ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଶନିବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ଆତିଶୀ, ମନ୍ତ୍ରିମଣ୍ଡଳରେ ସାମିଲ ହେବେ ଏହି ୫ ଚେହେରା

ନୂଆଦିଲ୍ଲୀ: ଶନିବାର (ସେପ୍ଟେମ୍ବର ୨୧) ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ଆତିଶୀ । ଆସନ୍ତାକାଲି ଅପରାହ୍ଣ ୪.୩୦ରେ ଶପଥ ସମାରୋହ ଥିବା ତାଙ୍କ ସହ ୫ ଜଣ ମନ୍ତ୍ରୀ ଭାବରେ ଶପଥ ନେବେ ବୋଲି କୁହାଯାଉଛି । ଆତିଶୀଙ୍କ ମନ୍ତ୍ରିମଣ୍ଡଳରେ ଗୋପାଳ ରାୟ, ସୌରଭ ଭରଦ୍ବାଜ, କୈଳାଶ ଗେହଲଟ, ଇମ୍ରାନ୍‌ ହୁସୈନ ଏବଂ ମୁକେଶ ଅହଲବତ ସାମିଲ ହେବେ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜେଲରୁ ମୁକୁଳିବା ପରେ ଅରବିନ୍ଦ କେଜ୍ରିଓ୍ବାଲ ଡିସେମ୍ବର ୧୭ରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।  କେଜ୍ରିଓ୍ବାଲ ଇସ୍ତଫା ନେଇ ଘୋଷଣା କରିବା ପରେ ବିଧାୟକ ଦଳ ବୈଠକ ହୋଇଥିଲା । ଏଥିରେ ମୁଖ୍ୟମନ୍ତ୍ରୀ ପଦ ଲାଗି ଆତିଶୀଙ୍କ ନାଁ ଉପରେ ମୋହର ଲାଗିଥିଲା । 

ଆତିଶୀ କେଜ୍ରିଓ୍ବାଲଙ୍କ କ୍ୟାବିନେଟରେ ମନ୍ତ୍ରୀ ଥିଲେ । ଏବେ ଆତିଶୀ ଶନିବାର ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାକୁ ଯାଉଛନ୍ତି ।  କେଜ୍ରିଓ୍ବାଲଙ୍କ ବିଶ୍ବସନୀୟ ସହଯୋଗୀ ହେଉଛନ୍ତି ଆତିଶୀ । ଆନ୍ନା ଆନ୍ଦୋଳନ ସମୟରୁ ସେ କେଜ୍ରିଓ୍ବାଲଙ୍କ ସହ ରହିଛନ୍ତି । ସରକାରରେ ସବୁଠୁ ଅଧିକ ମନ୍ତ୍ରାଳୟ ତାଙ୍କ ପାଖରେ ରହିଛି । କେଜ୍ରିଓ୍ବାଲ ଜେଲ ଯିବା ପାଖରୁ ଦଳ ଏବଂ ସରକାର ସହ ଜଡ଼ିତ ମୁଖ୍ୟ ପ୍ରସଙ୍ଗ ଉପରେ ଆତିଶୀ ନିଜର ମନ୍ତବ୍ୟ ଲାଗି ଚର୍ଚ୍ଚାରେ ରହିଥିଲେ । 

ଆତିଶୀ ୨୦୨୦ ଦିଲ୍ଲୀ ନିର୍ବାଚନରେ ପ୍ରଥମ ଥର ଲାଗି ବିଧାୟକ ନିର୍ବାଚିତ ହୋଇଥିଲେ । ଏହା ପରେ ୨୦୨୩ରେ କେଜ୍ରିଓ୍ବାଲ ତାଙ୍କୁ ନିଜ ମନ୍ତ୍ରିମଣ୍ଡଳରେ ସାମିଲ କରିଥିଲେ । ଆତିଶୀଙ୍କ ପୂର୍ବରୁ ସୁଷମା ସ୍ବରାଜ ଏବଂ କଂଗ୍ରେସର ଶୀଲା ଦିକ୍ଷିତ ଦିଲ୍ଳୀର ମୁଖ୍ୟମନ୍ତ୍ରୀ ହୋଇଥିଲେ । ସୁଷମା ସ୍ବରାଜଙ୍କ କାର୍ଯ୍ୟକାଳ ବହୁତ କମ୍‌ ଥିବା ବେଳେ ଶୀଲା ଦିକ୍ଷିତ ୧୫ ବର୍ଷ ପର୍ଯ୍ୟନ୍ତ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରହିଥିଲେ । ଆଉ ଏବେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ଆପ୍‌ ନେତ୍ରୀ ଆତିଶୀ । 

 

  • delhi
  • new delhi
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.