ପ୍ରମୂଖ ଖବର
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଭାରସାମ୍ୟ ହରାଇ ବରଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ

Published By : Harapriya Sethi | February 19, 2025 8:23 AM

ଭୁବନେଶ୍ୱର, ୧୯/୦୨: ବିଳମ୍ୱିତ ରାତିରେ ଭାରସାମ୍ୟ ହରାଇ ଘରକୁ ଧକ୍କା ଦେଲା ବରଯାତ୍ରୀ ବସ୍‌ । ଦୁର୍ଘଟଣାରେ ୫ ଯାତ୍ରୀ ଆହତ । ବାଲେଶ୍ୱର ଜିଲ୍ଲା ଖଇରା ବ୍ଳକ ଗଣ୍ଡିବେଡ ଔପଦା ରାସ୍ତାର ପାଣିଶିଆଳି ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ନୀଳଗିରି କାଠପାଳ ଅଞ୍ଚଳରୁ ଶ୍ରୀ ଗଣେଶ ନାମକ ଏକ ବସ୍‌ ୫୦ରୁ ଅଧିକ ବରଯାତ୍ରୀ ନେଇ ଗଣ୍ଡିବେଡ ଔପଦା ରାସ୍ତାର ଜହ୍ନିଆପଦାକୁ ଯାଉଥିଲା । ବସ୍‌ଟି ହଠାତ ପାଣିଶିଆଳି ରାସ୍ତାକଡ଼ରେ ଥିବା ମଙ୍ଗଳ ଦାସଙ୍କ ଘରର ବାରଣ୍ଡାରେ ଥିବା ଆଜବେଷ୍ଟସକୁ ଧକ୍କା ଦେଇ ଅଟକି ଯାଇଥିଲା । ବସ୍‌ଟି ଧକ୍କା ଦେବା କାରଣରୁ ପ୍ରଚଣ୍ଡ ଶବ୍ଦ ହୋଇଥିଲା ।  ଶବ୍ଦ ଶୁଣି ସ୍ଥାନୀୟଲୋକେ ଭୟଭୀତ ହୋଇ ଘର ବାହାରକୁ ଆସିଥିଲେ ଏବଂ ବସ୍‌ ଭିତରେ ଥିବା ବରଯାତ୍ରୀମାନଙ୍କୁ ଉଦ୍ଧାର କରି ଖଇରା ମେଡ଼ିକାଲକୁ ପଠାଇଥିଲେ । ଏହି ଦୁର୍ଘଟଣାରେ ୫ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ଏହି ଦୁର୍ଘଟଣା ଘଟାଇ ବସ୍‌ର ଡ୍ରାଇଭର ଘଟଣା ସ୍ଥଳରୁ ଫୋରାର ହେଇଥିଲା । ଏନେଇ ଖବର ପାଇବା ପରେ ପୋଲସି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.