ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ନାଁରେ ପଞ୍ଜିକୃତ ହେବ ଏତଲା ! ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ମାମଲାରେ ନିର୍ଦ୍ଦେଶ ଦେଲେ ବେଙ୍ଗାଲୁରୁ କୋର୍ଟ

ନୂଆଦିଲ୍ଲୀ,୨୮/୦୯: ନିର୍ବାଚନୀ ବଣ୍ଡ ମାଧ୍ୟମରେ ହେରଫେର ମାମଲାରେ ବେଙ୍ଗାଲୁରୁର ସ୍ୱତନ୍ତ୍ର ପ୍ରତିନିଧୀ କୋର୍ଟ ଶୁକ୍ରବାର ଦିନ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଅନ୍ୟମାନଙ୍କ ବିରୋଧରେ ଏଫଆଇଆର ପଞ୍ଜିକରଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜନାଧିକାର ସଂଘର୍ଷ ପରିଷଦ (ଜେଏସପି) ସହ-ଅଧ୍ୟକ୍ଷ ଆଦର୍ଶ ଆୟର ବେଙ୍ଗାଲୁରୁର ସ୍ୱତନ୍ତ୍ର ଲୋକ ପ୍ରତିନିଧୀ କୋର୍ଟରେ ଅଭିଯୋଗ କରିଥିଲେ ଏବଂ କେନ୍ଦ୍ର ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ପାଇଁ ଦାବି କରିଥିଲେ। 

ଆବେଦନକାରୀ ତାଙ୍କ ଅଭିଯୋଗରେ କହିଛନ୍ତି ଯେ ନିର୍ବାଚନ ବଣ୍ଡ ମାଧ୍ୟମରେ ଧମକଚମକ ଦିଆଯାଉଛି। ଏହି ଆବେଦନର ଶୁଣାଣି କରି ବେଙ୍ଗାଲୁରୁର ତିଲକ ନଗର ପୋଲିସ ଷ୍ଟେସନକୁ ନିର୍ବାଚନୀ ବଣ୍ଡ ମାଧ୍ୟମରେ ହେରଫେର ମାମଲାରେ ଏଫଆଇଆର ପଞ୍ଜିକରଣ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଜନାଧିକାର ସଂଘର ପରିଷଦ ଏପ୍ରିଲ ୨୦୨୪ ରେ ୪୨ ତମ ଏସିଏମଏମ କୋର୍ଟରେ ଦାଖଲ ହୋଇଥିବା ଏକ ପିଟିସନରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଇଡି ଅଧିକାରୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ବିଜେପି ରାଷ୍ଟ୍ରୀୟ ନେତା, ତତ୍କାଳୀନ ବିଜେପି କର୍ଣ୍ଣାଟକ ଅଧ୍ୟକ୍ଷ ନଳିନ କୁମାର କଟିଲ, ବି ଓ୍ବାଇ ବିଜୟେନ୍ଦ୍ରଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଉପରେ ବିଚାର କରିବା ପରେ ବେଙ୍ଗାଲୁରୁର ତିଲକ ନାଗର ପୋଲିସକୁ ଏଫଆଇଆର ପଞ୍ଜିକରଣ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବରିଷ୍ଠ ଓକିଲ ବାଲାନ ଆବେଦନକାରୀଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ କରିଥିଲେ। ଏହି ମାମଲାର ଶୁଣାଣି ଅକ୍ଟୋବର ୧୦ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.