ପ୍ରମୂଖ ଖବର
  • ଝାରସୁଗୁଡ଼ା : ରିୟାନ ପଲିଟେକ୍ନିକ ଇଣ୍ଡଷ୍ଟ୍ରିଜରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • ଶନିବାର ରାଜ୍ୟ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ
  • ||
  • ପ୍ରଥମାଷ୍ଟମୀ: ଏଣ୍ଡୁରୀ ପିଠାରେ ମହକୁଛି ଘର, ଜ୍ୟେଷ୍ଠ ସନ୍ତାନମାନେ ନୂଆ ବସ୍ତ୍ର କରିଛନ୍ତି ପରିଧାନ
  • ||
  • ଶନିବାର ସୃଷ୍ଟି ହେବ ଲଘୁଚାପ,ସୋମବାର ଅବପାତ ରୂପ ନେବ: ୨୮ଯାଏ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ମହାରାଷ୍ଟ୍ର, ଝାଡ଼ଖଣ୍ଡ ଭୋଟ ଗଣତି: ୪୮ ବିଧାନସଭା, ୨ ଲୋକସଭା ଉପନିର୍ବାଚନର ଆସିବ ରେଜଲ୍ଟ
  • ||

ଜାନୁଆରୀ ୩ ତାରିଖରୁ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆରମ୍ଭ

ବରଗଡ଼ : ଆସନ୍ତା ୪ତାରିଖ ସନ୍ଧ୍ୟା ୫ଟା ୧୫ ମିନିଟ୍ ସମୟରେ , ବରଗଡ଼ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପୀଠରେ ପୂଜାର୍ଚ୍ଚନା ପରେ ଶୁଭ ସ୍ତମ୍ଭ ସ୍ଥାପନା ହେବ। ଆସନ୍ତା ଜାନୁଆରୀ ୩ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ୭୮ତମ ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା ଅନୁଷ୍ଠିତ ହେବ ।

 ଏଥର ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାରେ ଦେଖିବାକୁ ମିଳିବ ନୂଆ କଂସଙ୍କୁ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ନୂଆ କଂସ ପାଇଁ ଖୁବ୍‌ ଶୀଘ୍ର ଚୟନ ପ୍ରକିୟା ଆରମ୍ଭ ହେବ ବୋଲି ଜିଲ୍ଲାପାଳ କହିଛନ୍ତି । ୨୦୨୨ରେ ଦ୍ୱିତୀୟରୁ ପଞ୍ଚମ ହୋଇଥିବା ଜଣଙ୍କୁ ଚୟନ କରାଯିବ ବୋଲି ଜଣାପଡିଛି । 

ଉଲ୍ଲେଖନୀୟ ଯେ, ୨୦୨୨ରୁ କଂସ ଭୂମିକା ତୁଲାଉଥିବା ହୃଷିକେଶ ଭୋଇଙ୍କୁ ଏଥର ବାଦ୍ ଦିଆଯାଇଛି ।  ହୃଷିକେଶ ଭୋଇଙ୍କୁ ବାଦ୍ ଦିଆଯିବା ପାଇଁ ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.