ପ୍ରମୂଖ ଖବର
  • ବିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ ମୃତ, ୧୦ରୁ ଅଧିକ ଆହତ
  • ||
  • ଚିତ୍ରକୋଣ୍ଡା ପରେ ଯାଜପୁରରେ ଲଜ୍ଜ୍ୟା, ମା' ହେଲେ ଦଶମ ଶ୍ରେଣୀ ଛାତ୍ରୀ
  • ||
  • ଦାରିଙ୍ଗବାଡିରେ ପ୍ରଥମ ଜିଲ୍ଲା ସ୍ତରୀୟ 'ଇନଭେଷ୍ଟମେଣ୍ଟ ମିଟ୍‌-ଇନଭେଷ୍ଟ କନ୍ଧମାଳ' ଉଦ୍‌ଘାଟିତ
  • ||
  • ଢେଙ୍କାନାଳ : ସୁନା ଦୋକାନର ସଟର ତାଡି ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • କ୍ୟାପିଟାଲ ହସ୍ପିଟାଲ ଏକ୍ସରେ ରୁମ୍‌ରୁ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଆଠଗଡ଼ ବନଖଣ୍ଡରେ ଅଘଟଣ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଦନ୍ତା ହାତୀର ଜୀବନ
  • ||
  • ମାର୍ଚ୍ଚ ୧୩ରୁ ସିୟୁଇଟି ପିଜି ପରୀକ୍ଷା, ୧୫୭ ବିଷୟରେ ୪ ଲକ୍ଷ ୧୨ ହଜାର ପରୀକ୍ଷାର୍ଥୀ ଦେବେ ଏକ୍ସଜାମ୍
  • ||
  • କୋରାପୁଟ : ଭାରସାମ୍ୟ ହରାଇ ବ୍ରିଜ୍‌ରୁ ଖସିଲା ବାଇକ୍‌: ୨ ମୃତ, ଜଣେ ଗୁରୁତର
  • ||
  • ଆଇସିସି ଚାମ୍ପିଅନ୍ସ ଟ୍ରଫି: ଆଜି ମୁହାଁମୁହିଁ ହେବେ ପାକିସ୍ତାନ- ବାଂଲାଦେଶ, ବିଜୟ ପାଇଁ ସବୁ ଶକ୍ତି ଖଟାଇବେ
  • ||
  • ଆସାମରେ ଭୂକମ୍ପ ଝଟ୍‌କା ଅନୁଭୂତ,ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୦ ରେକର୍ଡ
  • ||
  • ଗୁରୁବାର ଓଡ଼ିଶା ଆସିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା, କାଲି ପୁରୀରେ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦ୍‌ଘାଟନ କରିବେ
  • ||
  • ଆଗକୁ ୮୦ଦିନ ଗ୍ରୀଷ୍ମ ଲହରି, ୨୦୦୯ରୁ ଓଡ଼ିଶାରେ ତାପମାତ୍ରାରେ ସାଂଘାତିକ ବୃଦ୍ଧି
  • ||

୨୦ ଦିନ ହେଲା ଏଟିଏମ ଅଚଳ, ଗ୍ରାହକ ହନ୍ତସନ୍ତ

Published By : Prameya | February 27, 2025 6:24 PM

ଫିରିଙ୍ଗିଆ ୨୭।୨: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ଗୋଛାପଡା ଠାରେ ଥବା  ଏଟିଏମ୍ ୨୦ ଦିନ ହେଲା ଅଚଳ । ଫଳରେ ଗ୍ରାହକମାନେ ହନ୍ତସନ୍ତ ହେଉଛନ୍ତି। ଗ୍ରାହକମାନେ ଜରୁରୀକାଳୀନ ସମୟରେ ଟଙ୍କା ଉଠାଇ ନପାରି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ଗୋଛାପଡା ଠାରେ ଏସବିଆଇ ପକ୍ଷରୁ ଏଟିଏମ ବ୍ୟବସ୍ଥା କରାଯାଇଥିଲା।  ଏହି ଏଟିଏମ୍ ଉପରେ ୯ ପଞ୍ଚାୟତ ବାସୀ ନିର୍ଭର କରିଥାନ୍ତି।  ଜରୁରୀକାଳୀନ ସମୟରେ ବ୍ୟାଙ୍କକୁ ନ ଯାଇ ଏଟିଏମରେ ଲୋକମାନେ ଟଙ୍କା ଉଠାଇ ପାରୁଥିଲେ। ତେବେ ପ୍ରାୟ ୨୦ ଦିନରୁ ଊର୍ଦ୍ଧ୍ବ ହେବ ଏଟିଏମ ଅଚଳ ହୋଇପଡିଛି। ଏଟିଏମ୍ କବାଟରେ ତାଲା ଝୁଲୁଛି। ଗ୍ରାହକ ମାନେ ଜରୁରୀ କାଳୀନ ଟଙ୍କା ଉଠାଇ ନପାରି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଟିଏମ୍ ଅଚଳ ଯୋଗୁଁ ଗ୍ରାହକମାନେ ଅସନ୍ତୋଷ ପ୍ରକାଶ କରୁଛନ୍ତି।ଅତି ଶିଘ୍ର ଏଟିଏମ୍ ମରାମତି କରିବାକୁ   ଗ୍ରାମବାସୀ ଦାବୀ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.