ପ୍ରମୂଖ ଖବର
  • ମାଲକାନଗିରିରେ ବଡ଼ ଧରଣର ଚୋରି, କାନ୍ଥ ଭାଙ୍ଗି ୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ମୋବାଇଲ୍‌ ନେଇଗଲେ ଲୁଟେରା
  • ||
  • ରାଜଧାନୀରେ ହତ୍ୟା ଘଟଣା: ୩ ଜଣଙ୍କୁ ଅଟକ ରଖି ଜେରା କରୁଛି ପୋଲିସ
  • ||
  • ରାଜଧାନୀରେ ହତ୍ୟା ଘଟଣା: ଦୋଷୀଙ୍କୁ ନିଶ୍ଚିତ ଧରାଯିବ ବୋଲି କହିଲେ ଆଇନ୍‌ମନ୍ତ୍ରୀ
  • ||
  • ବୈପାରିଗୁଡ଼ା : ଆମଟିଗୁଡା ହତ୍ୟା ମାମଲା, ୫ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ରାଜଧାନୀରେ ଚାଞ୍ଚଲ୍ୟ: ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ଭି. ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ, ଏସ୍ ସୋମନାଥଙ୍କ ସ୍ଥାନରେ ନିଯୁକ୍ତି
  • ||
  • ଆଗକୁ ବଢିବ ରାତି ତାପମାତ୍ରା, ଆହୁରି କମିବ ଶୀତ
  • ||
  • ରାଜ୍ୟରେ ବାର୍ଡ-ଫ୍ଲୁ ଭୟ, ଜନସ୍ୱାସ୍ଥ୍ୟ ବିଭାଗର ସ୍ଥିତି ସମୀକ୍ଷା
  • ||

ଖାଦ୍ୟ ଅନ୍ଵେଷଣରେ ଗାଁ ମୁହାଁ ଭାଲୁ, ସନ୍ଧ୍ୟା ହେଲେ ପଡ଼ୁଛି ତାଟି କବାଟ

Published By : Prameya | January 7, 2025 9:27 AM

ବୈପାରୀଗୁଡ଼ା, ୦୭/୦୧ : କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକରେ ଭାଲୁ ଆତଙ୍କ। ସଦର ମହକୁମା ସ୍ଥିତ ଗାନ୍ଧୀ ଛକରେ ବୁଲୁଛନ୍ତି ଭାଲୁ। ରାତି ହେଲେ ଛକରେ ବୁଲୁଛନ୍ତି ୭ରୁ ୮ଟି ଭାଲୁ। ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍ ପରେ ଚାରିଆଡେ ଖେଳିଯାଇଛି ଆତଙ୍କ। 

ଖାଦ୍ୟ ଅନ୍ଵେଷଣ ପାଇଁ ଗାଁ ମୁହାଁ ଭାଲୁ। ରାତି ହେଲେ ଜନବସତି ଆଡ଼କୁ ମାଡ଼ି ଆସୁଛନ୍ତି। ନିର୍ଦ୍ଵନ୍ଦରେ ଚାରିଆଡ଼େ ଘୂରି ବୁଲୁଛନ୍ତି। କୁନ୍ଦୁରା ବ୍ଲକ ସଦର ମହକୁମା ସ୍ଥିତ ଗାନ୍ଧୀ ଛକରେ ରାତିରେ ୭ରୁ ୮ଟି ଭାଲୁ ବୁଲୁଥିବା ଦେଖିବାକୁ ମିଳିଛି। ସିସିଟିଭି ଭିଡିଓ ଭାଇରାଲ୍ ହେବା ପରେ ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି। ସନ୍ଧ୍ୟା ହେଲେ ଲୋକମାନେ ପଦାକୁ ବାହାରୁ ନାହାଁନ୍ତି। ଘରେ ତାଟି କବାଟ ପଡୁଛି। ସେପଟେ ଭାଲୁ ଘଉଡ଼ାଇବାକୁ ବନ ବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି। କୁନ୍ଦୁରା ସହରରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଉଛି। 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.