ପ୍ରମୂଖ ଖବର
  • ବାରିପଦା : ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ
  • ||
  • ସାଲେପୁର : ଯୁବତୀଙ୍କୁ ବିବାହ ପ୍ରତିଶୃତି ଦେଇ ଯୁବକ ଗିରଫ
  • ||
  • ଦିନିକିଆ ଯାଜପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍’
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ଘର ଭିତରକୁ ପଶିଲା କାର୍‌, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • କେନ୍ଦୁଝର : ଦନ୍ତା ଆକ୍ରମଣରେ ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଦଶହରା ପୂର୍ବ ଆସିଲା ଖୁସି ଖବର, ଆସନ୍ତା ୯ ତାରିଖରେ ମହିଳାଙ୍କ ଖାତାକୁ ଯିବ 'ସୁଭଦ୍ରା' ଟଙ୍କା
  • ||
  • କୋଣାର୍କ : ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ମାଲକାନଗିରି : ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ, ଚିକିତ୍ସା ପାଇଁ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା: ଆଜି ଗୁଜରାଟ ଯିବେ ନିଲମ୍ବିତ ୫ ପୁଲିସ, ସମସ୍ତଙ୍କର ପଲିଗ୍ରାଫ ଟେଷ୍ଟ୍‌ କରାଇବ କ୍ରାଇମ୍‌ବ୍ରାଞ୍ଚ୍‌
  • ||
  • ମଧ୍ୟପ୍ରଦେଶରେ ବଡ଼ ଧରଣର ସଡ଼କ ଦୁର୍ଘଟଣା, ୯ଜଣଙ୍କ ମୃତ୍ୟୁ
  • ||
  • ଭୁବନ : ନାଳରେ ବୁଡି ଯୁବକଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଫରେଷ୍ଟରଙ୍କ ସୁଇସାଇଡ ନୋଟ ପାଇ ବି ବନ ବିଭାଗ ଓ ପୁଲିସ ନିରବ: ପତ୍ନୀ ବିଚଳିତ, ଶୁଦ୍ଧିକ୍ରିୟାରେ ଅଘଟଣ
  • ||
  • ଭୁବନେଶ୍ୱର : ଓଲଟିଲା କ୍ଷୀର ବୋଝେଇ କଣ୍ଟେନର, ୩ ଆହତ
  • ||
  • ମୌସୁମୀ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ: ଏବେ ବି ୪ ଜିଲ୍ଲା ନିଅଣ୍ଟିଆ ବର୍ଷା, ଭଦ୍ରକରେ ସର୍ବାଧିକ ୨୬% ନିଅଣ୍ଟିଆ
  • ||
  • ଭୁବନେଶ୍ୱର : ଡ୍ରଙ୍କେନ୍ ଡ୍ରାଇଭ୍ ଚେକିଂ ବେଳେ କାରରୁ ମିଳିଲା ଟଙ୍କା; ଚାଳକ ଅଟକ, କାର୍ ଓ ଟଙ୍କା ଜବତ
  • ||

ଭରତପୁର ଥାନାରେ ହଙ୍ଗାମା ମାମଲା: ଆଜି ଗୁଜରାଟ ଯିବେ ନିଲମ୍ବିତ ୫ ପୁଲିସ, ସମସ୍ତଙ୍କର ପଲିଗ୍ରାଫ ଟେଷ୍ଟ୍‌ କରାଇବ କ୍ରାଇମ୍‌ବ୍ରାଞ୍ଚ୍‌

