ପ୍ରମୂଖ ଖବର
  • ଉପକୂଳ ମୁହାଁ ଦାନା, ପାରାଦୀପ ଠାରୁ ୧୦୦ କି.ମି ଦୂରରେ ରହିଛି
  • ||
  • ଉଦଳା : ବାତ୍ୟା ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ, ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇବା ଉପରେ ଦେଲେ ଗୁରୁତ୍ତ୍ୱ
  • ||
  • ବାତ୍ୟା ଆଶ୍ରୟସ୍ଥଳୀ ଅଚାନକ ପରିଦର୍ଶନ କଲେ ବାଲେଶ୍ୱର ସାଂସଦ
  • ||
  • ସାଲେପୁର : ଭଙ୍ଗା ଚାଳଛପର ଘରୁ ୭୦ ବର୍ଷର ବୃଦ୍ଧା ଉଦ୍ଧାର, ସୁରକ୍ଷିତ ସ୍ଥାନକୁ ନେଉଛନ୍ତି ପୋଲିସ ଏବଂ ଯବାନ
  • ||
  • ହିନ୍ଦୋଳ : ପଟାଳୁ ଗ୍ରାମରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଆସୁଛି ବାତ୍ୟା 'ଦାନା', ଚନ୍ଦ୍ରଭାଗାରେ ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ ଓ ଏସପି
  • ||
  • ବଲାଙ୍ଗୀର : ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ବାଙ୍କୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ୨ ଗିରଫ, ୪ ଫେରାର
  • ||
  • ବର୍ଡର-ଗାଭାସ୍କର ଟ୍ରଫି: ନିତିଶଙ୍କୁ ମିଳିପାରେ ଦଳରେ ସୁଯୋଗ, ଖୁବ୍‌ଶୀଘ୍ର ଦଳ ଘୋଷଣା
  • ||
  • ସାଲେପୁର : ଆଗ୍ନିକାଣ୍ଡରେ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷ ଟଙ୍କାର ସୁନାରୂପା ଅଳଙ୍କାର ପୋଡ଼ି ପାଉଁଶ
  • ||
  • ବାତ୍ୟା 'ଦାନା'ର ପ୍ରଭାବ, କୋଣାର୍କ ଓ ଚନ୍ଦ୍ରଭାଗା ପର୍ଯ୍ୟଟକ ଶୂନ୍ୟ
  • ||
  • ଚନ୍ଦକା ମେଣ୍ଢାଶାଳ ଅଞ୍ଚଳରେ ହତ୍ୟାକାଣ୍ଡ; ଭିଣୋଇର ଭୁଜାଲି ଚୋଟରେ ଶଳା ମୃତ, ୩ ଗୁରୁତର
  • ||
  • ଆଇସିସି ଟେଷ୍ଟ ବ୍ୟାଟିଂ ମାନ୍ୟତା: ଷଷ୍ଠକୁ ଉଠିଲେ ପନ୍ତ, ଶ୍ରେଷ୍ଠ ୧୦ରେ ୩ ଭାରତୀୟ
  • ||
  • ବାତ୍ୟା 'ଦାନା' ଆତଙ୍କ: ବର୍ଷା, ପବନ ଜୋର ହେଲେ ୨୪, ୨୫ରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
  • ||
  • କେନ୍ଦ୍ରାପଡ଼ା : ବାତ୍ୟା ପାଇଁ ଜିଲ୍ଲା ପ୍ରଶାସନର ପଦକ୍ଷେପ, ୨୫ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
  • ||
  • ବାତ୍ୟା ପାଇଁ ଆଠଗଡ଼ ପରିବା ବଜାରରେ ଲୋକଙ୍କ ଭିଡ଼, କିଣି ନେଉଛନ୍ତି ବ୍ୟାଗ୍ ବ୍ୟାଗ୍ ପରିବା
  • ||
  • ସତର୍କତାମୂଳକ ପଦକ୍ଷେପ ନେଲା ଶ୍ରୀମନ୍ଦିର ପ୍ରଶାସନ, ବାତ୍ୟା ପାଇଁ ଅଧିକାରୀ ଏବଂ କର୍ମଚାରୀଙ୍କୁ ସଜାଗ ରହିବାକୁ ତାଗିଦ୍‌
  • ||

