ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ବଣାଇ : ବିଦ୍ୟୁତ ଖୁଣ୍ଟକୁ ପିଟି ଓଲଟିଲା OSRTC ବସ୍‌, ୨୦ ଆହତ
  • ||

ଟ୍ରକ୍‌ ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଗାଁ ଲୋକଙ୍କ ଉତ୍ତେଜନା

Published By : Harapriya Sethi | February 15, 2025 12:40 PM

ଭୁବନେଶ୍ୱର,୧୫/୦୨: କଦମଡ଼ିହି ଛକରେ ଟ୍ରକ୍‌ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ଲଖନପୁର ବ୍ଲକ ଡୁଙ୍ଗିରିପଡାର ତସିଲ ବାରିକ ବୋଲି ଜଣା ପଡ଼ିଛି । କ୍ଷତିପୂରଣ ଦାବିରେ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଥିବା ବେଳେ ରେଙ୍ଗାଲି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛି । ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ କଦମଡ଼ିହି ଛକରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଯୁବକ ଜଣକ ବାଇକ୍‌ରେ କଦମଡ଼ିହି ଛକ ଦେଇ ଯାତ୍ରା କରୁଥିଲେ । ଏହି ସମୟରେ ଏକ ଟ୍ରକ୍‌ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା । ଫଳରେ ଯୁବକ ଜଣକ ଗୁରୁତର ଅବସ୍ଥାରେ ରାସ୍ତାରେ ପଡ଼ି ଯାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହା ପରେ କ୍ଷତିପୂରଣ ଦାବି କରି ଘଟଣା ସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଥିଲା । ପୋଲିସ ଘଟଣା ସ୍ଥଳରେ ଲୋକଙ୍କୁ ବୁଝାସୁଝା କରିବା ସହ ଏକ ମାମଲା ରୁଜୁ କରି ଟ୍ରକ୍‌କୁ ଜବତ କରିଛି । ଏହା ସହ ଯୁବକଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.