ପ୍ରମୂଖ ଖବର
  • ବ୍ରହ୍ମପୁର, : ଲାଞ୍ଜିପଲ୍ଲୀ ଜେଲ ଗେଟ୍ ନିକଟରୁ ୩ ବୋମା ଜବତ
  • ||
  • କୋଏଲ ନଦୀରେ ବୁଡି ଛାତ୍ର ମୃତ
  • ||
  • ଭିଜିଲାନ୍ସ ଜାଲରେ ପୁଣି ଜଣେ ଯନ୍ତ୍ରୀ, ୧୦ ହଜାର ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କୁ ଧରିଲା ଭିଜିଲାନ୍ସ ଟିମ୍
  • ||
  • ଆସନ୍ତା ୧୯ରୁ ହାଇକୋର୍ଟଙ୍କ ଗ୍ରୀଷ୍ମ ଅବକାଶ, ୮ ଦିନ ବସିବ ଅବକାଶକାଳୀନ ଅଦାଲତ
  • ||
  • ଆସନ୍ତା ୩୧ରେ ଆଇଟିଆଇ ନାମଲେଖା ଆବେଦନ ଶେଷ, ଜୁନ୍‌ ୬ରେ ପ୍ରଥମ ମେଧା ତାଲିକା
  • ||
  • ନିଶ୍ଚିନ୍ତକୋଇଲି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍‌ ରାଜନୀତି, ୩୦ରେ ଆସ୍ଥା ପ୍ରମାଣିତ କରିବେ ରୋଜି
  • ||
  • ଯାଜପୁରରେ ଟାଟା କରିବ ୬୩ ହଜାର କୋଟିର ପ୍ରକଳ୍ପ, ୩୪ ହଜାର ଲୋକଙ୍କୁ ମିଳିବ ନିଯୁକ୍ତି
  • ||
  • କନ୍ଧମାଳ : ଗାଧେଇବା ବେଳେ ଅଘଟଣ, ପୋଖରୀରେ ବୁଡି ଶିଶୁ ମୃତ
  • ||
  • କେନ୍ଦୁଝର : ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ପାଇଁ ସ୍ଥାନୀୟଲୋକଙ୍କ ଦାବି
  • ||
  • Operation Sindoor; ଖୋଲିବ ପାକିସ୍ତାନ ପୋଲ୍, ୭ ସାଂସଦଙ୍କୁ ନେଇ ସର୍ବଦଳୀୟ ଟିମ୍‌ ଗଠନ
  • ||
  • ନୂଆପଡ଼ା: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେ​‌ଳେ​‌ ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ବରଗଡ଼: ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • ଗଞ୍ଜାମ : ସିନ୍ଦୂରାପଲ୍ଲୀରେ ବୁଲିଲା ଖଣ୍ଡା ଏବଂ ଠେଙ୍ଗା, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, କୋଟିଏ ଟଙ୍କାର କ୍ଷୟକ୍ଷତି, ବହୁ ଅତ୍ୟାଧୁନିକ ମେସିନ୍ ପୋଡ଼ି ପାଉଁଶ
  • ||
  • ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ
  • ||
  • ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||

ବିଜୁ ଜନତା ଦଳର ରାଜନୈତିକ ବ୍ୟାପାର କମିଟି ବୈଠକ

Published By : Prameya | May 17, 2025 9:21 PM

ଭୁବନେଶ୍ବର,୧୭।୫ :  ବିଜୁ ଜନତା ଦଳ ରାଜନୈତିକ ବ୍ୟାପାର କମିଟିର ବୈଠକ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ସୁରକ୍ଷା, ରାଜ୍ୟ ରାଜନୈତିକ ପରିସ୍ଥିତି ଓ ଦଳର ସାଙ୍ଗଠନିକ ବ୍ୟାପାର ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା । ଏହା ସହିତ ରାଜ୍ୟରେ ୨୦୧୫ ରୁ ୨୦୨୪ ମଧ୍ୟରେ ବିଜୁ ଜନତା ଦଳ ସରକାର ସମୟରେ ଶିଳ୍ପ ବିକାଶ କ୍ଷେତ୍ରରେ ଘଟିଥିବା ଉଲ୍ଲେଖନୀୟ ସଫଳତା ପାଇଁ ବୈଠକରେ ସନ୍ତୋଷ ପ୍ରକାଶ କରାଯାଇଥିଲା । 

