ପ୍ରମୂଖ ଖବର
  • ଆସିଲା ଡଲଫିନ୍ ଗଣନା ରିପୋର୍ଟ: ଶୀର୍ଷରେ ରାଜନଗର, ଦ୍ୱିତୀୟରେ ଚିଲିକା
  • ||
  • ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,୨୪ରେ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ କରିବେ ଦର୍ଶନ
  • ||
  • ଷ୍ଟିଲ୍‌ ସିଟିରେ ଗର୍ଜିଲା ପୋଲିସର ବନ୍ଧୁକ, ଏନ୍‌କାଉଣ୍ଟରରେ ଘାଇଲା ହେଲା ଦୁର୍ଦ୍ଦାନ୍ତ ଅପରାଧି ବିୟୁସ ଲାଖୁଆ
  • ||
  • ରାଜ୍ୟରେ ଆହୁରି ୩ ଦିନ କଲବଲ କରିବ ତାତି, ୪୦ ଟପିବ ତାପମାତ୍ରା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ସରଗରମ ରହିବ ବିଧାନସଭା, ବିଭିନ୍ନ ପ୍ରସଙ୍ଗ ନେଇ ଶାସକ ଦଳକୁ ଘେରିବେ ବିରୋଧୀ

Published By : prameya | March 11, 2025 9:07 AM

ଭୁବନେଶ୍ବର,୧୧/୩: ଆଜି ବି ବିଧାନସଭା ବେଶ ସରଗରମ ରହିବ । ପଞ୍ଚାୟତରାଜ, ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜୟବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ , ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ବିଭାଗର ପ୍ରଶ୍ନକାଳ ରହିଛି । 

ଏହା ମଧ୍ୟ ପଢନ୍ତୁ- ସୁଟିଂ ପାଇଁ କୋରାପୁଟରେ ପ୍ରିୟଙ୍କା, ଦେଓମାଳି କଟେଜ୍‌ରେ ମହେଶ ବାବୁ ଏବଂ ରାଜାମୌଲି

ସେହିପରି ଶୂନ୍ୟକାଳରେ ଜୟ ନାରାୟଣ ବିବାଦୀୟ ମନ୍ତବ୍ୟ , ମହିଳା ନିର୍ଯାତନା, ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ,  ଆଦି ପ୍ରସଙ୍ଗ ଉଠାଇ ଶାସକ ଦଳକୁ ଘେରିବେ ବିରୋଧୀ। ବିରୋଧୀଙ୍କ ପକ୍ଷରୁ ମୁଲତବି ପ୍ରସ୍ତାବ ଦିଆଯିବ । ସେହିପରି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି । ତେବେ ଦୁଇ ବିରୋଧୀ ବିଜେଡି ଓ କଂଗ୍ରେସ ଭିନ୍ନ ଭିନ୍ନ ପ୍ରସଙ୍ଗ ଉଠାଇ ସରକାରକୁ ଘେରିବାକୁ ପ୍ରସ୍ତୁତ ଥିବାରୁ ଗୃହ କାର୍ଯ୍ୟ ସ୍ବଭାବିକ ଚାଲିବ କି ନାହିଁ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.