ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ଝଟ୍‌କା, ଖେଳିବେନି ଅଲରାଉଣ୍ଡର ଶିବମ ଦୁବେ

Image Courtesy: abplive

ନୂଆଦିଲ୍ଲୀ: ବାଂଲାଦେଶ ବିପକ୍ଷ ଟି-୨୦ ସିରଜ୍‌ ପୂର୍ବରୁ ଭାରତୀୟ ଟିମ୍‌କୁ ଝଟକା । ଭାରତୀୟ ଦଳର ଉଦୀୟମାନ ତାରକା ଅଲରାଉଣ୍ଡର ଶିବମ ଦୁବେ ଟି-୨୦ ସିରିଜ୍‌ରୁ ବାଦ୍ ପଡ଼ିଛନ୍ତି । ତାଙ୍କ ପରିବର୍ତ୍ତେ ବିସିସିଆଇ ତିଳକ ବର୍ମାଙ୍କୁ ଦଳରେ ସାମିଲ କରିଛି । ବିସିସିଆଇ ଅନୁସାରେ, ଅଲରାଉଣ୍ଡର ଶିବମ ଦୁବେ ପିଠିରେ ଆଘାତ ଲାଗିବା କାରଣରୁ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ରୁ ବାଦ୍ ପଡ଼ିଛନ୍ତି । ଦଳରୁ ବାଦ୍  ପଡ଼ିଥିବା ଶିବମ ଦୁବେ ଟି-୨୦ ବିଶ୍ଵକପ୍ ଚାମ୍ପିଅନ ଦଳର ସଦସ୍ୟ ଥିଲେ । ଚୟନକର୍ତ୍ତା ତାଙ୍କ ସ୍ଥାନରେ ତିଳକ ବର୍ମାଙ୍କୁ ଦଳରେ ସାମିଲ କରିଛନ୍ତି । ତିଳକ ବର୍ମା ରବିବାର ସକାଳେ ଗ୍ଵାଲିୟରରେ ଦଳରେ ଯୋଗ ଦେବେ । 

 ଆସନ୍ତାକାଲି ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍ ଗ୍ଵାଲିୟରରେ ଖେଳାଯିବ । ଭାରତୀୟ ସମୟ ସନ୍ଧ୍ୟା ୭ଟାରେ ମ୍ୟାଚ୍ ଆରମ୍ଭ ହେବ । ସୂର୍ଯ୍ୟକୁମାର ଯାଦବ ଦଳର ନେତୃତ୍ଵ ନେଉଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପରି ବରିଷ୍ଠ ଖେଳାଳିଙ୍କ ଉପରେ ଗୁରୁଦାୟିତ୍ଵ ରହିଛି । ଅନେକ ବରିଷ୍ଠ ଖେଳାଳିଙ୍କୁ ଦଳରେ ବିଶ୍ରାମ ଦିଆଯାଇଥିବାରୁ ଅଭିଷେକ ଶର୍ମାଙ୍କ ପରି ଖେଳାଳିଙ୍କୁ ନିଜକୁ ସାବ୍ୟସ୍ତ କରିବା ପାଇଁ ସୁଯୋଗ ମିଳିଛି ।

 ଜିମ୍ବାଓ୍ଵେ ବିପକ୍ଷ ସିରିଜ୍‌ରେ ଅଭିଷେକ ଶତକ ଅର୍ଜନ କରି ନିଜର ସାମର୍ଥ୍ୟ ଦେଖାଇଛନ୍ତି । ବାଂଲାଦେଶ ବିପକ୍ଷ ସିରିଜ୍‌ରେ ଅଭିଷେକ ସଞ୍ଜୁ ସାମସନଙ୍କ ସହ ଇନିଂସ ଓପନ କରି ପାରନ୍ତି। ଉଦୀୟମାନ ଦ୍ରୁତ ବୋଲର ମୟଙ୍କ ଯାଦବ ଟି-୨୦ ଅନ୍ତର୍ଜାତୀୟରେ ପଦାର୍ପଣ କରିବାକୁ ଯାଉଛନ୍ତି । ଆଇପିଏଲ୍‌ରେ ମୟଙ୍କ ଲଗାତାର ୧୫୦ କିମି ବେଗରେ ବୋଲିଂ କରି କ୍ରିକେଟ୍ ଜଗତରେ ଚହଳ ପକାଇଥିଲେ । 

 

  • Indian cricket team
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.