ପ୍ରମୂଖ ଖବର
  • ୫୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ୨ କୃଷି ଅଧିକାରୀ, ଏକକାଳୀନ ୫ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • ଭୋଗରାଇରେ ପାଗଳା କୁକୁର ଆତଙ୍କ,ଗୋଡ଼ାଇ ଗୋଡ଼ାଇ ୬ ଜଣକୁ କାମୁଡ଼ିଲା
  • ||
  • ବଡ଼ମ୍ବା ପୋଲିସକୁ ସଫଳତା, ବିଭିନ୍ନ ସ୍ଥାନରୁ ଚୋରି ଘଟଣାରେ ୫ ଅଭିଯୁକ୍ତ ଗିରଫ
  • ||
  • ଦାରିଙ୍ଗବାଡ଼ି : ପାଇପ୍‌ ଫାଟି ଡ୍ରେନ୍‌ରେ ଭାସୁଛି ପାଣି, ଜଳ ଯୋଗାଣ ବିଭାଗ ନୀରବ
  • ||
  • ବଲାଙ୍ଗୀର : ବଲା ବାଇକ୍‌ ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ, ପୋଲିସର ତଦନ୍ତ ଆରମ୍ଭ
  • ||
  • ମହାକୁମ୍ଭରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କାଲି ରାମଲାଲାଙ୍କୁ କରିବେ ଦର୍ଶନ
  • ||
  • ଢେଙ୍କାନାଳରେ ଫାର୍ମ ହାଉସ୍‌ ମାଲିକଙ୍କୁ ଗୁଳି କରି ହତ୍ୟା କଲେ ତିନି ଦୁର୍ବୃତ୍ତ ,କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ
  • ||
  • ଚାମ୍ପିଅନ୍ସ ଟ୍ରଫିରେ ବିଗ୍ ଫାଇଟ୍, ସୁପର ସନଣ୍ଡେରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମୁକାବିଲା
  • ||
  • ରାଜ୍ୟରେ ଆଉ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ମହାଶିବରାତ୍ରି ପାଇଁ ସଜେଇ ହେଲାଣି ଶ୍ରୀଲୋକନାଥ ମନ୍ଦିର: ସୋମବାର ପଙ୍କୋଦ୍ଧାର ଏକାଦଶୀ, ୨୬ରେ ଜାଗର

Published By : Prameya | February 23, 2025 12:08 PM

ପୁରୀ ୨୩/୦୨: ବୁଧବାର ମହାଶିବରାତ୍ରି । ଏହାର ଦିନକ  ପୂର୍ବରୁ ଅର୍ଥାତ୍‌ ସୋମବାର ପଙ୍କୋଦ୍ଧାର ଏକାଦଶୀ ।  ବାବା ଶ୍ରୀଲୋକନାଥଙ୍କ ଶ୍ରୀଅଙ୍ଗରୁ ପାଦୁକ ଉଦ୍ଧାର କରାଯିବ । ବର୍ଷକେ ଏହି ଗୋଟିଏ ଦିନ ପଙ୍କୋଦ୍ଧାର ଏକାଦଶୀରେ ହିଁ ଠାକୁରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି ଦିନ ଶ୍ରଦ୍ଧାଳୁମାନେ ଠାକୁରଙ୍କ ଦର୍ଶନ କଲେ ଲକ୍ଷେ ଶିବଲିଙ୍ଗ ଦର୍ଶନ କରିବାର ପୁଣ୍ୟ ଅର୍ଜନ ହୋଇଥାଏ ବୋଲି ବିଶ୍ୱାସ ରହିଛି । ଏହି ଅବସରରେ ପାର୍ବତୀ ସାଗର କୂଳରେ ଜଳିବ ଜଗତ ମଙ୍ଗଳ ଜାଗର ଦୀପ । ପ୍ରସିଦ୍ଧ ଶୈବପୀଠ ବାବା ଲୋକନାଥଙ୍କ ମନ୍ଦିରର ଏଭଳି ପରମ୍ପରା ସାରା ଦେଶରେ ବିରଳ ।

ପଙ୍କୋଦ୍ଧାର ଏକାଦଶୀ ଉପଲକ୍ଷେ ପ୍ରଭୁ ଲୋକନାଥଙ୍କ ଦର୍ଶନ ପାଇଁ ବହୁ ସଂଖ୍ୟାରେ ଭକ୍ତଙ୍କ ସମାଗମ ହେବ। ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦାୟିତ୍ବରେ ଜଣେ ଅତିରିକ୍ତ ଆରକ୍ଷୀ ଏସପି, ୫ ଜଣ ଡିସପି, ୧୫ ଜଣ ଇନିସ୍ପେକ୍ଟର, ୪୧ ଜଣ ଏସଆଇ ଓ ଏଏସଆଇ, ୭୨ ଜଣ ହାବିଲଦାର, କନେଷ୍ଟବଳ, ୮୨ ଜଣ ହୋମଗାର୍ଡ, ୬ ପ୍ଲାଟୁନ ପୋଲିସ ଫୋର୍ସ  ମୁତୟନ ହେବେ। ଏଥିସହ ମନ୍ଦିର ଭିତରେ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସାମାଜିକ ଗଣମାଧ୍ୟମରେ ପୁରୀ ପୋଲିସ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.