ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ଖାଇକୁ ଖସିଲା ଯାତ୍ରୀବାହୀ ବସ୍, ୨୮ ରୁ ଉର୍ଦ୍ଧ୍ଵ ମୃତ

Published By : Prameya | November 4, 2024 10:19 AM

ଅଲମୋଡ଼ା, ୦୪/୧୧ : ଭାରସାମ୍ୟ ହରାଇ ଖାଇକୁ ଖସିଲା ଯାତ୍ରୀବାହୀ ବସ୍ । ଉତ୍ତରାଖଣ୍ଡର ଅଲମୋଡ଼ାର ମାର୍ଚୁଲା ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୮ରୁ ଉର୍ଦ୍ଧ୍ଵ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଏନେଇ ଦୁଃଖ ପ୍ରକାଶ କରିଛନ୍ତି । ଉଦ୍ଧାର କାର୍ଯ୍ୟ ତ୍ଵରାନ୍ଵିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । 

ସୂଚନାନୁଯାୟୀ, ସୋମବାର ସକାଳେ ଗୌରୀଖାଲରୁ ରାମନଗର ଯାଉଥିବା ଏକ ଯାତ୍ରୀବାହୀ ବସ୍ ମାର୍ଚୁଲା ନିକଟରେ ଖାଇକୁ ଖସି ପଡ଼ିଛି । ଗୀତ ଜାଗୀର ନଦୀରେ ବସ୍‌ଟି ଖସିପଡିଛି। ଏହି ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ୨୮ରୁ ଉର୍ଦ୍ଧ୍ଵ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ବହୁ ଲୋକ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ଏବଂ ଏସଡିଆରଏଫ୍ ଟିମ୍ ମିଳିତ ଭାବରେ ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆଗକୁ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ବସ୍‌ରେ ୪୫ରୁ ଉର୍ଦ୍ଧ୍ଵ ଯାତ୍ରୀ ଥିବା ସୂଚନା ମିଳିଛି ।

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ଜିଲ୍ଲା ପ୍ରଶାସନକୁ ତୁରନ୍ତ ଉଦ୍ଧାର କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆବଶ୍ୟକ ପଡ଼ିଲେ ଆହତ ଯାତ୍ରୀଙ୍କୁ ଏୟାରଲିପ୍ଟ କରିବା ପାଇଁ କହିଛନ୍ତି । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.