ପ୍ରମୂଖ ଖବର
  • ପ୍ୟାରିସ୍‌ ଅଲିମ୍ପିିକ୍ସରେ ଭାରତକୁ ପ୍ରତିନିଧିତ୍ଵ କରିବେ ୨ ଓଡ଼ିଆ କ୍ରୀଡ଼ାବିତ୍‌, ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ମଣିପୁର ଗସ୍ତରେ ଯିବେ ରାହୁଲ ଗାନ୍ଧି, ହିଂସା ପୀଡିତ ଓ ବନ୍ୟା ପୀଡ଼ିତଙ୍କ ସହ କରିବେ ଆଲୋଚନା
  • ||
  • ଦୁଇ ଦିନିଆ ଋଷ୍‌ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ପୁଟିନ୍‌ଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ଆଲୋଚନା
  • ||
  • ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ କଲେ ରାଷ୍ଟ୍ରପତି, ଅପରାହ୍ନରେ ଖଣ୍ଡଗିରି-ଉଦୟଗିରି କରିବେ ପରିଦର୍ଶନ
  • ||
  • ୧୪ରେ ଆଉ ଏକ ଲଘୁଚାପ ସମ୍ଭାବନା, ଆଜି କୋରାପୁଟ, ରାୟଗଡ଼ା ଓ ଗଜପତିରେ ବର୍ଷିବ
  • ||

ଭିଜିଲାନ୍ସ ଜାଲରେ ବେଗୁନିଆ ଆରଆଇ, ୨୦ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଖୋର୍ଦ୍ଧା, ୦୫/୦୭ : ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲର ଆରଆଇ। ଲାଞ୍ଚ ନେବା ବେଳେ ଆରଆଇ ବିଶ୍ଵେଶ୍ଵର ରାୟ ବେହେରା ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି। ତାଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ ହୋଇଛି। ବିଶ୍ଵେଶ୍ଵରଙ୍କ ଦୁଇଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି।

ସୂଚନାନୁଯାୟୀ, ବେଗୁନିଆ ତହସିଲର ଆରଆଇ ବିଶ୍ଵେଶ୍ଵର ରାୟ ବେହେରା ଜଣେ ବ୍ୟକ୍ତିଙ୍କୁ ସରକାରୀ ଜମିରୁ ଗଛ କାଟିବା ପାଇଁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଧମକ ଦେଇଥିଲେ। ଏହି ବାବଦକୁ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଉକ୍ତ ବ୍ୟକ୍ତି ଜଣଙ୍କ ଏନେଇ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ। ପୂର୍ବ ପ୍ରସ୍ତୁତି ମୁତାବକ ଆଜି ଆରଆଇ ଉକ୍ତ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଚଢାଉ କରିଛି। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି। ଭୁବନେଶ୍ଵର ଭିଜିଲାନ୍ସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.