ପ୍ରମୂଖ ଖବର
  • ଭୁବନେଶ୍ୱର : ଘର ଭିତରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବାଲେଶ୍ୱର : ହୋଲିରେ ଚାଲିଥିଲା ଚୋରାମଦ ବେପାର, ମାଡ଼ି ବସିଲା ନୀଳଗିରି ପୋଲିସ
  • ||
  • ଗଜପତି : ନିଜ ବନ୍ଧୁକରୁ ଗୁଳି ଫୁଟି ଶିକାରୀ ମୃତ
  • ||
  • ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ
  • ||
  • ମୟୂରଭଞ୍ଜ : ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ନିଷ୍ଠୁର ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • କେନ୍ଦୁଝର : ଜ୍ଵାଇଁ ଘର ସାମ୍ନାରେ ଚଢିଗଲା ଟ୍ରକ୍, ଚାଲିଗଲା ଶାଶୁ, ଶ୍ଵଶୁର ଏବଂ ଶାଳକଙ୍କ ଜୀବନ
  • ||
  • ଶ୍ରୀକ୍ଷେତ୍ରରେ ଡ୍ରିମ୍‌ଗାର୍ଲ୍, ଦେଶର ମଙ୍ଗଳ ପାଇଁ ମହାପ୍ରଭୁଙ୍କୁ କଲେ ପ୍ରାର୍ଥନା
  • ||
  • କଟକ : ସାଇକେଲ୍‌ ଆରୋହୀଙ୍କୁ ପଛପଟୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ଜୀବନ
  • ||
  • ଢେଙ୍କାନାଳ : ଟ୍ରକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତାରୋକ
  • ||

ଗଛରେ ପିଟି ହେଲା ବାଇକ୍, ଜଣେ ମୃତ

Published By : Prameya | March 15, 2025 9:56 PM

ଫିରିଙ୍ଗିଆ,୧୫/୩ : ଫିରିଙ୍ଗିଆ ଥାନା ଅନ୍ତର୍ଗତ କୁଡୁକି ଘାଟିଠାରେ ଏକ ବାଇକ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇପଡ଼ିଛନ୍ତି । ମୃତକ ଜଣକ ସାଗର ସାହୁ ବୋଲି ଜଣା ପଡିଥିବାବେଳେ ଗୁରୁତର ଜଣକ ହେଲେ ଶିଶିର ସାହୁ । ଉଭୟଙ୍କ ଘର ଫିରିଙ୍ଗିଆ ବ୍ଲକ ପବିଙ୍ଗିଆ ପଞ୍ଚାୟତର ବବଡଙ୍ଗିଆ ଗ୍ରାମରେ। 

ସୂଚନା ଅନୁସାରେ, ଉଭୟେ ଚକାପାଦ ବ୍ଲକ ଲାଇନପଡ଼ାଠାରେ ଚାଲିଥିବା ରାମାୟଣ ନାଟକର ଆୟୋଜନ ପାଇଁ ଯାଇଥିଲେ। ସେଠାରୁ ବାଇକରେ ଫେରିବା ସମୟରେ ଆଜି ସନ୍ଧ୍ୟାବେଳେ କୁଡୁକି ଘାଟିରେ ଭାରସାମ୍ୟ ହରାଇ ବାଇକ ଟି ରାସ୍ତାକଡ଼ରେ ଥିବା ଏକ ଗଛରେ ବାଡେଇ ହୋଇଯାଇଥିଲା। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଯୋଗେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ତେବେ ସେଠାରେ ଡାକ୍ତର ସାଗରଙ୍କୁ ମୃତ ଘୋଷଣା କରିଛନ୍ତି। ଶିଶିର ଏବେ ଚିକିତ୍ସାଧୀନ ଅଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.