ପ୍ରମୂଖ ଖବର
  • ପୁରୀ : ଅର୍ବାନ ହାଟର ବିକାଶ ମେଳା ଚଳଚଞ୍ଚଳ, ମେଳାରେ ଲାଗିଛି ବିଭିନ୍ନ ବିଭାଗର ୭୦ ଟି ଷ୍ଟଲ
  • ||
  • ଲଗାଣ ବର୍ଷାରେ ବେହାଲ ଯାଜପୁର ସହର; ଅଫିସ ପରିସରରେ ଜମିରହିଚି ପାଣି, ଭାଙ୍ଗିଲା ଦୋକାନ
  • ||
  • ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାରିପଦାସ୍ଥ ଛଉ ପଡ଼ିଆରେ ଉଦ୍‌ଘାଟନ କରିବେ ବିକାଶ ମେଳ
  • ||
  • ଚଣ୍ଡିଖୋଲ : ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ
  • ||
  • ଆନନ୍ଦପୁର : ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ଜୀବନ ହାରିଲେ ଦମ୍ପତି
  • ||
  • ବୌଦ୍ଧରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ପ୍ରଥମ ରୋଗୀ ଚିହ୍ନଟ, ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଯୁବକ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ, ଚାଏ ପେ ଚର୍ଚ୍ଚାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
  • ||
  • କୋରାପୁଟ : ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଚଢାଉ; ୨୫ କିଲୋ ଗଞ୍ଜେଇ ଜବତ, ୨ ମହିଳା ଗିରଫ
  • ||
  • ସମ୍ବଲପୁର: ମେଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳସ୍ତର, ସକାଳ ୯ଟା ସୁଦ୍ଧା ୬୩୦ ଫୁଟ୍ ଜଳସ୍ତର
  • ||
  • କଟକ : ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର
  • ||
  • ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଖୋଜିବ ଏଏସ୍‌ଆଇ ଟିମ୍, ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ୍‌ ସର୍ଭେ ହେବ
  • ||
  • ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା
  • ||

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ବଣ୍ଟନ ହୋଇଥିଲା ୩୦୦ କେଜି ତିରୁପତି ଲଡୁ

ନୂଆଦିଲ୍ଲୀ: ତିରୁପତି ବାଲାଜୀଙ୍କ ପ୍ରସାଦ ‘ଲଡୁ’କୁ ନେଇ ବିବାଦ ଥମିବାର ନାଁ ଧରୁନାହିଁ । ଲଡୁରେ ପଶୁ ଚର୍ବି ଏବଂ ମାଛ ତେଲ ମିଶୁଥିବା ନେଇ ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି । ଏହାରି ମଧ୍ୟରେ ଆଉ ଏକ ବିଚଳିତ କଲା ଭଳି ତଥ୍ୟ ସାମ୍ନାକୁ ଆସିଛି । ଅଯୋଧ୍ୟା ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ତିରୁପତି ଲଡୁ ବଣ୍ଟନ ହୋଇଥିଲା । ସେହି ଦିନ ୩୦୦ କେଜି ତିରୁପତି ଲଡୁ ବଣ୍ଟାଯାଇଥିଲା ବୋଲି ରାମ ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ ଦାବି କରିଛନ୍ତି ।  ଚଳିତ ବର୍ଷ ଜାନୁଆରୀ ୨୨ରେ ଉତ୍ତର ପ୍ରଦେଶର ଅଯୋଧ୍ୟା ରାମ ମନ୍ଦିରରେ ପ୍ରଭୁ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଅବସରରେ ଆନ୍ଧ୍ରପ୍ରଦେଶ ତିରୁପତି ମନ୍ଦିରର ଲଡ଼ୁ ବଣ୍ଟନ ହୋଇଥିବା ସେ କହିଛନ୍ତି ।

ତିରୁପତି ମନ୍ଦିର ଲଡ଼ୁରେ ମାଛ ତେଲ ଓ ପଶୁ ଚର୍ବି ମିଶୁଥିବା ଉପରେ ପ୍ରତିକ୍ରିୟା ରଖି ଆଚାର୍ଯ୍ୟ ଦାସ କହିଛନ୍ତି, ‘ଏହା ଏକ ସାଂଘାତିକ ଷଡ଼ଯନ୍ତ୍ର। ଯଦି ଲଡୁରେ ପଶୁ ଚର୍ବି ମିଶୁଥିବ ତେବେ ତାହା ଅକ୍ଷମଣୀୟ କାର୍ଯ୍ୟ । ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବା ଜରୁରି । ଏହା ସହ ଜାତୀୟ ତଦନ୍ତ ଏଜେନ୍ସି ଦ୍ବାରା ଏହି ମାମଲାର ତଦନ୍ତ ହେଉ ବୋଲି ସେ ଦାବି ମଧ୍ୟ କରିଛନ୍ତି ।’

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ଲଡ଼ୁ ମାଛ ତେଲ ଏବଂ ପଶୁ ଚର୍ବିରେ ପ୍ରସ୍ତୁତ ହେଉଥିବା ଅଭିଯୋଗ ଆଣିବା ପରେ ବିବାଦ ଉଗ୍ର ରୂପ ଧାରଣ କରିଛି । ପୂର୍ବରୁ ୱାଇଏସଆର କଂଗ୍ରେସ ସରକାର ସମୟରୁ ଏପରି କରାଯାଉଥିବା ସେ କହିଥିଲେ । ଏହାପରେ ଗୁଜରାଟରେ ଥିବା ଏକ ଘରୋଇ ଲ୍ୟାବରେ ଲଡ଼ୁର ମାନ ପରୀକ୍ଷଣ କରାଯାଇଥିଲା । ପରୀକ୍ଷଣରୁ ଜଣାପଡ଼ିଛି ଯେ, ମାଛ ତେଲ, ଗୋରୁ ଚର୍ବି ଏବଂ ଘୁଷୁରି ଚର୍ବିରେ ଲଡ଼ୁ ପ୍ରସ୍ତୁତ ହେଉଛି । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ରିପୋର୍ଟ ମଗାଯାଇଛି । ଏସବୁ ଭିତରେ ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକଙ୍କ ଦାବି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ଚକିତ କରିଛି । 

  • Ayodhya Ram Mandir
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.