ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

ଏନ୍‌ସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା ଘଟଣା,ତୃତୀୟ ଶୁଟର୍‌ ଚିହ୍ନଟ

Published By : Anindita Ratha | October 13, 2024 1:39 PM

ନୂଆଦିଲ୍ଲୀ,୧୩/୧୦: ପୁର୍ବତନ ମନ୍ତ୍ରୀ ତଥା ଏନ୍‌ସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା କରିଥିବା ତୃତୀୟ ଶୁଟର୍‌ ଚିହ୍ନଟ। ଅଭିଯୁକ୍ତ ଜଣକ ଉତ୍ତରପ୍ରଦେଶ ବହରାଇଚର ବାସିନ୍ଦା ବୋଲି ପୁଲିସ ପକ୍ଷରୁ ସୂଚନା ମିଳିଛି। ଫେରାର ଶୁଟର୍‌ ଜଣଙ୍କ ହେଲା ଶିବକୁମାର ଓରଫ ଶିବା ଗୌତମ। ସେ ଧରାପଡ଼ଥିବା ଶୁଟର୍‌ ଧର୍ମରାଜର ଗାଁ ଲୋକ। ଧରମରାଜ କଶ୍ୟପ ଏବଂ ଶିବକୁମାର ଓରଫ ଶିବା ଗୌତମ ଶ୍ରମିକ ଭାବରେ କାମ କରିବାକୁ ପୁଣେ ଯାଇଥିଲେ। ତେବେ ଦୁହେଁ କିପରି ମୁମ୍ବାଇରେ ପହଞ୍ଚିଥିଲେ ସେ ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହିଁ। ଏଥିସହ ବାହରାଇଚରେ ଶିବକୁମାର ଗୌତମ ଏବଂ ଧରମରାଜ କାଶ୍ୟପଙ୍କ ଅପରାଧିକ ଇତିହାସକୁ ମଧ୍ୟ ପୁଲିସ ଅନୁସନ୍ଧାନ କରୁଛି। ମୁମ୍ବାଇ ପୋଲିସ ୟୁପି ପୁଲିସ ସହ ଯୋଗାଯୋଗ କରିଛି। ଖୁବ୍‌ଶୀଘ୍ର ତାକୁ ଗିରଫ କରାଯିବ ବୋଲି ପୁଲିସ କହିଛି।

ସୂଚନା ଥାଉକି, ଏନ୍‌ସିପି ନେତା ବାବା ସିଦ୍ଦିକିଙ୍କୁ ଗତକାଲି ରାତିରେ ବିଚ୍‌ ରାସ୍ତାରେ ଗୁଳିକରି ହତ୍ୟା କରାଯାଇଛି। ତିନି ଜଣ ଶୁଟର୍‌ ଅଟୋରେ ଆସି ତାଙ୍କ ଉପରକୁ ୬ ରାଉଣ୍ଡ ଗୁଳିମାଡ଼ କରିଥିଲେ। ଏଥିରେ ୪ଟି ଗୁଳି ବାବା ସିଦ୍ଦିକିଙ୍କ ଛାତି ଏବଂ ପେଟରେ ବାଜିଥିଲା। ଫଳରେ ସେ ଘଟଣାସ୍ଥଳରେ ହିଁ ତଳେ ପଡ଼ିଯାଇଥିଲେ। ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ଲିଲାବତି ହସ୍ପିଟାଲ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ସେପଟେ ଘଟଣାସ୍ଥଳରକୁ ୩ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ଏମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ବୋଲି ଦାବି କରିଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.