ପ୍ରମୂଖ ଖବର
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

Odisha Budget 2025-26 : ବଜେଟରେ ପେନସନକୁ ନେଇ ବଡ଼ ଘୋଷଣା

Published By : Prameya | February 17, 2025 6:06 PM

ଭୁବନେଶ୍ୱର :  ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଆର୍ଥିକ ବର୍ଷ  ୨୦୨୫-୨୬ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଆଗତ କରିଛନ୍ତି।  ଏଥିରେ ୩୭, ୮୦୦ କୋଟିର କୃଷି ବଜେଟ ରହିଛି। ଯାହା ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ ରହିଛି।

ଚଳିତ ବଜେଟରେ ମଧୁବାବୁ ପେନସନ ଯୋଜନା ପାଇଁ ୫ ହଜାର ୩୭୦ କୋଟି ବ୍ୟୟବରାଦ କରାଯାଇଛି। ଜାତୀୟ ବୟସ୍କ ଓ ପୀଡ଼ିତଙ୍କ ପାଇଁ ୨ ହଜାର ୧୮୧ କୋଟି। ଇନ୍ଦିରା ଗାନ୍ଧି ଜାତୀୟ ପେନସନ ଯୋଜନା ପାଇଁ ୧୦୧୬ କୋଟି, ବୟସ୍କଙ୍କ ପାଇଁ ଗୃହ ଯୋଜନାରେ ୫୧ କୋଟି ବ୍ୟୟବରାଦ ହୋଇଛି। ସେହିପରି ବ୍‌ଲକ୍‌ରେ ନିଶା ନିବାରଣ ପୁରସ୍କାର ଯୋଜନା ଦିଶା ପାଇଁ ୧୪ କୋଟି ବ୍ୟୟବରାଦ କରାଯାଇଛି।

ଏଥର ବଜେଟରେ ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଧାନ୍ୟ ଦିଆଯାଇଛି। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୨୪୯ କୋଟି, ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିଶନ ପାଇଁ ୩୮୮୧ କୋଟି, ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ମିଶନ ପାଇଁ ୨୦୯୧ କୋଟି ଓ ନିର୍ମଳ ପାଇଁ ୯୯୭ କୋଟି ବ୍ୟୟ ବରାଦ ହୋଇଛି। ଏଥିସହ ଶିକ୍ଷା ଓ ସମୃଦ୍ଧ ଜୀବନରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ୨୯୬୦ କୋଟି, ପିଏମ ପୋଷଣ ପାଇଁ ୮୮୫ କୋଟି, ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ୧୫୪ କୋଟି, ଛାତ୍ରବୃତ୍ତି ପାଇଁ ୪୫୦ କୋଟି ପ୍ରଦାନ କରାଯାଇଛି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ୍ ଉପସ୍ଥାପନ କରି କହିଛନ୍ତି, 'ଆମ ସରକାର ସମୃଦ୍ଧ ଓଡ଼ିଶା ୨୦୩୬ର ଯାତ୍ରା ଆରମ୍ଭ କରିଛନ୍ତି। ଯେଉଁ ସମୟରେ ଆମେ ୫୦୦ ବିଲିୟନ ଆମେରିକୀୟ ଡଲାରର ଅର୍ଥନୀତି ହେବା ନେଇ ଆଶା ରଖିଛୁ। ବିକଶିତ ଓଡ଼ିଶା ପାଇଁ ଆମର ଦୃଷ୍ଟିକୋଣ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପୂର୍ବୋଦୟ ରଣନୀତି ଉପରେ ଆଧାରିତ। ଆମେ ଓଡ଼ିଶାକୁ ବିକଶିତ ଭାରତ ୨୦୪୭ ଅଭିବୃଦ୍ଧି ପାଇଁ ଏକ ଇଞ୍ଜିନ ଭାବେ ପରିକଳ୍ପନା କରିଛୁ। ଆମେ ୨୦୪୭ ସୁଦ୍ଧା ୧.୫ ଟ୍ରିଲିୟନ ଅର୍ଥନୀତି ହେବାକୁ ଆଶା ରଖିଛୁ । ସରକାର ଏହି ଦୃଷ୍ଟିକୋଣକୁ ବାସ୍ତବରେ ପରିଣତ କରିବା ପାଇଁ ଏକ ସମାଗ୍ରିକ ରଣନୀତି ପ୍ରସ୍ତୁତ କରିଛନ୍ତି ।'

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.