ପ୍ରମୂଖ ଖବର
  • କଟକ : ଗୁଡ଼ି ଦୋକାନରେ ପୋଲିସର ରେଡ୍‌, ଜବତ ହେଲା ଚାଇନିଜ୍‌ ମାଞ୍ଜା ସୂତା
  • ||
  • ହିନ୍ଦୋଳ : ଘରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ସ୍ୱାମୀ ଅଟକ
  • ||
  • ହିନ୍ଦୋଳ : କ୍ରିକେଟ୍‌ ଖେଳକୁ ନେଇ ବେଡ଼ାପଡ଼ା ଗାଁରେ ଗୋଷ୍ଠୀ ସଂଘର୍ଷ, ଜଣେ ଗୁରୁତର
  • ||
  • ଡମଣା ଛକ ନିକଟରେ ସିରିଜ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ସ୍କୁଟି ଚାଳକ
  • ||
  • ସୋମବାର ଆୟୁଷ୍ମାନ୍‌ ଭାରତ ପାଇଁ ହେବ ବୁଝାମଣା ପତ୍ର ସ୍ୱାକ୍ଷର, ଦିଲ୍ଲୀରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ
  • ||
  • ଶ୍ରୀଲିଙ୍ଗରାଜଙ୍କ ପୁଷ୍ୟାଭିଷେକ ନୀତି: ୧୦୮ ଗରା ତୀର୍ଥ ଜଳରେ ସ୍ନାନ କରିବେ ମହାପ୍ରଭୁ
  • ||
  • ଘନ କୁହୁଡିରେ ଲୁଚିଗଲା ସୂର୍ଯ୍ୟମନ୍ଦିର, ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ପାରିଲେନି ପର୍ଯ୍ୟଟକ
  • ||
  • କରଞ୍ଜିଆ : ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଲା ‘ମହେନ୍ଦ୍ର’ ହାତୀ, ବ୍ୟବଚ୍ଛେଦ ପରେ ହେବ ଶବ ସଂସ୍କାର
  • ||
  • ଶ୍ରୀମନ୍ଦିରରେ ଦେବାଭିଷେକ ନୀତି: ଆଜି ମହାପ୍ରଭୁଙ୍କ ରାଜାଧିରାଜ ଓ ନବାଙ୍କ ବେଶ
  • ||
  • ସୁବର୍ଣ୍ଣପୁର : ଇଥାନଲ ପ୍ଲାଣ୍ଟ ମେସିନରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ
  • ||

ଓଡ଼ିଶାରେ ଖୁବଶୀଘ୍ର ଆୟୁଷ୍ମାନ ଭାରତ, କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଏମଓୟୁ ସ୍ଵାକ୍ଷର

Published By : Prameya | January 13, 2025 3:33 PM

ଭୁବନେଶ୍ଵର, ୧୩/୦୧ : ଓଡ଼ିଶାରେ ଖୁବଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଦିଲ୍ଲୀ ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସ୍ଵାକ୍ଷର ହେଲା ଏମଓୟୁ। ଏହି ଅବସରରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହ ଦେଓ, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ରହିଥିଲେ।

ଏମଓୟୁ ସ୍ଵାକ୍ଷର ବେଳେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାରେ ପ୍ରତି ପଞ୍ଚାୟତରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ହେବ। ଗ୍ରାମାଞ୍ଚଳରେ ସ୍ଵାସ୍ଥ୍ୟ ସେବା ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି। ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଜଣେ ଲେଖାଏଁ ଯୋଗ ଶିକ୍ଷକ ରହିବେ। ସ୍ଵାସ୍ଥ୍ୟକର୍ମୀଙ୍କ ସହ ଅନ୍ୟ ସୁବିଧା ସୁଯୋଗ ମଧ୍ୟ ଯୋଗାଇ ଦିଆଯିବ। ୨୦୧୮ରୁ ସାରା ଦେଶରେ ଆୟୁଷ୍ମାନ ଭାରତ ଲାଗୁ କରାଗଲାଣି। ୩ଟି ରାଜ୍ୟ ରାଜନୈତିକ ହୀନମାନ୍ୟତା ପାଇଁ ଲାଗୁ କରିନଥିଲେ। ଆଜି ଓଡ଼ିଶା ପାଇଁ ଐତିହାସିକ ଦିନ, ଶେଷରେ ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ ହେବାକୁ ଯାଉଛି। 

ଏନେଇ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ବିରୋଧୀ ଦଳରେ ଥିବା ବେଳେ ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ ଦାବି କରିଥିଲୁ। ସରକାରକୁ ଆସିବା ପରେ ଆମେ ପ୍ରତିଶ୍ରୁତି ପାଳନ କଲୁ। ଏହାଦ୍ଵାରା ୧.୩ କୋଟି ପରିବାରର ସାଢେ ୩ କୋଟି ଲୋକ ଉପକୃତ ହେବେ। ଗୋପବନ୍ଧୁ ଜନ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଗୋଟିଏ କାର୍ଡରେ ମିଳିବ। ସାରା ଦେଶରେ ଯିଏ ଯେଉଁଠି ଥିଲେ ବି ଏହାର ସୁଯୋଗ ପାଇବେ। ଦେଶର ୩୦ ହଜାର ହସ୍ପିଟାଲରେ ଏହି ସୁବିଧା ମିଳିବ। 

ଆୟୁଷ୍ମାନ ଭାରତ ଯୋଜନାରେ ପ୍ରତିବର୍ଷ ହିତାଧିକାରୀଙ୍କୁ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସରକାରୀ ଓ ବେସରକାରୀ ହସ୍ପିଟାଲ୍‌ରେ ଚିକିତ୍ସା ମିଳିପାରିବ । ଏଥିରେ କ୍ୟାସ୍‌ଲେସ୍‌ ବ୍ୟବସ୍ଥା ରହିଛି । ଯୋଜନା ଜରିଆରେ ଦେଶର ୫୫  କୋଟି ଗରିବ ହିତାଧିକାରୀ ଉପକୃତ ହେବେ । ଯୋଜନା ଲାଗୁ ପରେ  ରାଜ୍ୟର ସାଢେ ୩ କୋଟି ଲୋକଙ୍କୁ ମିଳିବ ସ୍ୱାସ୍ଥ୍ୟ କାର୍ଡ। ଇନ୍‌ସ୍ୟୁରାନ୍ସ ନୁହେଁ ଲୋକଙ୍କୁ ଆସ୍ୟୁରାନ୍ସ ମୋଡ୍‌ରେ ଚିକିତ୍ସା ମିଳିବ।

ଅଧିକ ପଢନ୍ତୁ- ଏଣିକି ମାଳମାଳ ପ୍ରେସକ୍ରିପସନ୍ ଧରି ବୁଲିବେନି ରୋଗୀ, ଆଭା କାର୍ଡରେ ରହିବ ସମସ୍ତ ତଥ୍ୟ






  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.