ପ୍ରମୂଖ ଖବର
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

Published By : Harapriya Sethi | March 26, 2025 1:35 PM

ଭୁବନେଶ୍ୱର,୨୬/୦୩: ବୁଢ଼ାମ୍ବ ଗାଁ ହରିଜନ ସାହି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଟୋ ସହ ମୁହାଁମୁହିଁ ଧକ୍କା ହେଲା ବାଇକ୍‌ । ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଦୁର୍ଘଟଣା ପରେ ଅଟୋ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଛି । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବୁଢ଼ାମ୍ବ ଗାଁର ହରିଜନ ସାହି ଛକ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ବୁଢ଼ାମ୍ବ ଗାଁର ହରିଜନ ସାହି ଛକ ନିକଟରେ ଏକ ଅଟୋ ସହ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଯୁବକ ଗୁରୁତର ହୋଇଥିଲେ । ଏହା ଦେଖି ଅଟୋ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଥିଲା । ଦୁର୍ଘଟଣା ହେବା ଦେଖି ସ୍ଥାନୀୟଲୋକେ ତୁରନ୍ତ ଦୌଡ଼ି ଆସି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ କବିସୂର୍ଯ୍ୟନଗର ପୋଲିସ ପହଞ୍ଚିଛି । ଘଟଣା ସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରି କୋଦଳା ମେଡିକାଲ ଭର୍ତ୍ତି କରିଛି ପୋଲିସ । ଘଟଣାସ୍ଥଳରେ ଉପସ୍ଥିତ ରହି ଘଟଣାର ତଦନ୍ତ କରୁଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.