୨୨ ଅପ୍ରେଲ ୨୦୨୫ ରେ ପହଲଗାମରେ ଆତଙ୍କବାଦୀଙ୍କ ଗୁଳିରେ ନିହତ ବ୍ୟକ୍ତିମାନଙ୍କ ଅମର ଆତ୍ମା ପ୍ରତି ବୈଠକରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଥିଲା ଏବଂ   ସେମାନଙ୍କର ଶୋକସନ୍ତପ୍ତ ପରିବାରମାନଙ୍କୁ ଗଭୀର ସମବେଦନା ଜ୍ଞାପନ କରାଯାଇଥିଲା । 

ଅପରେସନ ସିନ୍ଦୁରର ସଫଳତା ପାଇଁ ଭାରତୀୟ ସେନାବାହିନୀର ଅତୁଳନୀୟ ଦକ୍ଷତା, ସାହସ ଓ ପରାକ୍ରମର ଉଚ୍ଚ ପ୍ରଶଂସା କରାଯାଇଥିଲା। ଦେଶର ସୁରକ୍ଷା ପାଇଁ  ସେନା ବାହିନୀର ଶୌର୍ଯ୍ୟ ବିଶ୍ୱ ଦରବାରରେ ଭାରତକୁ ଗୌରବାନ୍ୱିତ କରିଛି । ବିଜୁ ଜନତା ଦଳ ଭାରତୀୟ ସେନା ପାଇଁ ଗର୍ବିତ ।

ରାଜ୍ୟର ରାଜନୈତିକ ପରିସ୍ଥିତି ସମ୍ପର୍କରେ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା । ଏଥିରେ ଜନସାଧାରଣ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ନେଇ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଥିଲା । ବିକାଶ କ୍ଷେତ୍ରରେ ବର୍ତ୍ତମାନ ସୃଷ୍ଟି ହୋଇଥିବା ସ୍ଥାଣୁତା ଦୂର କରି ଜନସାଧାରଣଙ୍କ ଆଶା ଆକାଂକ୍ଷା ପୂରଣ  ଦିଗରେ  ସରକାର   ଯତ୍ନବାନ  ହେବେ ବୋଲି ବୈଠକରେ ଆଶା ବ୍ୟକ୍ତ କରାଯାଇଥିଲା । 

ଓଡିଶାରେ ୨୦୧୫ ରୁ ୨୦୨୪ ମଧ୍ୟରେ ଶିଳ୍ପ ବିକାଶ କ୍ଷେତ୍ରରେ ଆସିଥିବା ଉଲ୍ଲେଖନୀୟ ଅଗ୍ରଗତି ସମ୍ପର୍କରେ ପ୍ରକାଶିତ  ICRA Report ଉପରେ ଆଲୋଚନା କରାଯାଇ ସନ୍ତୋଷ ବ୍ୟକ୍ତ କରାଯାଇଥିଲା । ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ଶିଳ୍ପ ବିକାଶ ଦିଗରେ ନେଇଥିବା ପଦକ୍ଷେପ ପାଇଁ ତାଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା ।

 

 

ଭବିଷ୍ୟତର ରାଜନୈତିକ ଆହ୍ୱାନର ସମ୍ମୁଖୀନ ହେବା ପାଇଁ ଦଳର ବିଭିନ୍ନ ଶାଖା ମଜବୁତ୍‌ କରିବା ସହିତ ଦଳକୁ ତୃଣମୂଳ ସ୍ତରରେ ଅଧିକ ସକ୍ରିୟ ରଖିବା ପାଇଁ ରାଜନୈତିକ ବ୍ୟାପାର କମିଟି କାର୍ଯ୍ୟ କରିବ ବୋଲି ସଭାପତି ଶ୍ରୀ ପଟ୍ଟନାୟକ ଘୋଷଣା କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.