ଭୁବନେଶ୍ୱର, ୨୯/୦୯: ଭରତପୁର ଥାନାରେ ହଙ୍ଗାମା ମାମଲାରେ ନିଲମ୍ୱିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ୫ ପୁଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ୍‌ । ୫ ପୁଲିସ ଅଧିକାରୀଙ୍କୁ ଧରି ରବିବାର କ୍ରାଇମବ୍ରାଞ୍ଚ ଟିମ୍‌ ଗୁଜୁରାଟ ଯିବ । ସୋମବାର ନିଲମ୍ବିତ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ, ବ୍ରେନ୍‌ ମ୍ୟାପିଂ  ଓ ନାର୍କୋ ଟେଷ୍ଟ କରାଯିବ । ଏଥିସହ ଅନ୍ୟ ୪ଜଣ ପୁଲିସ ଅଧିକାରୀଙ୍କର ମଧ୍ୟ  ପଲିଗ୍ରାଫ ଟେଷ୍ଟ୍‌ କରାଯିବ । ଟେଷ୍ଟ ରିପୋର୍ଟ ଆସିବା ପରେ ପୁଲିସ କେତେ ସତ  କହୁଛି ତାହା ଉପରୁ ପରଦା ହଟିବ ବୋଲି କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ କୁହାଯାଇଛି । ପୂର୍ବରୁ  ନିଲମ୍ୱିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ  ପଲିଗ୍ରାଫ, ବ୍ରେନ୍‌ ମ୍ୟାପିଂ ଓ ନାର୍କୋ ଟେଷ୍ଟ  ନିମନ୍ତେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ  ଅନୁମତି ପ୍ରଦାନ କରି ସାରିଛନ୍ତି । 

ଏହାପରେ ଅନ୍ୟ ୪ ଜଣ ପୁଲିସ ଅଧିକାରୀଙ୍କ  ପଲିଗ୍ରାଫ ଟେଷ୍ଟ ନିମନ୍ତେ ଶୁକ୍ରବାର କ୍ରାଇମବ୍ରାଞ୍ଚ ପକ୍ଷରୁ କୋର୍ଟରେ ଆବେଦନ  ହୋଇଥିଲା। କୋର୍ଟ କ୍ରାଇମ୍‌ବ୍ରାଞ୍ଚକୁ ଅନୁମତି ପ୍ରଦାନ କରିଛନ୍ତି ।  ଏହି ୪ ପୁଲିସ ଅଧିକାରୀଙ୍କ ମଧ୍ୟରେ ରହିଛନ୍ତି ନିଲମ୍ୱିତ ହୋଇଥିବା ଜଣେ ମହିଳା ସବ୍‌-ଇନ୍ସପେକ୍ଟର ଓ ୨ ମହିଳା ଆସିଷ୍ଟାଣ୍ଟ୍‌ ସବ୍‌ ଇନ୍ସପେକ୍ଟର । ଏମାନଙ୍କ ସହିତ ସେଦିନ  ଉପସ୍ଥିତ ଆଉ ଜଣେ ସବ୍‌ ଇନ୍ସପେକ୍ଟରଙ୍କର ମଧ୍ୟ ପଲିଗ୍ରାଫ ଟେଷ୍ଟ ହେବ । ଏହି ଘଟଣାର  କେହି ପ୍ରତ୍ୟକ୍ଷଦର୍ଶୀ ନ ଥିବାରୁ ଏହି ଏସ୍‌ଆଇଙ୍କୁ ଘଟଣାର ପ୍ରତ୍ୟକ୍ଷଦର୍ଶୀ ତଥା ସାକ୍ଷୀ ଭାବେ ଗ୍ରହଣ କରାଯାଇଛି । କିନ୍ତୁ ନିଲମ୍ୱିତ କନଷ୍ଟେବଳଙ୍କର କୌଣସି ଟେଷ୍ଟ କରାଯିବ ନାହିଁ ।  ପଲିଗ୍ରାଫ୍‌ ଟେଷ୍ଟ୍‌ ରିପୋର୍ଟ ଆସିବା ପରେ ପୁଲିସ ସତ କହୁଛି କି ମିଛ କାହାଣୀ ବନାଇଛି,  ତାହା ସ୍ପଷ୍ଟ ହେବ । ସେପଟେ କ୍ୟାପ୍‌ଟେନଙ୍କ ବାନ୍ଧବୀଙ୍କର ମଧ୍ୟ ଲାଇ ଡିଟେକ୍ସନ୍‌ ଟେଷ୍ଟ,  ପଲିଗ୍ରାଫ ଓ ନାର୍କୋ ଆନାଲିସିସ ପାଇଁ କୋର୍ଟରେ ଆବଦନ କରିପାରେ କ୍ରାଇମ୍‌ବ୍ରାଞ୍ଚ ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.