ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ ଦେଲା ପ୍ରଶାସନ

କେନ୍ଦ୍ରାପଡା,୦୮/୦୯: କେନ୍ଦ୍ରାପଡା ଡେରାବିଶ ବ୍ଳକ ଅନ୍ତର୍ଗତ ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଛି । ସେପ୍ଚେମ୍ୱର ୫ ତାରିଖରେ ଏହି ଅଞ୍ଚଳର କେତେକ କୁକୁଡା ଫାର୍ମରୁ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା । ଶନିବାର ଏହି ପରୀକ୍ଷାର ରିପୋର୍ଟ ଆସିଥିଲା ଏବଂ ଏହି ରିପୋର୍ଟ ଅନୁଯାୟୀ ଉକ୍ତ ଅଞ୍ଚଳରେ ବାର୍ଡ ଫ୍ଲୁ ବ୍ୟାପିଛି । ରିପୋର୍ଟ ଆସିବା ପରେ ଜିଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ନେତୃତ୍ତ୍ଵରେ ଜରୁରୀ କାଳୀନ ବୈଠକ ଅନୁଷ୍ଠିତ ।

ସୂଚନା ଅନୁଯାୟୀ, ଦିନକୁ ଦିନ ବଢିବାରେ ଲାଗିଛି ବାର୍ଡ ଫ୍ଲୁ । ପ୍ରଥମେ ପିପିଲି ପରେ ନିମାପଡ଼ା, ଡେଲାଙ୍ଗ ଏବଂ ଏବେ କେନ୍ଦ୍ରାପଡା ଡେରାବିଶ ବ୍ଳକ ଅନ୍ତର୍ଗତ ଏଣ୍ଡର ଓ ବାଲିଆ ଅଞ୍ଚଳରେ ଚିହ୍ନଟ ହେଲା ବାର୍ଡ ଫ୍ଲୁ । ସେପ୍ଟେମ୍ୱର ୫ ତାରିଖରେ ଏହି ଅଞ୍ଚଳର କୁକୁଡା ଫାର୍ମରୁ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା । ଶନିବାର ରିପୋର୍ଟ ପଜେଟିଭ୍ ଆସିବା ପରେ ଜିଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ନେତୃତ୍ତ୍ଵରେ ଏକ ଜରୁରୀ କାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା । ସଂକ୍ରମିତ ଅଞ୍ଚଳରେ କୁକୁଡା ମାରିବା ସହ ସମଗ୍ର ଅଞ୍ଚଳକୁ ସାନିଟାଇଜ କରାଯିବା ନେଇ ଉକ୍ତ  ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ତେବେ ରବିବାର ଏକ ରାପିଡ୍ ରେଶପନସ ଟିମ୍‌ ଘଟଣା ସ୍ଥଳରେ ପବଞ୍ଚିବେ । ଏହି ଟିମ୍‌ରେ ପ୍ରାୟ ୯୦ ରୁ ଅଧିକ ସଦସ୍ୟ ଅଛନ୍ତି । ଏହି ଟିମ୍‌ରେ ବାଲେଶ୍ଵର ଓ ମୟୂରଭଞ୍ଜରୁ ୬୦ ଜଣ ଓ କେନ୍ଦ୍ରାପଡାରୁ ୩୬ ଜଣ ସଦସ୍ୟ ରହିଥିବା ଜଣାପଡ଼ିଛି । ଏହି ଟିମ୍ ସଂକ୍ରମଣ ହୋଇଥିବା ଅଞ୍ଚଳରେ କୁକୁଡ଼ା ମରା ଅଭିଯାନ ଆରମ୍ଭ କରିବେ । ତେବେ ଏହି ଅଞ୍ଚଳରେ ଲୋକମାନଙ୍କୁ କୁକୁଡା ମାଂସ ନଖାଇବା ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି l

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.