ପ୍ରମୂଖ ଖବର
  • କାମାକ୍ଷାନଗର : ସ୍ତ୍ରୀ ସମ୍ମୁଖରେ ସ୍ୱାମୀକୁ ପଥରରେ ଛେଚି ହତ୍ୟା, ୩ ଅଭିଯୁକ୍ତ ଫେରାର
  • ||
  • ଗଞ୍ଜାମ ଏସପି ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ପାତ୍ର, ଅପରାଧ ନିୟନ୍ତ୍ରଣ ଏବଂ ଅପରାଧୀ ଦମନ ରହିବ ଲକ୍ଷ
  • ||
  • ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ
  • ||
  • ଟ୍ୱିନ୍‌ସିଟି ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଉମାଶଙ୍କର ଦାସ
  • ||
  • ଭୋଗରାଇ : ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ
  • ||
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

ପୂର୍ବତନ କ୍ରିକେଟର ମହମ୍ମଦ ଆଝାରୁଦ୍ଧିନ୍‌ଙ୍କ ବଢିଲା ଅଡୁଆ, ଅର୍ଥ ହେରଫେର ମାମଲାରେ ଇଡି ସମନ୍

ନୂଆଦିଲ୍ଲୀ,୩।୧୦: ପୂର୍ବତନ ଭାରତୀୟ କ୍ରିକେଟର ତଥା କଂଗ୍ରେସ ନେତା ମହମ୍ମଦ ଆଝାରୁଦ୍ଦିନଙ୍କ ବଢିଲା ଅଡୁଆ।  ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ପଠାଯାଇଛି ସମନ୍। ହାଇଦ୍ରାବାଦ କ୍ରିକେଟ ଆସୋସିଏସନର ଆର୍ଥିକ ଦୁର୍ନୀତି ମାମଲାରେ ଇଡି ଗୁରୁବାର ଆଝାରଙ୍କୁ ସମନ ପଠାଇଛି। ତାଙ୍କୁ ଆଜି  ପଚରାଉଚରା ପାଇଁ ମଧ୍ୟ ଡକାଯାଇଛି।  ଆଝାର ପୂର୍ବରୁ ହାଇଦ୍ରାବାଦ କ୍ରିକେଟ୍ ଆସୋସିଏସନର ସଭାପତି ଥିଲେ।ସେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ହାଇଦ୍ରାବାଦ କ୍ରିକେଟ ଆସୋସିଏସନରେ ପାଣ୍ଠିର ଅପବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ଇଡି ପକ୍ଷରୁ ଆଜି ଆଝାରଙ୍କୁ ପ୍ରଥମ ସମନ୍ ଜାରି କରାଯାଇଛି।  

ମିଳିଥିବା ସୂଚନା ଅନୁସାରେ, ଏହି ମାମଲା ହାଇଦ୍ରାବାଦର ଉପ୍ପାଲର ରାଜୀବ ଗାନ୍ଧୀ କ୍ରିକେଟ୍ ଷ୍ଟାଡିୟମ୍ ପାଇଁ ଡିଜେଲ ଜେନେରେଟର, ଫାୟାର ବ୍ରିଗେଡ୍ ସିଷ୍ଟମ ଏବଂ କ୍ୟାନୋପି କିଣିବା ପାଇଁ ଆବଣ୍ଟିତ ୨୦ କୋଟି ଟଙ୍କାର ହେରଫେର  ମାମଲା ସହ ଜଡିତ। ଆଝାର ୨୦୧୯ ରେ ହାଇଦ୍ରାବାଦ୍ କ୍ରିକେଟ ଆସୋସିଏସନ୍‌ର ଅଧ୍ୟକ୍ଷ ହୋଇଥିଲେ। ଜୁନ୍‌ ୨୦୨୧ରେ ସେ ନିଜର ପଦଭାର ଛାଡିଥିଲେ।  

ଉଲ୍ଲେଖନୀୟ ଯେ, ଗତ ବର୍ଷ ଇଡି ହାଇଦ୍ରାବାଦ କ୍ରିକେଟ ଆସୋସିଏସନର ଅଧିକାରୀଙ୍କ ବିରୋଧରେ ଅର୍ଥ ହେରଫେର ମାମଲା ରୁଜୁ କରିଥିଲା। ଇଡି ତେଲଙ୍ଗାନାର ୯ଟି ସ୍ଥାନରେ ଚଢ଼ାଉ କରି ବହୁ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଏବଂ ଡିଜିଟାଲ ଉପକରଣ ଜବତ କରିଥିଲା। ଏଥିରେ ପୂର୍ବତନ ପଦାଧିକାରୀ ଗଦ୍ଦାମ ବିନୋଦ, ଶିବଲାଲ ଯାଦବ ଓ ଅଶରଦ୍ଦ ଅୟୁବଙ୍କ ବାସଭବନ ମଧ୍ୟ ରହିଥିଲା।   

ଇଡିର ଅଭିଯୋଗ ଅନୁସାରେ, ହାଇଦ୍ରାବାଦ କ୍ରିକେଟ ଆସୋସିଏସନ ଅଧିକାରୀମାନେ ରାଜୀବ ଗାନ୍ଧୀ କ୍ରିକେଟ ଷ୍ଟାଡିୟମ ନିର୍ମାଣରେ ଆର୍ଥିକ ଅନିୟମିତତା କରିଥିଲେ। ସେମାନେ ବେସରକାରୀ କମ୍ପାନୀଙ୍କ ଉଚ୍ଚ ହାରରେ ଚୁକ୍ତି କରିଥିଲେ ଏବଂ ଆସୋସିଏସନର କୋଟି ଟଙ୍କାର କ୍ଷତି କରିଥିଲେ। ଏହି ମାମଲାରେ ଇଡି ତିନୋଟି ମାମଲା ରୁଜୁ କରି ଜଦନ୍ତ ଜାରି ରଖିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.