ପ୍ରମୂଖ ଖବର
  • ଭିଜିଲାନ୍ସ ପଞ୍ଝାରେ ସରକାରୀ ବାବୁ, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଏଆରଆଇ
  • ||
  • ଜନତା ମଇଦାନରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୭ ପ୍ରବାସୀଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିବେ
  • ||
  • ଫେବ୍ରୁଆରୀ ୧୧ରେ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା
  • ||
  • ଭୋଗରାଇ : ଚଢାଉ ବେଳେ ଅବକାରୀ ଟିମ୍‌ ଉପରେ ଆକ୍ରମଣ ଘଟଣା: ୨ ଗିରଫ
  • ||
  • ମର୍ସିଡିଜ୍‌କୁ ପଛରୁ ପିଟିଲା 'ମୋ ବସ୍‌', ଅଳ୍ପକେ ବର୍ତ୍ତିଲେ ଚାଳକ
  • ||
  • ବାରିପଦା : ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ଅନୁଗୁଳ : ଶୌଚ ପାଇଁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • କୁମ୍ଭୀର ଗଣନା ପାଇଁ ଜାନୁଆରୀ ୧୪ରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ
  • ||
  • ଶିମିଳିପାଳରେ ଶୀତ ଲହରି ଜାରି, ଘନ କୁହୁଡ଼ି ପାଇଁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ
  • ||
  • ରାୟଗଡା : ଏସ୍‌କେ ମାର୍ଟରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା
  • ||
  • ମିରଟ ସୋହେଲ ଗାର୍ଡେନ ଅଞ୍ଚଳରେ ଚାଞ୍ଚଲ୍ୟ ଘଟଣା, ବକ୍ସ ଖଟ ଭିତରୁ ୫ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ରଣପୁର : ପିକ୍‌ନିକ୍‌ ବସ୍‌ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୩୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ଦୁଇ ଦିନ ପରେ କମିବ ଶୀତ, ଶନିବାର ୩ ଜିଲ୍ଲାରେ ଘନ କୁହୁଡି ନେଇ ଆଲର୍ଟ: ସବୁଠୁ ଥଣ୍ଡା ଜି.ଉଦୟଗିରି
  • ||

କୁମ୍ଭୀର ଗଣନା ପାଇଁ ଜାନୁଆରୀ ୧୪ରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

Published By : Harapriya Sethi | January 10, 2025 9:15 AM

ପଟ୍ଟାମୁଣ୍ଡାଇ,୧୦/୦୧: ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୁମ୍ଭୀର ଗଣନା କରାଯିବ । ଚଳିତ ମାସ ଜାନୁଆରୀ ୧୪ତାରିଖ ଠାରୁ ୨୨ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯାଉ ଥିବାରୁ ପର୍ଯ୍ୟଟକ ମାନଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟରେ ଭିତର କନିକାକୁ ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକ ମାନଙ୍କୁ ଆସିବାକୁ ବାରଣ କରାଯାଇଛି ।

ଭିତରକନିକା ନଦୀ ଓ ନାଳରେ ଜୁଆର ହୋଇ ଥିବାରୁ ଅଧିକ ଭଟ୍ଟା ରହୁଥିବା ଅମାବସ୍ୟା ତିଥି ପରେ ଉଚ୍ଚ ଜୁଆର ନ ଆସିବା ଯୋଗୁଁ ନଦୀ ପଠା ବୁଡି ନଥାଏ । ଏହି ସମୟରେ ଦିନ ଓ ରାତିରେ କୁମ୍ଭୀର ଗଣନା କରିବା ପାଇଁ ସୁବିଧା ହୋଇଥାଏ । ନଦୀ ପଠାରେ କୁମ୍ଭୀର ଶୋଇଥିବା ଚିହ୍ନରୁ ତାର ଲମ୍ବ ମପା ଯାଇ ବୟସ ବର୍ଗ ସ୍ଥିର କରା ଯାଇଥାଏ । ବିଶେଷଜ୍ଞ ଗଣନାକାରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିବା ପରେ ଗଣନାକାରୀ ଦଳ ଗଠନ କରାଯାଇ କୁମ୍ଭୀର ଗଣନା ଆରମ୍ଭ କରାଯିବ । ତେଣୁ ପର୍ଯ୍ୟଟକ ମାନେ ଜାନୁଆରୀ ୧୪ରୁ ୨୨ତାରିଖ ମଧ୍ୟରେ ଭିତରକନିକା ଜାତୀୟ ଉଦ୍ୟାନ ଭ୍ରମଣରେ ନଆସିବା ପାଇଁ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି।


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.