ଶିକ୍ଷା, ଦକ୍ଷତା ଓ ଗବେଷଣା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ତ୍ୱରିତ ହେବ : ଧର୍ମେନ୍ଦ୍ର ପ୍ରଧାନ

ସିଡନୀ, ୨୪/୧୦ : ଅଷ୍ଟ୍ରେଲିଆ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଆଜି ସିଡନୀଠାରେ ଅଷ୍ଟ୍ରେଲିଆ ଶିକ୍ଷା ମନ୍ତ୍ରୀ ଜେସନ କ୍ଲେୟାର ଏବଂ ଦକ୍ଷତା ଓ ତାଲିମ ମନ୍ତ୍ରୀ ଏ. ଗିଲ୍ସଙ୍କ ସହ  ‘ଦ୍ୱିତୀୟ ଅଷ୍ଟ୍ରେଲିଆ-ଭାରତ ଶିକ୍ଷା ଏବଂ ଦକ୍ଷତା ପରିଷଦ ବୈଠକ’ (ଏଆଇଇଏସସି)ରେ ଯୋଗଦେଇଛନ୍ତି । ଶିକ୍ଷା, ଦକ୍ଷତା ଓ ଗବେଷଣା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ତ୍ୱରିତ କରିବା ନେଇ ବୈଠକରେ ଫଳପ୍ରଦ ଆଲୋଚନା ହୋଇଛି ।  

ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ, ଅଷ୍ଟ୍ରେଲିଆ-ଭାରତ ଶିକ୍ଷା ଏବଂ ଦକ୍ଷତା ପରିଷଦ ବୈଠକ ଦୁଇ ଦେଶ ମଧ୍ୟରେ ଜ୍ଞାନ ବ୍ୟବସ୍ଥାକୁ ସୁଦୃଢ କରିବା, ଶିକ୍ଷା ଓ ଦକ୍ଷତା କ୍ଷେତ୍ରରେ ପାରସ୍ପରିକ ପ୍ରାଥମିକତାକୁ ଆଗକୁ ନେବା ତଥା ଏହି କ୍ଷେତ୍ରରେ ନୂତନ ଭିତ୍ତିଭୂମି ସୃଷ୍ଟି କରିବାର ଏକ ଭଲ ମାଧ୍ୟମ ହୋଇଛି । ଏହି ବୈଠକ ଉଭୟ ଅଷ୍ଟ୍ରେଲିଆ ଓ ଭାରତର ଉଜ୍ଜ୍ୱଳ ଭବିଷ୍ୟତର ପରିକଳ୍ପନାରେ ଏକ ପ୍ରମୁଖ ପ୍ଲାଟଫର୍ମ ଭାବେ ଉଭା ହୋଇଛି । ଶିକ୍ଷା ଏବଂ ଦକ୍ଷତା ଭାରତ ଓ ଅଷ୍ଟ୍ରେଲିଆର ଆର୍ଥିକ ସମୃଦ୍ଧିକୁ ମଜଭୂତ୍ କରିବ । ଉଭୟ ଦେଶର ଜନସାଧାରଣ ଏବଂ ଅନୁଷ୍ଠାନ ମଧ୍ୟରେ ସ୍ଥାୟୀ ସମ୍ପର୍କ ସ୍ଥାପନ ଦିଗରେ ଏହି ବୈଠକ ଏକ ଉତ୍ପେରକ ହେବ । 

