ୍ୟ ଦୁଇଟି ସିଲ୍ ନ ହୋଇ ବନ୍ଦ ଥିଲା । ଜିଲ୍ଲା ଟ୍ରେଜେରୀରୁ ଆସିଥିବା ଦୁଇଟି ଚାବିରେ ସମସ୍ତ ତାଲା ଖୋଲିବା ଉଦ୍ୟମ କରାଗଲା । କିନ୍ତୁ କୌଣସି ବି ତାଲା ଖୋଲି ନଥିଲା । ତେଣୁ ରାଜ୍ୟ ସରକାର ଜାରି କରିଥିବା ମାର୍ଗଦର୍ଶିକା ଅନୁସାରେ, ସମସ୍ତ ତାଲାକୁ ଭଙ୍ଗାଯାଇଥିଲା । ଭଙ୍ଗା ୩ଟି ତାଲା ଏବଂ ପୁରୁଣା ଦୁଇଟି ଚାବିକୁ ଜିଲ୍ଲା ଟ୍ରେଜେରିରେ ଜମା ଦିଆଯାଇଛି । ଭିତର ରତ୍ନଭଣ୍ଡାରରେ ଥିବା ଜିନିଷାତ୍ ସ୍ଥାନାନ୍ତର କରିବା ସମୟ ସାପେକ୍ଷ ହୋଇଥିବା କମିଟି ଅନୁଭବ କରିଥିଲେ, ତେଣୁ ଆଉ ଏକ ଦିନରେ ଭିତର ରତ୍ନଭଣ୍ଡାର ଜିନିଷ ସ୍ଥାନାନ୍ତର କରିବାକୁ ସ୍ଥିର ହୋଇଥିଲା । ଶେଷରେ ଭିତର ରତ୍ନଭଣ୍ଡାରରେ ୨ଟି ନୂଆ ତାଲା ଲଗାଯାଇ ଏହାକୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସିଲ୍ କରାଯାଇଥିଲା ଏବଂ ଚାବି ଗୁଡିକୁ ଟ୍ରେଜେରିରେ ଜମା କରାଯାଇଛି। 

ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ, ଉଭୟ ବାହାର ଏବଂ ଭିତର ରତ୍ନଭଣ୍ଡାର ଜିନିଷ ସ୍ଥାନାନ୍ତର ଶେଷ ହେବା ପରେ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗକୁ  ଏହାର ମରାମତି ପାଇଁ ହସ୍ତାନ୍ତର କରାଯିବ । ପ୍ରତ୍ନତତ୍ତ୍ବ ବିଭାଗ ମରାମତି ଶେଷ କରିବା ପରେ ପୁଣିଥରେ ଅସ୍ଥାୟୀ ଷ୍ଟ୍ରଙ୍ଗରୁମରୁ ସମସ୍ତ ଅଳଙ୍କାର ରତ୍ନଭଣ୍ଡାର ଭିତରକୁ ନିଆଯିବ। ଏବଂ ରତ୍ନଭଣ୍ଡାର ଭିତରେ ହିଁ ମାର୍ଗଦର୍ଶିକା ଅନୁଯାୟୀ ସମସ୍ତ ଗଣତି ତଥା ମଣତି କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.