ପ୍ରମୂଖ ଖବର
  • ୧୪ ଜିଲ୍ଲାରେ ୨୩ରୁ ୨୫ ପର୍ଯ୍ୟନ୍ତ କଲେଜ ଛୁଟି ଘୋଷଣା
  • ||
  • ଶ୍ରୀମନ୍ଦିରକୁ ଓମଫେଡ଼ ଘିଅ ଯୋଗାଣ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ,ଆଇନ ମନ୍ତ୍ରୀପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚାଲିଛି ଆଲୋଚନା
  • ||
  • ବୈତରଣୀ ମୁହାଣରେ ଅଘଟଣ: ବୁଡିଗଲା ମାଛଧରା ବୋଟ୍‌, ୬ ଜଣ ଉଦ୍ଧାର
  • ||
  • ବାତ୍ୟାର ମୁକାବିଲା ପାଇଁ କମିଶନରେଟ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ,ଟୁଇଟ୍ ସିଟି କମିଶନରେଟ ପୋଲିସ କହିଲେ ବାତ୍ୟା ସମୟରେ ଲୋକଙ୍କୁ ସମ୍ପୂର୍ଣ୍ଣ ସାହାଯ୍ୟ କରାଯିବ
  • ||
  • କେନ୍ଦ୍ରାପଡ଼ା: ସନ୍ଧ୍ୟା ସୁଦ୍ଧା ବାଉଁଶ ଓ ଲାଇଟ୍ ଗେଟ୍ ଖୋଲ, ନିର୍ଦ୍ଦେଶ ଦେଲେ କେନ୍ଦ୍ରାପଡ଼ା ଜିଲ୍ଲାପାଳ
  • ||
  • ବାତ୍ୟା ମୁକାବିଲା ପାଇଁ ଓଡ୍ରାଫ୍‌ ଟିମ୍‌କୁ ସଜାଗ: ମୁକାବିଲା ପାଇଁ ୬୦ ଓଡ୍ରାଫ୍‌ ଟିମ୍‌,ଭୁବନେଶ୍ୱର, କଟକରେ ରିଜର୍ଭ ରହିବ ୧୦ ଟିମ୍‌
  • ||
  • ସମ୍ଭାବ୍ୟ ବାତ୍ୟାକୁ ନେଇ ବାସୁଦେବପୁର ମତ୍ସ୍ୟ ବିଭାଗ ପକ୍ଷରୁ ସଚେତନତା, କୂଳରେ ଡଙ୍ଗା ବାନ୍ଧିଲେଣି ମତ୍ସ୍ୟଜୀବୀ
  • ||
  • ୩ରୁ ଓଜେଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା, ୬୮୦ ଜଣ ପରୀକ୍ଷାର୍ଥୀ ଦେବେ ଏକ୍ସଜାମ୍‌
  • ||
  • ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର୍ କୈଳାଶ ଚନ୍ଦ୍ର ସାହୁ , ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍
  • ||
  • ରାଜନଗରରେ ମାଡ଼ ହେବ "ଦାନା'! ଗୁରୁବାର ରାତିରୁ ଶୁକ୍ରବାର ସକାଳ ଭିତରେ ସ୍ଥଳଭାଗ ଛୁଇଁବ
  • ||

ଭରତପୁର ଥାନା ମାମଲା: କେସ୍ ଡାଏରୀ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୧/୧୦: ଭରତପୁର ଥାନାରେ ସେନା  ଅଧିକାରୀଙ୍କୁ ଦୁର୍ବ୍ୟବହାର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା  ମାମଲାରେ ଆଗୁଆ ଜାମିନ୍‌ ଆବେଦନ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ୪ ଥାନା କର୍ମଚାରୀ ସବ୍‌-ଇନ୍ସପେକ୍ଟର ବୈଶାଳିନୀ ପଣ୍ଡା, ସାଗରିକା ରଥ, ସଲିଳାମୟୀ ସାହୁ  ଏବଂ କନଷ୍ଟେବଳ ବଳରାମ ହାଁସଦା ଆଜି ହାଇକୋର୍ଟରେ ନିରାଶ ହୋଇଥିଲେ । ଏହା ସହ ଆଇଆଇସି ମଧ୍ୟ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ । ଅପରପକ୍ଷରେ ଏହି ମାମଲାରେ କ୍ରାଇମବ୍ରାଞ୍ଚକୁ କେସ୍‌ ଡାଏରୀ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ଶୁଣାଣି ଆସନ୍ତା ସପ୍ତାହକୁ ଧାର୍ଯ୍ୟ ହୋଇଛି ।

ଏହି  ଘଟଣାରେ ରାଜ୍ୟ ସରକାର କ୍ରାଇମ୍‌ବ୍ରାଞ୍ଚ୍‌କୁ ତଦନ୍ତ ନିର୍ଦ୍ଦେଶ  ଦେଇଥିଲାବେଳେ ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ କମିସନ ବସାଇଥିଲେ । କ୍ରାଇମ୍‌ବ୍ରାଞ୍ଚ୍‌ ଭରତପୁର ଥାନାର ତତ୍କାଳନୀ ଆଇଆଇସି ଦୀନକୃଷ୍ଣ ମିଶ୍ର ଏବଂ ଉପରୋକ୍ତ ଚାରି ପୁଲିସ୍‌ କର୍ମଚାରୀଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ । ଏହି ଘଟଣାରେ ସମ୍ଭାବ୍ୟ ଗିରଫଦାରୀକୁ ଏଡ଼ାଇବା ଲାଗି ଏହି କର୍ମଚାରୀମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଆଜି ଅବକାଶକାଳୀନ ଅଦାଲତରେ ପୂର୍ବତନ ଆଇଆଇସିଙ୍କୁ ଛାଡ଼ି ଅନ୍ୟ ଚାରି କର୍ମଚାରୀଙ୍କ ଆଗୁଆ ଜାମିନ୍‌ ମାମଲା ଶୁଣାଣି ପାଇଁ ଉଠିଥିଲା । ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ମାନସ ଚାନ୍ଦ ମାମଲା ପରିଚାଳନା କରୁଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.