ପୁରୀ୦୭/୦୮: ବଳଙ୍ଗା ପୀଡ଼ିତା ଓ ବାଲେଶ୍ୱର ଏଫ୍ଏମ୍ କଲେଜ ପ୍ରସଙ୍ଗକୁ ନେଇ ପୁରୀ ଜିଲ୍ଲା ବିଜେଡି ପକ୍ଷରୁ ୬ ଘଣ୍ଟିଆ ହରତାଳ । ସକାଳ ୬ଟାରୁ ଦିନ ୧୨ଟା ଯାଏ ଚାଲିବ ଆନ୍ଦୋଳନ। ବିଜେଡିକର୍ମୀଙ୍କ ପକ୍ଷରୁ ବିଭିନ୍ନ ଛକରେ ପିକେଟିଂ କରିଛନ୍ତି। ବଡ଼ଦାଣ୍ଡରେ ବନ୍ଦ ପାଳନର ପ୍ରଭାବ ଦେଖିବାକୁ ମିଳିଛି। ଦୋକାନ ବଜାର,କାର୍ଯ୍ୟାଳୟ, ଗାଡ଼ି ଚଳାଚଳ ବନ୍ଦ ରହିଛି। ପୀଡ଼ିତାଙ୍କ ନ୍ୟାୟ ଦାବିରେ ବିଜେଡ଼ି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଜାରି ରହିଛି।
ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଥିଲା, ବାଲେଶ୍ୱରର ଏଫ୍ଏମ୍ କଲେଜ ଘଟଣା ଭଳି, ବଳଙ୍ଗା ପୀଡ଼ିତାଙ୍କ ପରିବାର ଉପରେ ଚାପ ପ୍ରୟୋଗ କରି ବୟାନ ବଦଳାଇବା ପାଇଁ ବାଧ୍ୟ କରାଯାଇଛି । ପ୍ରଥମ ଦିନରୁ ପୀଡ଼ିତା ଓ ତାଙ୍କ ମା’ ନିଜେ ଘଟଣା ସମ୍ପର୍କରେ ସମ୍ପୂର୍ଣ୍ଣ ବିବରଣୀ ପ୍ରଦାନ କରି ଏତଲା ଦାୟର କରିଥିଲେ । ପରବର୍ତ୍ତୀ ପରିସ୍ଥତିରେ ଦୁର୍ବୃତ୍ତଙ୍କୁ ବଞ୍ଚାଇବା ପାଇଁ ଶାସକ ଦଳର ଚାପରେ ପୁଲିସ ତଦନ୍ତର ମୋଡ଼ ବଦଳାଇ ଦେଇଥିଲେ।
ଗତ ଜୁଲାଇ ୧୯ତାରିଖରେ ବଳଙ୍ଗା ପୀଡ଼ିତାଙ୍କ ଦେହରେ ନିଆଁ ଲାଗିଥିବାବେଳେ ୨ତାରିଖରେ ଦିଲ୍ଲୀ ଏମସରେ ପୀଡ଼ିତାଙ୍କ ମୃତ୍ୟୁ ହୋଇଥିଲା । ୩ତାରିଖ ବିଳମ୍ବିତ ରାତିରେ ପୈତୃକ ଗାଁରେ ପାର୍ଥିବ ଶରୀର ପହଞ୍ଚିବା ପରେ କର୍ମ କରାଯାଇ ପରଦିନ କବର ଦିଆଯାଇଥିଲା। ତେବେ ଘଟଣାରେ କୌଣସି ଅଭିଯୁକ୍ତ ଗିରଫ ହୋଇନଥିବାବେଳେ ପୀଡ଼ିତାଙ୍କ ମୃତ୍ୟୁ ଖବର ପରେ ଓଡ଼ିଶା ପୁଲିସ ସେ ଯାଏ ହୋଇଥିବା ତଦନ୍ତରେ କାହାର ସମ୍ପୃକ୍ତି ନଥିବା ଏକ୍ସରେ ପୋଷ୍ଟ କରିଥିଲା ।