ଅଷ୍ଟ୍ରେଲିଆ ଶିକ୍ଷା ମନ୍ତ୍ରୀ ଏବଂ ଦକ୍ଷତା ଓ ତାଲିମ ମନ୍ତ୍ରୀ ଏଆଇଇଏସସି ବୈଠକରେ ନିଷ୍ପତି ହୋଇଥିବା କାର୍ଯ୍ୟକୁ ଆଗେଇ ନେବା ପାଇଁ ସମ୍ମତି ପ୍ରକାଶ କରିଥିଲେ । ଭବିଷ୍ୟତକୁ ଦୃଷ୍ଟିରେ ରଖି ଶିକ୍ଷାର ଆବଶ୍ୟକତା, ଶିକ୍ଷା ଓ ଦକ୍ଷତା ମାଧ୍ୟମରେ ସ୍କିଲ ଦୂରତାକୁ ହ୍ରାସ କରିବା ଏବଂ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକ ମଧ୍ୟରେ ଗବେଷଣାକୁ ସୁଦୃଢ କରିବା ଉପରେ ଆଲୋଚନା କରିଥିଲେ । ଏଆଇଇଏସସି ବୈଠକ ସ୍କୁଲ ଶିକ୍ଷା, ଦକ୍ଷତା ଏବଂ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ଭାଗିଦାରୀକୁ ମଜଭୂତ୍ କରିବ । ଦୁଇ ଦେଶର ସମ୍ପର୍କକୁ ନିବିଡ କରିବା ଏବଂ ୨୦୨୫ରେ ଭାରତରେ ପରବର୍ତ୍ତୀ ଏଆଇଇଏସସି ବୈଠକର ଯୋଜନା କରିବା ପାଇଁ ଉଭୟ ମନ୍ତ୍ରୀଙ୍କ ସହ ଫଳପ୍ରଦ ଆଲୋଚନା ହୋଇଥିବା ଶ୍ରୀ ପ୍ରଧାନ ପ୍ରକାଶ କରିଛନ୍ତି ।  

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏହି ଗସ୍ତ କାଳରେ ଇନୋଭେଟିଭ୍ ରିସର୍ଚ୍ଚ ୟୁନିଭର୍ସିଟିର ସଦସ୍ୟମାନଙ୍କ ସହ ସାକ୍ଷାତ୍ ହୋଇଥିଲେ । ସେ କହିଥିଲେ ଭାରତୀୟ ବିଶ୍ୱବିଦ୍ୟାଳୟ ଏବଂ ଅଷ୍ଟ୍ରେଲିଆର ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକ ଇନୋଭେସନ ରିସର୍ଚ୍ଚ ୟୁନିଭର୍ସିଟି ମଧ୍ୟରେ ସହଯୋଗୀ ଆଭିମୁଖ୍ୟ ଉପରେ ଭଲ ବୁଝାମଣା ହାସଲ କରିଛି । ଏହାବ୍ୟତିତ ଶ୍ରୀ ପ୍ରଧାନ ହିନ୍ଦୁ କାଉନସିଲ ଅଫ୍ ଅଷ୍ଟ୍ରେଲିଆ ପକ୍ଷରୁ ଆୟୋଜିତ ରାତ୍ରୀ ଭୋଜନରେ ଅଷ୍ଟ୍ରେଲିଆ ଶିକ୍ଷା ମନ୍ତ୍ରୀ ଏବଂ ଦକ୍ଷତା ଓ ତାଲିମ ମନ୍ତ୍ରୀଙ୍କ ସହ ସାମିଲ ହୋଇଥିଲେ । ଅଷ୍ଟ୍ରେଲିଆରେ ଭାରତୀୟ ପାରମ୍ପରିକ ଜ୍ଞାନ ଓ ସଂସ୍କୃତିକୁ ବଞ୍ଚାଇ ରଖି 'ବସୁଧୈବ କୁଟୁମ୍ବକମ୍'ର ବାର୍ତ୍ତା ପ୍ରଚାର କରିଥିବାରୁ ହିନ୍ଦୁ କାଉନସିଲ ଅଫ୍ ଅଷ୍ଟ୍ରେଲିଆର କାର୍ଯ୍ୟକୁ ଶ୍ରୀ ପ୍ରଧାନ ପ୍ରଶଂସା କରିଥିଲେ । 

ପ୍ରାରମ୍ଭିକ ଶିଶୁ ଶିକ୍ଷା କାର୍ଯ୍ୟବଳକୁ ଶିକ୍ଷିତ କରିବାରେ ଭାଗିଦାରୀର ସୁଯୋଗ ଅନ୍ୱେଷଣ ପାଇଁ ଶ୍ରୀ ପ୍ରଧାନ ସିଡନୀର ‘ଅବର୍ଣ୍ଣ ଲଙ୍ଗ ଡେ ଚାଇଲ୍ଡ କେୟାର ସେଣ୍ଟର’ ପରିଦର୍ଶନ କରିଥିଲେ ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.