ପ୍ରମୂଖ ଖବର
  • ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’
  • ||
  • ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ନେଇପାରେ ଲଘୁଚାପ ରୂପ: ୧୮ରୁ ୨୦ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ବୁଧବାର ଶ୍ରୀବିଗ୍ରହମାନଙ୍କ ହେବ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ, ୧୪/୧୦ : ଆସନ୍ତା ବୁଧବାର ଆଶ୍ଵିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ହେବ ବନକଲାଗି ନୀତି। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସୂଚନାନୁଯାୟୀ, ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ। ଏହାଦ୍ଵାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀ ବୃଦ୍ଧି ହୁଏ। ଏହି ବିଶେଷ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, ଓ କଳା ଇତ୍ୟାଦି ବ୍ୟବହାର କରାଯିବ। ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକମାନେ ଏହି ନୀତି ସମ୍ପାଦନ କରିବେ। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.