କେନ୍ଦୁଝର ସଦର, ୭/୧୧ : ଛେଳି ଚରାଇବାକୁ ଯାଇଥିବା ବେଳେ ଯୁବକଙ୍କୁ ଆକ୍ରମଣ କଲା ଭାଲୁ। ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି। କେନ୍ଦୁଝର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଡିମ୍ବୋ ପଞ୍ଚାୟତ ଧୁଡୁରୁପାଳ ଗ୍ରାମ ନିକଟରେ ଏଭଳି ଘଟଣା ଘଟିଛି।
ସୂଚନାନୁଯାୟୀ, ଧୁଡୁରୁପାଳ ଗ୍ରାମର ବାଙ୍ଗୁରୁ ମୁଣ୍ଡା ଜଙ୍ଗଲକୁ ଛେଳି ଚରାଇବା ପାଇଁ ଯାଇଥିଲେ। ଏହି ସମୟରେ ଏକ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ସ୍ଥାନୀୟ ଲୋକେ ବାଙ୍ଗୁରୁକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଛନ୍ତି। ବାଙ୍ଗୁରୁଙ୍କ ଗୋଟିଏ ଆଖି ନଷ୍ଟ ହୋଇଯାଇଛି।