ପ୍ରମୂଖ ଖବର
  • କଟକ : ଲାଞ୍ଚ ନେବା ହେଲା କାଳ, ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ, ଅମିନ
  • ||
  • ମାଲକାନଗିରି : ଅବୁଝମାଡ଼ ଜଙ୍ଗଲରେ ଏନ୍‌କାଉଣ୍ଟର, ପୁଲିସ ଗୁଳିରେ ୨ ମହିଳା ମାଓବାଦୀ ନିହତ
  • ||
  • ବାଲେଶ୍ୱର : ପାନ ଦୋକାନୀ ମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ, ଧାର ଟଙ୍କାକୁ ନେଇ ଉଭୟଙ୍କ ମଧ୍ୟରେ ଥିଲା ବିବାଦ
  • ||
  • କଟକ: ନରସିଂହପୁର ପଞ୍ଚମୁଖୀ ଛକରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ବଦଳିବ ଓଡ଼ିଶା ପର୍ଯ୍ୟଟନର କାୟାକଳ୍ପ, କେରଳ ଏବଂ ରାଜସ୍ଥାନ ମଡେଲ୍‌କୁ କରାଯିବ ଅନୁକରଣ, ଏସିଆର ଶ୍ରେଷ୍ଠ ପାଞ୍ଚରେ ରହିବ ରାଜ୍ୟ
  • ||
  • ପୁରୀ : ଭଗବାନ ଓ ଭକ୍ତଙ୍କ ମଧ୍ୟରୁ ହଟିଲା ଦୂରତା, ଦୁର୍ଲଭ ନବଯୌବନ ବେଶରେ ଦର୍ଶନ ଦେଲେ ଦାରୁବ୍ରହ୍ମ
  • ||
  • ପୁରୀ : ୨୯ରୁ ରତ୍ନଭଣ୍ଡାର ମରାମତି, ପ୍ରତିଦିନ ଦୁଇଟି ସିଫ୍ଟରେ ହେବ କାମ
  • ||
  • ଭୁବନେଶ୍ୱର : ତାରିଣୀ ବସ୍ତ୍ରାଳୟ ଗୋଦାମରେ ଅଗ୍ନିକାଣ୍ଡ, ଜଳିଗଲା କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ
  • ||
  • ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ରାଜ୍ୟରେ ଗଣଦୁଷ୍କର୍ମ ପ୍ରତିବାଦରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ

Published By : Suraj Kumar | June 25, 2025 5:57 PM

ମାଲକାନଗିରି, ୨୫/୬(ଆପ୍ର ) : ମାଲକାନଗିରି ଜିଲ୍ଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ଗୋପାଳପୁର ଛାତ୍ରୀ ଗଣ ଦୁଷ୍କର୍ମ ଏବଂ ବଢୁଥିବା ମହିଳା ନିର୍ଯାତନା ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।  ଯୁବ ବିଜେଡି ନେତା ରବି ରାଜେଶ ଏବଂ ଛାତ୍ର ବିଜେଡି ନେତା ତାପଶ ନାୟକ ଙ୍କ ନେତୃତ୍ୱରେ ମାଲକାନଗିରି ମହାବିଦ୍ୟାଳୟ ଛକ ଏବଂ ମହାବିଦ୍ୟାଳୟ ଗେଟ୍ ସମ୍ମୁଖରେ ଆନ୍ଦୋଳନ ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।ଛାତ୍ରଛାତ୍ରୀ ମାନେ ଶ୍ରେଣୀ ବର୍ଜନ କରି ପିକେଟିଂ, କଳାବ୍ୟାଜ ପିନ୍ଧି ଆନ୍ଦୋଳନ କରିଛନ୍ତି। 

ବିଜୁ ଯୁବ ଓ ଛାତ୍ର ଜନତା ଦଳର ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନର ଡାକରା ରେ ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳର ଜିଲ୍ଲା ସଭାପତି ତଥା ପୂର୍ବତନ ବିଧାୟକ ମାନସ ମାଡକାମି ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ  ବିଜେଡି ପୂର୍ବତନ ଯୁବ ସଭାପତି ଆଡ଼ମା ରାବା , ବିଜେଡି ମହିଳା ନେତ୍ରୀ ଲକ୍ଷ୍ମୀପ୍ରିୟା ନାୟକ ,ଜିଲ୍ଲା ପରିଷଦ ସଭ୍ୟା କୁନି ଭୂମିଆ ,ବିଜେଡି ମହିଳା ନେତ୍ରୀ ପ୍ରଶାନ୍ତି ଲତା ବିଶୋଇ , ଯୁବ ବିଜେଡି ନେତା ଅଟାଲ ରାଜୁ ,ଯୁବ ବିଜେଡି ନେତା ବଳରାମ ଭଞ୍ଜ ,କାଲିମେଳା ବିଜେଡି ଛାତ୍ର ନେତା ସଞ୍ଜୁ ସରକାର , ଯୁବ ନେତା ଶଙ୍କର ପାଣିଗ୍ରାହୀ ,ସୋମେଶ ବାଘ ,ଯୁବ ନେତା କେ .ରାହୁଲ ,ଏସ୍ ଵାଲା ,ସୁବ୍ରତ ଶୀଲ ,ସତ୍ୟ ଜିତ ଗୌଡ଼ ,ଚକ୍ରଧର ଦୁର୍ଗା ,ଏବଂ ମିଡ଼ିଆ ସଂଯୋଜକ ସଦାନନ୍ଦ ଖରା ପ୍ରମୁଖଙ୍କ ସହ ବିଜୁ ଯୁବ ଛାତ୍ର ଜନତା ଦଳର କର୍ମକର୍ତ୍ତା ଓ ମହା ବିଦ୍ୟାଳୟ ର    ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.