ପ୍ରମୂଖ ଖବର
  • ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ସୂର୍ଯ୍ୟମନ୍ଦିର, ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜରେ ରାଗିଂ ଅଭିଯୋଗ, ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଡିନ୍‌
  • ||
  • ଝାରପଡ଼ା ଜେଲ୍‌ରେ ଗଣ୍ଡଗୋଳ; ବାଜିଲା ଆଲାରାମ୍‌, ଘଟଣାର ତଦନ୍ତ ପାଇଁ ଜେଲ୍‌ ଡିଜିଙ୍କ ନିର୍ଦ୍ଦେଶ
  • ||
  • ଝାରସୁଗୁଡା : ରେଳଡବାରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • କେନ୍ଦ୍ରାପଡା : ବାତ୍ୟା ସମ୍ପର୍କରେ ପ୍ରତିକ୍ରିୟା ରଖିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଆକଳନ ହେବ ଚାଷର କ୍ଷୟକ୍ଷତି
  • ||
  • ପୁରୀ: ଲଜ୍‌ରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ରେଜିଷ୍ଟର୍‌ ନେଇଗଲା ପୁଲିସ
  • ||
  • ବାଲେଶ୍ୱରରେ ବାତ୍ୟା ପ୍ରଭାବ; ଘର ଉପରେ ଭାଙ୍ଗିଲା ନଡ଼ିଆ ଗଛ, ଜଣେ ଗୁରୁତର
  • ||
  • ଭୁବନେଶ୍ୱର: ୨୮ ରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ସ୍ଥଗିତ
  • ||
  • ଭଦ୍ରକ : ତାଣ୍ଡବ ରଚିଲା ବାତ୍ୟା 'ଦାନା', ୧୬ ନମ୍ୱର ଜାତୀୟ ରାଜପଥରେ ଯାତାୟତ ବାଧାପ୍ରାପ୍ତ
  • ||
  • ଦୁଇ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ, ଭୁବନେଶ୍ୱରରୁ ଅପହରଣ କରି ଭଞ୍ଜନଗର ନେଇଥିଲେ :୨ ଅଭିଯୁକ୍ତ ଗିରଫ, କାର୍‌ ଜବତ
  • ||
  • ରାତି ଅଧରେ ପଶିଲା ‘ଦାନା’, ଆଜି ରାତି ସାଢ଼େ ୧୧ଟା ଯାଏ ବାତ୍ୟା ପ୍ରକୋପ: ହାଟଡିହି, ତେଲକୋଇ ଦେଇ ଯିବ
  • ||
  • ଭଦ୍ରକରେ ମଧ୍ୟ ରାତ୍ରିରେ କରାଳ ରୂପ ଦେଖାଇଲା ‘ଦାନା’, ଭୟଭୀତ ଅବସ୍ଥାରେ ଲୋକେ
  • ||
  • ବାଲେଶ୍ୱରରେ ବାତ୍ୟାର ପ୍ରଭାବ, ଲ୍ୟାଣ୍ଡଫଲ୍‌ ପରେ ସମୁଦ୍ରରେ ଉଚ୍ଚ ଜୁଆର ସହ ଲାଗି ରହିଛି ବର୍ଷା
  • ||
  • ନଭେମ୍ବର ୫ରେ ଘୂର୍ଣ୍ଣିବଳୟ ସମ୍ଭାବନା: ଆଜି ପ୍ରବଳ ବର୍ଷା ଆଶଙ୍କା,୯ ଜିଲ୍ଲାରେ ରେଡ୍‌ ଆଲର୍ଟ, ୨୭ରୁ ପାଗ ଫିଟିବ
  • ||

ଅଜିତ ପାୱାରଙ୍କ ଦଳରେ ସାମିଲ ହେଲେ ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକ

