ପ୍ରମୂଖ ଖବର
  • ପୁରୀ : ଏଥର ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ୧୦ରେ ମିଳିବ ଆଡ଼ପ ଅବଢ଼ା
  • ||
  • ଭୁବନେଶ୍ଵର : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ, ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା
  • ||
  • ଭୁବନେଶ୍ଵର : ସ୍କୁଲରେ ପଢ଼ାଇବେ ଅତିଥି ଶିକ୍ଷକ, ନିଯୁକ୍ତ ହେବେ ୪୫୮୦ ଅବସରପ୍ରାପ୍ତ ଶିକ୍ଷକ
  • ||

ଚନ୍ଦାହାଣ୍ଡି ଘାଟିରେ ଅଟୋ ଓଲଟି ୧୭ ଜଣ ଗୁରୁତର; ଗୁରୁତରଙ୍କ ମଧ୍ୟରେ ୯ ମହିଳା, ୨ ଶିଶୁ

ଝରିଗାଁ, ୧୨।୫: ନବରଙ୍ଗପୁର ଜିଲ୍ଲା ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ଏହି ଦୁର୍ଘଟଣାରେ ୧୭ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାର, ନିର୍ବାଚନ ଯୋଗୁଁ ପ୍ରାୟ ଗାଡ଼ି ନିର୍ବାଚନ ଡ୍ୟୁଟିରେ ଥିବାବେଳେ ଉମରକୋଟ ବ୍ଲକ ସାନଭରଣ୍ଡୀ ଗ୍ରାମର ଛୋଟ ବଡ଼ ମିଶି ପ୍ରାୟ ୨୨ଜଣ ଏକ ଅଟୋରେ ଚନ୍ଦାହାଣ୍ଡି ବ୍ଲକ ଫୋଟିକି ଗ୍ରାମକୁ ବିଜେପି ସାଂସଦ ବଳଭଦ୍ର ମାଝୀଙ୍କୁ ଭେଟିବାକୁ ଯାଉଥିଲେ । ଠିକ୍ ଏହି ସମୟରେ ଦିନ ୯ଟାରେ ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଭାରସାମ୍ୟ ହରାଇ ଅଟୋଟି ଲେଉଟି ପଡ଼ିଥିଲା ।

ଫଳରେ ଅଟୋରେ ବସିଥିବା ଯାତ୍ରୀମାନେ ଛିଟିକି ହୋଇ ରାସ୍ତାରେ ପଡ଼ିଥିଲେ । ସେହି ରାସ୍ତା ଦେଇ ଯାଉଥିବା ସମାଜସେବୀ ଗୋକୁଳ ପଟ୍ଟନାୟକ ଏବଂ ଅନିଲ ଜୈନ ଦୁର୍ଘଟଣା ଦେଖି ତୁରନ୍ତ ଗୁରୁତରମାନଙ୍କୁ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେହିପରି ଆମ୍ବୁଲାନ୍ସକୁ ଯୋଗାଯୋଗ କରି ଅନ୍ୟମାନଙ୍କୁ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ଗାଡ଼ିରେ ଥିବା ୨୨ ଜଣ ମଧ୍ୟରୁ ୯ଜଣ ମହିଳା, ୨ ଜଣ ଶିଶୁ ଏବଂ ୭ ଜଣ ପୁରୁଷ ଗୁରୁତର ଥିବା ବେଳେ ୪୫ ବର୍ଷୀୟ ବୈଦି ରାଜ ଗଣ୍ଡଙ୍କ କାନ୍ଧରେ ପ୍ରବଳ ଆଘାତ ହୋଇଥିବା ସୂଚନା । ତାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ସେହିପରି ଅନ୍ୟ ଆହତମାନଙ୍କୁ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ପ୍ରାଥମିକ ଚିକିତ୍ସା ପରେ ସମସ୍ତେ ସୁସ୍ଥ ଥିବା ଜଣାପଡ଼ିଛି ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.