ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଦୀର୍ଘ ଅପେକ୍ଷାର ଅନ୍ତ, କଟକ ବାରବାଟୀ ଷ୍ଟାଡିୟମ୍‌ରେ ହେବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍‌

ଭୁବନେଶ୍ଵର: ଟି-୨୦ ବିଶ୍ଵକପ୍ ଚାଲିଥିବା ବେଳେ ଓଡ଼ିଶା ପାଇଁ ଖୁସିର ଖବର ମିଳିଛି ।କଟକ ବାରବାଟୀ ଷ୍ଟାଡିୟମ୍‌ରେ ଖେଳାଯିବ ଭାରତ ବନାମ ଇଂଲଣ୍ଡ ମ୍ୟାଚ୍‌ ।  ପାଖାପାଖି ଅଢେଇ ବର୍ଷ ପରେ କଟକ ବାରବାଟୀ ଷ୍ଟାଡିୟମକୁ ଫେରିଛି ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ । ୨୦୨୫ ଫେବୃଆରୀ ୯ ତାରିଖରେ ବାରବାଟୀରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ ମ୍ୟାଚ୍ ଖେଳାଯିବ ବୋଲି ବିସିସିଆଇ ପକ୍ଷରୁ ସୂଚନା ମିଳିଛି । 

ବାରବାଟୀରେ ଶେଷ ଦିନିକିଆ ମ୍ୟାଚ୍ ୨୦୧୯  ଡିସେମ୍ବର ୨୨ ତାରିଖରେ ଭାରତ ଓ ଓ୍ଵେଷ୍ଟଇଣ୍ଡିଜ ମଧ୍ୟରେ ଖେଳା ଯାଇଥିଲା। ଦୀର୍ଘ ୫ ବର୍ଷ ପରେ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳାଯିବ। ୨୦୨୫ ଜାନୁଆରୀ ୨୨ରେ ଇଂଲଣ୍ଡ ଦଳ ଭାରତ ଗସ୍ତରେ ଆସୁଛି। ଏହି ସମୟରେ ଭ୍ରମଣକାରୀ ଦଳ ଭାରତରେ ୫ଟି ଟି-୨୦ ଏବଂ ୩ଟି ଦିନିକିଆ ମ୍ୟାଚ୍ ଖେଳିବ। 

ଦିନିକିଆ ସିରିଜର ଦ୍ଵିତୀୟ ମ୍ୟାଚ୍ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ବୋଲି ଜଣାପଡ଼ିଛି । ପ୍ରଥମ ମ୍ୟାଚ୍ ଫେବୃଆରୀ ୬ରେ ନାଗପୁର, ଫେବୃଆରୀ ୯ରେ କଟକରେ  ଦ୍ଵିତୀୟ ମ୍ୟାଚ୍ ଏବଂ ଫେବୃଆରୀ ୧୨ ତାରିଖରେ ଅହମ୍ମଦାବାଦରେ ତୃତୀୟ ମ୍ୟାଚ୍ ଖେଳାଯିବ।

ସୂଚନାଯୋଗ୍ୟ, ବାରବାଟୀ ଷ୍ଟାଡିୟମରେ ଶେଷ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ୨୦୨୨ ଜୁନ ୧୨ରେ ଖେଳା ଯାଇଥିଲା। ସେହିଭଳି ଶେଷ ଥର ପାଇଁ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍ ୨୦୧୯  ଡିସେମ୍ବର ୨୨ରେ ଏଠାରେ ଖେଳା ଯାଇଥିଲା ।  ଏହା ପରେ ଭାରତ ଅନେକ ସିରିଜ୍ ଘରୋଇ ମାଟିରେ ଆୟୋଜନ କରି ସାରିଛି। ମାତ୍ର ବାରବାଟୀରେ କୌଣସି ମ୍ୟାଚ୍ ଆୟୋଜନ କରାଯାଉ ନ ଥିଲା। ଦୀର୍ଘ ୫ ବର୍ଷ ପରେ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମୁକାବିଲା ଖେଳାଯିବ। ଏ ପର୍ଯ୍ୟନ୍ତ ବାରବାଟୀ ଷ୍ଟାଡିୟମରେ ୧୯ଟି ଦିନିକିଆ ମ୍ୟାଚ୍ ଖେଳା ଯାଇଛି।

  • cricket
  • cuttack
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.