ନୂଆଦିଲ୍ଲୀ,୨୫/୧୦: ଅଜିତ ପାୱାରଙ୍କ ଦଳରେ ସାମିଲ ହେଲେ ଏନସିପି ନେତା ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକ। ମହାରାଷ୍ଟ୍ର ନିର୍ବାଚନ ସମୟରେ ସେ ଏନସିପିର ଅଜିତ ପାୱାରଙ୍କ ଦଳରେ ଯୋଗ ଦେଇଛନ୍ତି।  ଆଜି ବିଧିବଦ୍ଧ ଭାବେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି ଜିଶାନ। ଏହାରି ମଧ୍ୟରେ ଆଜି ମଧ୍ୟ ଅଜିତ ପାୱାରଙ୍କ ଏନସିପି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଜିଶାନଙ୍କୁ ଟିକେଟ୍ ମିଳଥିବା ସୂଚନା ରହିଛି। 

ତେବେ ସେ ବାନ୍ଦ୍ରା  ଆସନରୁ ବିଧାନସଭା ନିର୍ବାଚନ ଲଢିବେ। କଂଗ୍ରେସରେ ଥିବାବେଳେ ଜିଶାନ ୨୦୧୯ରେ ଏହି ଆସନରୁ ପ୍ରାର୍ଥୀ ହେବା ସହ ବିଜୟୀ ମଧ୍ୟ ହୋଇଥିଲେ। ଚଳିତ ନିର୍ବାଚନରେ ଜିଶାନଙ୍କୁ ଟକ୍କର ଦେବେ ଉଦ୍ଧବ ଠାକରେଙ୍କ ଭଣଜା ବରୁଣ ସରଦେସାଇ।  ଚଳିତ ନିର୍ବାଚନରେ ଉଦ୍ଧବ ଠାକରେଙ୍କ ଶିବସେନା, କଂଗ୍ରେସ ଏବଂ ଶରଦ ପାୱାରଙ୍କ ଏନସିପିର ମହା ବିକାଶ ଅଗାଡି ମିଳିତ ମଞ୍ଚ ଏବଂ ବିଜେପି,ଏକନାଥ ସିନ୍ଦେଙ୍କ ଶିବସେନା, ଅଜିତ ପାୱାରଙ୍କ ଏନସିପିର ମିଳିତ ମଞ୍ଚ ମହାୟୁତି ମଧ୍ୟରେ କଡ଼ା ଟକ୍କର ହେଉଛି। ଉଭୟ ମିଳିତ ମଞ୍ଚ ଅର୍ଦ୍ଧାଧିକ ପ୍ରାର୍ଥୀ ତାଲିକା ଘୋଷଣା କରି ସାରିଲେଣି। ଆଜି ଏନସିପି ଜିଶାନଙ୍କ ସହ ଅନ୍ୟ ସାତ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ତାସଗାଓଁରୁ ସଞ୍ଜୟ କାକା ପାଟିଲଙ୍କୁ ଟିକେଟ ମିଳି ଥିବାବେଳେ ଇସଲାମପୁରରୁ ନିଶିକାନ୍ତ ଭୋସଲେ, ବଡଗାଓଁ ଶେରିରୁ ସୁନୀଲ ଟିଂଗରେ, ଶିରୁର ଜ୍ଞାନେଶ୍ୱର କଟକେ ଏବଂ ଲୋହାରୁ ପ୍ରତାପ ପାଟିଲ ପ୍ରାର୍ଥୀ ହୋଇଛନ୍ତି। ଏମାନଙ୍କ ବ୍ୟତୀତ ନବାବ ମଲିକଙ୍କ ଝିଅ ସନା ମଲିକଙ୍କୁ ଅଣୁଶକ୍ତି ନାଗରରୁ ଟିକେଟ୍ ମିଳିଥିବା ଜଣାପଡିଛି । ତେବେ ମହାରାଷ୍ଟ୍ରର ସମସ୍ତ ୨୮୮ ଆସନରେ ଆସନ୍ତା ୨୦ ତାରିଖରେ ନିର୍ବାଚନ ଥିୂବାବେଳ ୨୩ରେ ଫଳାଫଳ ପ୍ରକାଶ ପାଇବ ବୋଲି ସୂଚନା ରହିଛି । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.